ସଲମାନଙ୍କ ନାୟିକା ସାଜିବେ ରଶ୍ମିକା

ମୁମ୍ବାଇ: ନିକଟରେ ‘ଆନିମଲ’ ଫିଲ୍ମରେ ନିଜ ଅଭିନୟର ଯାଦୁ ଦେଖାଇଥିବା ଅଭିନେତ୍ରୀ ରଶ୍ମିକା ମନ୍ଦାନା ‘ସିକନ୍ଦର’ ଫିଲ୍ମରେ ବଲିଉଡ୍‌ ସୁପରଷ୍ଟାର ସଲ୍‌ମାନ ଖାନ୍‌ଙ୍କ ବିପକ୍ଷରେ ନଜର ଆସିବେ। ଆସନ୍ତା ବର୍ଷ ଇଦ୍‌ ଉପଲକ୍ଷେ ରିଲିଜ୍‌ ହେବାକୁ ଥିବା ଏହି ଚଳଚ୍ଚିତ୍ରରେ ପ୍ରଥମ ଥର ପାଇଁ ରଶ୍ମିକା ଏବଂ ସଲ୍‌ମାନଙ୍କୁ ଏକାଠି ଦେଖିବାକୁ ମିଳିବ। ଫିଲ୍ମ ପ୍ରଯୋଜକ ସାଜିଦ୍‌ ନାଦିଆଡ୍‌ୱାଲାଙ୍କ ତରଫରୁ ନିଜ ଅଫିସିଆଲ୍‌ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଗୁରୁବାର ଏହି ଘୋଷଣା କରାଯାଇଛି। ଏ. ଆର୍‌. ମୁରୁଗାଡୋସ୍‌ଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ସଲମାନ୍‌ଙ୍କ ବିପକ୍ଷରେ କେଉଁ ଅଭିନେତ୍ରୀ ନଜର ଆସିବେ, ଏହାକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଉତ୍କଣ୍ଠା ଲାଗି ରହିଥିଲା।
ନ୍ୟାଶନାଲ କ୍ରସ୍‌ କୁହାଯାଉଥିବା ରଶ୍ମିକା ପ୍ରଥମ ଥର ପାଇଁ ସଲମାନ୍‌ଙ୍କ ସହ ସ୍କ୍ରିନ୍‌ ଶେୟାର କରିବେ। ଫିଲ୍ମ ନିର୍ମାତା ସାଜିଦ ନାଦିଆଡ୍‌ୱାଲା ନିଜ ଇନ୍‌ଷ୍ଟାଗ୍ରାମ ହ୍ୟାଣ୍ଡେଲରେ ସଲମାନ୍‌ ଓ ଏ. ଆର୍‌. ମୁରୁଗାଡୋସ୍‌ଙ୍କ ସହ ରଶ୍ମିକାଙ୍କ ଫଟୋ ଶେୟାର କରିଛନ୍ତି। ଏହି ପୋଷ୍ଟର କ୍ୟାପ୍‌ସନରେ ସେ ଲେଖିଛନ୍ତି, ”ସିକନ୍ଦରରେ ସଲ୍‌ମାନ ଖାନ୍‌ଙ୍କ ସହ ଅଭିନୟ କରିବାକୁ ରଶ୍ମିକା ମନ୍ଦନାଙ୍କୁ ସ୍ବାଗତ। ଇଦ୍‌ ୨୦୨୫ ଅବସରରେ ତାଙ୍କର ଅନ୍‌-ସ୍କ୍ରିନ୍‌ ମ୍ୟାଜିକ୍‌ ଦେଖିବାକୁ ଉତ୍କଣ୍ଠା ବଢ଼ି ଚାଲିଛି“। ସେପଟେ ରଶ୍ମିକା ନିଜ ଇନ୍‌ଷ୍ଟାଗ୍ରାମ ଷ୍ଟୋରିରେ ଏହି ପୋଷ୍ଟକୁ ଶେୟାର କରିଛନ୍ତି। ‘ସିକନ୍ଦର’ ଫିଲ୍ମର ଏକ ଅଂଶ ହୋଇଥିବାରୁ ବେଶ ଖୁସିବ୍ୟକ୍ତ କରିବା ସହ ଫିଲ୍ମ ନିର୍ମାତାଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି। ଏହି ଫିଲ୍ମରେ ସଲ୍‌ମାନଙ୍କ ବିପକ୍ଷରେ ନାୟିକା ହୋଇ ରଶ୍ମିକା ନିଜ କ୍ୟାରିୟରରେ ଆଉ ଏକ ସୋପାନ ଚଢ଼ିଥିବା ଅନେକ ସିନେ ସମୀକ୍ଷକ ମତ ରଖିଛନ୍ତି। ତେବେ ଉଭୟ ରଶ୍ମିକା ଏବଂ ସଲମାନ୍‌ ଜୁନ ମାସରୁ ଏହି ଫିଲ୍ମର ଶୁଟିଂ ଆରମ୍ଭ କରିବାକୁ ଯାଉଥିବା ରିପୋର୍ଟ ପ୍ରକାଶ ପାଇଛି। ସଲ୍‌ମାନ ଏବଂ ସାଜିଦ ନାଦିଆଡ୍‌ୱାଲା ପୁଣିଥରେ ‘ସିକନ୍ଦର’ ଫିଲ୍ମ ସହ ଏକାଠି କାମ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ଦୁହେଁ ‘କିକ୍‌’ ଚଳଚ୍ଚିତ୍ରରେ ଏକାଠି କାମ କରିଥିଲେ। ସେହିପରି ପ୍ରସିଦ୍ଧ ‘ଗଜନି’ ଫିଲ୍ମର ନିର୍ଦ୍ଦେଶକ ଆର୍‌ ମୁରୁଗାଡୋସ୍‌ ସଲ୍‌ମାନଙ୍କ ସହ ପ୍ରଥମ ଥର ପାଇଁ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri