ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ସକାଳେ ପଶ୍ଚିମବଙ୍ଗରୁ ବାଲିଆପାଳ ଅଭିମୁଖେ ଯାଉଥିବା ଏକ ଲୁଣ ବୋଝେଇ ଇଞ୍ଜିନ ରିକ୍ସା ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡିଥିଲା । ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ରିକ୍ସା ତଳେ ଚାପି ହୋଇଥିବା ରିକ୍ସା ଚାଳକ ଓ ଖାଲାସୀକୁ ଉଦ୍ଧାର କରି କମର୍ଦ୍ଦା ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ।

ଡାକ୍ତର ସେଠାରେ ପଶ୍ଚିମବଙ୍ଗ ପୂର୍ବ ମେଦିନୀପୁର ଜିଲା ରାମନଗର ଥାନା ଦେଉଳି ଗ୍ରାମର ଖାଲାସୀ ମଣ୍ଟୁପାଳ (୩ ୮ )ଙ୍କୁ ମୃତ ଘୋଷଣା କରିଥିବା ବେଳେ ରିକ୍ସା ଚାଳକ ସୁକୁମାର ଭୂୟାଁଙ୍କୁ ଆହତ ବସ୍ଥାରେ ଚିକିତ୍ସା କରାଯାଉଛି । କମର୍ଦ୍ଦା ପୋଲିସ ଏହି ଦୁର୍ଘଟଣାରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ଶବକୁ ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇ ପ୍ରାଥମିକ ତଦନ୍ତ ଜାରି ରଖିଥିବାର ସୂଚନା ମିଳିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri