ସଲମାନଙ୍କୁ ହତ୍ୟା ଧମକ ନେଇ ମୁହଁ ଖୋଲିଲେ ପିତା: କ୍ଷମା ମାଗିବା ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୧୯।୧୦: ଅଭିନେତା ସଲମାନ ଖାନଙ୍କୁ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗରୁ ଆସୁଥିବା ଧମକ ଉପରେ ମୁହଁ ଖୋଲିଛନ୍ତି ପିତା ସଲିମ ଖାନ। ସେ କହିଛନ୍ତି, ସଲମାନ କାହାକୁ କ୍ଷମା ମାଗିବାର ଆବଶ୍ୟକତା ନାହିଁ କାରଣ ସେ ଆଜି ପର୍ଯ୍ୟନ୍ତ ଏକ ଅସରପା ମାରି ନାହାଁନ୍ତି। ଧମକ କେବଳ ଜବରଦସ୍ତି ଟଙ୍କା ଆଦାୟର ବିଷୟ। ଗତ ବର୍ଷ ଠାରୁ ସଲମାନଙ୍କୁ ହତ୍ୟା ଧମକ ମିଳୁଛି। ବିଶେଷକରି ବାବା ସିଦ୍ଦିକିଙ୍କ ମୃତ୍ୟୁ ପରେ ଅବସ୍ଥା ଆହୁରି ଖରାପ ହୋଇଯାଇଛି।

ଏକ ସାକ୍ଷାତକାର ସମୟରେ ସଲିମ ଖାନ କହିଛନ୍ତି, କ୍ଷମା ମାଗିବା ହେଉଛି ମୁଁ ହତ୍ୟା କରିଛି। ସଲମାନ କୌଣସି ପ୍ରାଣୀକୁ ହତ୍ୟା କରି ନ ଥିଲେ। ଆମେ କୌଣସି ଅସରପାକୁ ମଧ୍ୟ ଆଜି ପର୍ଯ୍ୟନ୍ତ ହତ୍ୟା କରିନାହୁଁ। ଆମେ ମଧ୍ୟ କେବେ ବି ବନ୍ଧୁକ ବ୍ୟବହାର କରିନାହୁଁ। ସଲମାନ ପଶୁମାନଙ୍କୁ ଭଲ ପାଆନ୍ତି। ତେଣୁ ସେ ହତ୍ୟା କଲେ କୁଆଡୁ, କ୍ଷମା ମାଗିବେ କାହିଁକି ବୋଲି ସଲିମ ପ୍ରଶ୍ନ କରିଛନ୍ତି।

ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ତଥା ଅଜିତ ପାୱାର ଏନସିପିର ଭେଟେରାନ ନେତା ବାବା ସିଦ୍ଦିକିଙ୍କୁ ଅକ୍ଟୋବର ୧୨ ରାତିରେ ଗୁଳି କରି ହତ୍ୟା କରାଯାଇଥିଲା। ପୋଲିସର ସୂଚନାନୁସାରେ, ତାଙ୍କୁ ତିନି ଜଣ ଶୁଟର ହତ୍ୟା କରିଥିଲେ। ହତ୍ୟା ପରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ନିଜକୁ ଦାୟୀ କରିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ତଦନ୍ତ ମଧ୍ୟ ଚାଲିଛି। ଏଥି ସହିତ ସଲମାନ ଖାନଙ୍କୁ ବାରମ୍ବାର ହତ୍ୟା ଧମକ ମଧ୍ୟ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଅଦ୍ଭୁତ ଦୃଶ୍ୟ, ମୋଦିଙ୍କ ଭାଷଣ ବିନା…

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତି ସଂସଦର ମିଳିତ ଅଧିବେଶନକୁ ସମ୍ୱୋଧିତ କରିବା ପରେ, ଆଲୋଚନା ହୁଏ ଏବଂ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ଅଭିଭାଷଣ ରଖାଯାଏ। କିନ୍ତୁ, ଲୋକ ସଭାରେ ହଟ୍ଟଗୋଳ ଯୋଗୁଁ…

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri