ଭାରତର ୫ମ ପୋଷ୍ଟର ରିଲିଜ୍‌

ମୁମ୍ବାଇ,୧୯।୪: ଅଲୀ ଅବ୍ବାସ ଜଫରଙ୍କ ଆଗାମୀ ଫିଲ୍ମ ଓ ସଲମାନଙ୍କ ବହୁ ପ୍ରତିକ୍ଷିତ  ଫିଲ୍ମ ଭାରତର ୫ମ ପୋଷ୍ଟର ରିଲିଜ୍‌ ହୋଇଛି। ପୂର୍ବରୁ ଏହି ଫିଲ୍ମର ୪ଟି ପୋଷ୍ଟର ରିଲିଜ ହୋଇସାରିଛି। ଏହି ପୋଷ୍ଟରରେ ସଲମାନ ଓ କ୍ୟାଟରିନାଙ୍କ ଜବରଦସ୍ତ ଲୁକ୍‌ ଦେଖିବାକୁ ମିଳିଛି। ସଲମାନ ସାର୍ଟ ଓ ବ୍ଲେଜର ପିନ୍ଧିଥିବା ବେଳେ ଜଣେ ମଧ୍ୟମ ବର୍ଗର ବ୍ୟକ୍ତି ଭାବେ ନଜର ଆସିଛନ୍ତି। ସେହିପରି କ୍ୟାଟ୍ରିନା କେଫ ଶାଢ଼ୀରେ ନଜର ଆସିଥିବା ବେଳେ ସେ ମଧ୍ୟ ଖୁବ୍‌ ଗର୍ଜିୟସ ଦେଖାଯାଉଛନ୍ତି।  ସଲମାନ ଏହି ପୋଷ୍ଟରକୁ ଶେୟାର କରିବା ସହ କ୍ୟାପସନରେ ଲେଖିଛନ୍ତି। ”ସବୁ ହସ ହସ ମୁହଁ ପଛରେ ଦୁଃଖ ଲୁଚି ରହିଥାଏ। ଆଉ ସେହି ଦୁଃଖ ତୁମକୁ ଜୀବିତ ରଖିଥାଏ। ଭାରତର ପ୍ରତଶ୍ରୁତି’। ଏହା ପୂର୍ବରୁ ସଲମାନ ଭାରତରେ ଥିବା ନିଜର ୪ଟି ଲୁକ୍‌କୁ ଶେୟାର କରିଥିଲେ। ଯେଉଁଥିରେ ତାଙ୍କୁ ଯୁବାବସ୍ଥାରୁ ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ଦେଖିବାକୁ ମିଳିଥିଲା। ସୂଚନାଯୋଗ୍ୟ, ଭାରତ ହେଉଛି କୋରିଆନ ଫିଲ୍ମ ‘ଓଡ ଟୁ ମାଇ ଫାଦର’ର ରିମେକ। ଏହି ଫିଲ୍ମରେ ଭାରତର ଇତିହାସକୁ ଜଣେ ସାଧାରଣ ବ୍ୟକ୍ତି ଜରିଆରେ ପରଦାକୁ ଆଣିବାକୁ ଚେଷ୍ଟା କରାଯାଇଛି। ଏଥିରେ ସଲମାନଙ୍କ ବିପକ୍ଷରେ କ୍ୟାଟ୍ରିନାଙ୍କୁ ଦେଖିବାକୁ ମିଳିବ। ଏହି ଫିଲ୍ମ ସମେତ ୬ଟି ଫିଲ୍ମରେ ସଲମାନ-କ୍ୟାଟ୍ରିନା ଏକା ସାଙ୍ଗରେ କାମ କରିସାରିଛନ୍ତି। ତେବେ ଜୁନ ୫ରେ ଏହି ଫିଲ୍ମ ମୁକ୍ତିଲାଭ କରିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri