ପ୍ରଶଂସକଙ୍କୁ ସଲମାନ କହିଲେ ମୁଁ ଘରେ ନାହିଁ, ମୋ’ ଘର ସାମ୍ନାରେ ଭିଡ଼ କରିବେନି; କାରଣ…

ମୁମ୍ବାଇ,୨୬ା୧୨: ଆସନ୍ତାକାଲି ଅର୍ଥାତ୍‌ ରବିବାର ଦବଙ୍ଗ ଖାନ୍‌ ସଲମାନ ଖାଁଙ୍କ ପାଇଁ ଏକ ବିଶେଷ ଦିନ। କାରଣ ଡିସେମ୍ବର ୨୭ରେ ସଲୁ ତାଙ୍କର ୫୫ତମ ଜନ୍ମଦିବସ ପାଳନ କରିବାକୁ ଯାଉଛନ୍ତି। ସଲୁଙ୍କ ପ୍ରଶଂସକମାନେ ମଧ୍ୟ ଏହାକୁ ନେଇ ବହୁତ ଉତ୍ସାହିତ ଅଛନ୍ତି। ପ୍ରତିବର୍ଷ ଭଳି ଏବର୍ଷ ମଧ୍ୟ ପ୍ରଶଂସକମାନେ ତାଙ୍କ ଘର ବାହାରେ ଅଭିନେତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବାକୁ ଆସିପାରନ୍ତି। ତେଣୁ ସଲମାନ ତାଙ୍କ ପ୍ରଶଂସକମାନଙ୍କୁ ଚଳିତବର୍ଷ ନିଜ ଘରେ ରହିବା ସହ କୋଭିଡ୍‌ ନିୟମ ପାଳନ କରିବାକୁ ଅନୁରୋଧ କରିଛନ୍ତି। ସଲମାନ ଏହା ମଧ୍ୟ ସ୍ପଷ୍ଟ ଭାବରେ କହିଛନ୍ତି ଯେ, ଏହି ସମୟରେ ସେ ତାଙ୍କ ଘରେ ରହୁ ନ ଥିବାରୁ ତାଙ୍କ ଘର ବାହାରେ ଭିଡ଼ ହେବାର କୌଣସି କାରଣ ନାହିଁ।

ସଲମାନ ଏକ ବିବୃତ୍ତି ଜାରି କରି କହିଛନ୍ତି, ପ୍ରତିବର୍ଷ ମୋ ଜନ୍ମଦିନରେ ମୁଁ ପ୍ରଶଂସକଙ୍କ ବହୁତ ଭଲପାଇବା ଦେଖିବାକୁ ପାଇଥାଏ। କିନ୍ତୁ କରୋନା ଭୂତାଣୁର କାୟା ବିସ୍ତାର ଏବଂ ଏଥିରୁ ରକ୍ଷା ପାଇବା ପାଇଁ ମୁଁ ସମସ୍ତଙ୍କୁ ନିବେଦନ କରୁଛି ଦୟାକରି ମୋ ଘର ବାହାରେ କେହି ଭିଡ଼ ଜମାଇବେ ନାହିଁ। ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ବଜାୟ ରଖନ୍ତୁ ବୋଲି ଅନୁରୋଧ କରିଛନ୍ତି ଏହି ବ୍ୟାଚଲର ମ୍ୟାନ। ଏହା ଶୁଣି ସଲମାନଙ୍କ ପ୍ରଶଂସକଙ୍କ ହୃଦୟ ନିଶ୍ଚିତ ଭାଙ୍ଗିଯିବ। ଯେଉଁମାନେ କି ତାଙ୍କ ସୁପରଷ୍ଟାରଙ୍କ ଜନ୍ମଦିନର ଶୁଭେଚ୍ଛା ଜଣାଇବା ପାଇଁ ପ୍ରତିବର୍ଷ ତାଙ୍କ ଘର ନିକଟକୁ ଆସୁଥିଲେ।

ଏ ତ ଗଲା ସଲୁଙ୍କ ବ୍ୟକ୍ତିଗତ ଜୀବନ କଥା। ଯଦି ତାଙ୍କ ଓ୍ବାର୍କ ଫ୍ରଣ୍ଟ ବିଷୟରେ କହିବା ତେବେ ସେ ଆଜିକାଲି ରିୟାଲିଟି ଶୋ’ ବିଗ ବସ୍‌ -୧୪ର ଶୁଟିଂରେ ବ୍ୟସ୍ତ ରହୁଛନ୍ତି। ଏହା ବ୍ୟତୀତ ତାଙ୍କ ଫିଲ୍ମ ‘ରାଧେ’ ୨୦୨୧ରେ ମୁକ୍ତିଲାଭ କରିବ। ଶୁଣିବାକୁ ମିଳୁଛି ସଲମାନ ତାଙ୍କ ଜନ୍ମଦିନରେ ପ୍ରଶଂସକଙ୍କ ସହ ଫିଲ୍ମ ‘ରାଧେ’ର ରିଲିଜ ତାରିଖ ଶେୟାର କରିବେ। ଏହା ବ୍ୟତୀତ ତାଙ୍କ ଫିଲ୍ମ ‘ଦ ଫାଇନାଲ ଟ୍ରୁଥ୍‌ ମଧ୍ୟ ଚଳିତବର୍ଷ ରିଲିଜ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri