ସଲମାନଙ୍କ ପ୍ରଥମ ଦରମା ଥିଲା ଏତିକି

ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଆଜି ୫୬ ବର୍ଷ ବୟସ ହୋଇଛି । ଏହି ବିଶେଷ ଅବସରରେ ତାଙ୍କ ପ୍ରଶଂସକ, ତାଙ୍କ ବନ୍ଧୁ ଏବଂ ପରିବାର ସଦସ୍ୟମାନେ ତାଙ୍କୁ ଜନ୍ମଦିନ ରେ ଅଭିନନ୍ଦନ ଜଣାଇଛନ୍ତି। ସେ ୩୦ ବର୍ଷରୁ ଅଧିକ ସମୟ ଧରି ବଲିଉଡରେ ସକ୍ରିୟ ଅଛନ୍ତି। ୫୬ ବର୍ଷ ବୟସରେ ମଧ୍ୟ ତାଙ୍କ ନାମରେ ଫିଲ୍ମ ଚାଲିଥାଏ। ଏକ ଚଳଚ୍ଚିତ୍ରରେ ତାଙ୍କର ଉପସ୍ଥିତି ଏକ ହିଟ ର ଗ୍ୟାରେଣ୍ଟି। ୨୭ ଡିସେମ୍ବର ୧୯୬୫ରେ ମଧ୍ୟପ୍ରଦେଶର ଇନ୍ଦୋରରେ ଜନ୍ମଗ୍ରହଣ କରିଥିବା ସଲମାନ ଖାନଙ୍କ ପ୍ରଶଂସକମାନେ କେବଳ ଭାରତରେ ନୁହଁନ୍ତି, ସମଗ୍ର ବିଶ୍ୱରେ ଅଛନ୍ତି।
ସଲମାନ ଫିଲ୍ମ ‘ବିବି ହୋ ତୋ ୟେସି’ ସହିତ ବଲିଉଡରେ କ୍ୟାରିୟର୍‌ ଆରମ୍ଭ କରିଥିଲେ। ଏହି ଫିଲ୍ମରେ ସେ ଏକ ସହଅଭିନେତା ଭୂମିକାରେ ଅଭିନୟ କରିଥିଲେ। ବଲିଉଡରେ ତାଙ୍କର ପ୍ରଥମ ମୁଖ୍ୟ ଭୂମିକା ଥିଲା ସୁରଜ ବଡଜାତେଙ୍କ ରୋମାଣ୍ଟିକ ଚଳଚ୍ଚିତ୍ର ମେନେ ପ୍ୟାର୍‌ କିୟା। ଏହି ଫିଲ୍ମଟି ସେତେବେଳେ ସର୍ବାଧିକ ଆୟ କରିଥିବା ଫିଲ୍ମ ମଧ୍ୟରୁ ଗୋଟିଏ ଥିଲା। ସଲମାନ ମେନେ ପ୍ୟାର କିୟା ଚଳଚ୍ଚିତ୍ର ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ଫିଲ୍ମଫେୟାର ପୁରସ୍କାର ମଧ୍ୟ ପାଇଥିଲେ। ଫିଲ୍ମ ହିଟ ହେବା ପରେ ମଧ୍ୟ ସେ କିଛି ମାସ ପର୍ଯ୍ୟନ୍ତ କାମ ପାଇ ନ ଥିଲେ।
ସଲମାନ ଖାନ ତାଙ୍କର ଏକ ସାକ୍ଷାତକାରରେ କହିଥିଲେ ଯେ, ତାଙ୍କର ପ୍ରଥମ ରୋଜଗାର ମାତ୍ର ୭୫ ଟଙ୍କା ଥିଲା। ମାତ୍ର ୭୫ ଟଙ୍କାରେ କାମ ଆରମ୍ଭ କରି ଆଜି ସଲମାନ କୋଟି କୋଟି ଟଙ୍କାରେ କାମ କରୁଛନ୍ତି। ଆଜି ସେ ଜଣେ ମହଙ୍ଗା ଭାରତୀୟ ଅଭିନେତା।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri