ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ସହରଠାରୁ ୧୦ କି.ମି. ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟ ଜଳଯୋଗାଣ ଆଦି ମୌଳିକ ସମସ୍ୟା ଲାଗିରହିଛି। ଏବେ ଲୁଣା କରାଣ୍ଡିଆ ନଦୀ ଶୁଖିଲା ପଡ଼ିଛି। ୧୩ ଗ୍ରାମରେ ଦୈନନ୍ଦିନ କାର୍ଯ୍ୟ ପାଇଁ ପାଣି ପାଉନାହାନ୍ତି। ଅପରପକ୍ଷରେ ମୌସୁମୀ ସମୟରେ ଏହି ୨ ନଦୀ ଭୟଙ୍କର ହେଉଛି। ନଦୀଜଳ ୧୩ ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି କରୁଛି। ବର୍ଷା ପୂର୍ବରୁ ନଦୀବନ୍ଧ ସୁଦୃଢ଼ୀକରଣ ପାଇଁ ଏହି ଅଞ୍ଚଳରେ ଦାବି ଜୋର୍‌ଦାର ହୋଇଛି। ଦ୍ୱୀପାଞ୍ଚଳର ୧୩ ଗ୍ରାମ ୩ ବ୍ଲକ୍‌ ଅଧୀନ ୫ ପଞ୍ଚାୟତରେ ଅଛି। ମାର୍ଶାଘାଇ ବ୍ଲକ ଆଇତିପୁର ପଞ୍ଚାୟତର ଆଇତିପୁର, ବଳରାମପୁର, ବାଳିସିଂ, ଜଳପୋକ ପଞ୍ଚାୟତ ଅଧୀନରେ ଥିବା ଡିହଜଳପୋକ, ପକ୍ଷଟ, କଣିବାଙ୍କ ସହ ଡେରାବିଶ ବ୍ଲକର ବସପୁର ପଞ୍ଚାୟତ ଅଧୀନରେ ଥିବା ଡିହବସୁପୁର ଓ ଇନ୍ଦାଳୋ ପଞ୍ଚାୟତ ଅଛି। ସେହିପରି ଏଠାରେ ଗରଦପୁର ବ୍ଲକସ୍ଥ ବଙ୍ଗାଳପୁର ପଞ୍ଚାୟତର ସାନସଲାର, ଶିଶୁଆ ଓ ସଠିଲୋ ଗ୍ରାମ ରହିଛି ା ଏହି ୧୩ ରାଜସ୍ବ ଗ୍ରାମର ଗୋଟିଏ ପାର୍ଶ୍ୱରେ କରାଣ୍ଡିଆ ନଦୀ ଓ ଅନ୍ୟ ପାର୍ଶ୍ୱରେ ଲୁଣାନଦୀ ପ୍ରବାହିତ ହେଉଛି। ସଠିଲୋ ନିକଟରୁ ଏହି ଦ୍ୱୀପାଞ୍ଚଳ ଆରମ୍ଭ ହୋଇ ଡିହବଳରାମପୁରରେ ଶେଷ ହୋଇଛି। ଗ୍ରାମବାସୀଙ୍କ ମୁଖ୍ୟ ଜୀବିକା ପନିପରିବା ଚାଷ ହୋଇଥିବା ବେଳେ ଜଳସେଚନ ଓ ଉଠାଜଳସେଚନ ବିଭାଗ ପକ୍ଷରୁ ଆରମ୍ଭ ହୋଇଥିବା ବିଭିନ୍ନ ପ୍ରକଳ୍ପ ଶେଷ ହୋଇ ନ ଥିବା ଗ୍ରାମବାସୀ କହିଛନ୍ତି।
ଏ ସମ୍ପର୍କରେ ସାମାଜିକ କର୍ମୀ ନଗେନ୍ଦ୍ର ଜେନା କହିଛନ୍ତି, କରାଣ୍ଡିଆ ନଦୀ ଉପରେ ଏକ ପଥର ଆଡିବନ୍ଧ ନିର୍ମାଣ ଅଧାରେ ଅଟକିଯାଇଛି। ଲୁଣାନଦୀର ବାମପାର୍ଶ୍ୱ ସୁଦୃଢ଼ ହେଉଥିବା ବେଳେ ଦକ୍ଷିଣପାର୍ଶ୍ୱ ବନ୍ଧର ବହୁ ସ୍ଥାନ ଦୁର୍ବଳ ଅଛି। ମହାନଦୀ ସିଷ୍ଟମରେ ବନ୍ୟାଜଳ ପ୍ରବାହିତ ହେଲେ ଦ୍ୱୀପାଞ୍ଚଳବାସୀଙ୍କ ପାଇଁ ବିପଦ ଘନାଇ ଆସୁଛି। ସେହିପରି ଡିହବଳରାମପୁର ଗଁାର ରମେଶ ଚନ୍ଦ୍ର ସାହାଣୀ କହିଛନ୍ତି, ଦ୍ୱୀପାଞ୍ଚଳରେ ଲୁଣାନଦୀ ବାମପାର୍ଶ୍ୱ ବନ୍ଧର ଲମ୍ବ ୫ କି.ମି.। ଏଥିରୁ ପ୍ରଥମ ୨ କି.ମି. ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ଥିବା ବେଳେ ଅବଶିଷ୍ଟ ବନ୍ଧ ଜଳ ସମ୍ପଦ ବିଭାଗ ଅଧୀନରେ ଅଛି। ବିଭିନ୍ନ ସମୟରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ନଦୀବନ୍ଧ ନିର୍ମାଣ ପାଇଁ ଟେଣ୍ଡର ହେଉଥିଲେ ମଧ୍ୟ ପ୍ରକଳ୍ପ ଅଧାପନ୍ତରିଆ ରହୁଛି। ଅପରପକ୍ଷରେ ଜଳସେଚନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଉ ନ ଥିବା ସେ କ୍ଷୋଭର ସହ ପ୍ରକାଶ କରିଛନ୍ତି। ସେହିପରି ଏହି ଦ୍ୱୀପାଞ୍ଚଳରେ ମୌଳିକ ସୁବିଧା ମିଳୁ ନ ଥିବା ଗ୍ରାମବାସୀ ମତ ଦେଇଛନ୍ତି। ଏ ସମ୍ପର୍କରେ ଜଳ ସମ୍ପଦ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ଉମେଶ ଚନ୍ଦ୍ର ସେଠୀଙ୍କୁ ପଚାରିବାରେ ନଦୀବନ୍ଧ ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ଏଥିସହ ଦ୍ୱୀପାଞ୍ଚଳର ଉନ୍ନତି ପାଇଁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?