୧୦ ହଜାର ଟ୍ୟୁବ୍‌ୱେଲରୁ ଲୁଣା ପାଣି ବାହାରୁଛି

କେନ୍ଦ୍ରାପଡ଼ା ଅଫିସ,୧୭ା୨: କେନ୍ଦ୍ରାପଡ଼ା ଜିଲା ପ୍ରଶାସନିକ ଅଭିଯୋଗ ଶୁଣାଣି ଶିବିର ଓ ୮ ବ୍ଲକରେ ‘ପଲ୍ଲୀରେ ପ୍ରଶାସନ’ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅଧିକାଂଶ ସାମୂହିକ ଅଭିଯୋଗ ଭାବେ ପାନୀୟ ଜଳ ସମସ୍ୟା ନିରାକରଣ ପାଇଁ ଆବେଦନ ପତ୍ର ଆସିଛି। ଖରାଦିନ ଆରମ୍ଭରୁ ଏହି ସମସ୍ୟା ଦେଖାଦେଇଥିବା ବେଳେ ଆଗାମୀ ମାସଗୁଡିକ ଜିଲାବାସୀଙ୍କ ପାଇଁ ଏକ ସଙ୍କଟମୟ ପରିସ୍ଥିତି ସୃଷ୍ଟି କରିବ ବୋଲି ମତ ପ୍ରକାଶ ପାଇଛି। ଏ ସମ୍ପର୍କରେ ସୂଚନା ଅଧିକାର ଅଭିଯାନର ଜିଲା ଆବାହକ ପ୍ରତାପ ଚନ୍ଦ୍ର ମହାନ୍ତି କହିଛନ୍ତି, କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ପ୍ରବାହିତ ହେଉଛି। ରାଜ୍ୟର ଦ୍ୱିତୀୟ ବୃହତ୍ତମ ନଦୀ ଜଳପଥ ଜିଲାରେ ଅଛି। ଉପକୂଳବର୍ତ୍ତୀ ଏହି ଜିଲାରେ ୧୭,୨୩୮ଟି ଟ୍ୟୁବ୍‌ୱେଲ, ୩୩୧ ପାନୀୟ ଜଳ ପ୍ରକଳ୍ପ, ୧୮୧ ଓଭରହେଡ୍‌ ଟାଙ୍କି ଜିଲାବାସୀଙ୍କୁ ପାନୀୟ ଜଳ ଯୋଗାଣ ପାଇଁ ରହିଥିବା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ତଥ୍ୟରେ ଉଲ୍ଲେଖ ଅଛି। ଏହାସତ୍ତ୍ୱେ ଜିଲାବାସୀଙ୍କ ଶୋଷ ମେଣ୍ଟୁ ନାହିଁ। କେନ୍ଦ୍ରାପଡ଼ା ଓ ଡେରାବିଶ ବ୍ଲକ ବ୍ୟତୀତ ଜିଲାର ୭ଟି ବ୍ଲକରେ ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବଓ୍ବେଲରୁ ଲୁଣା ପାଣି ବାହାରୁଥିବା ଜଳ ସମ୍ପଦ ବିଭାଗ ୨୦୨୧ ସର୍ଭେ ରିପୋର୍ଟରୁ ଜଣାପଡିଛି। ରାଜ୍ୟର ଏକମାତ୍ର ଜଳ ସଙ୍କଟ ଜିଲା ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇ ଜଳଶକ୍ତି ଅଭିଯାନ ମାଧ୍ୟମରେ ଭୂତଳ ଜଳ ରିଚାର୍ଜ ବ୍ୟବସ୍ଥା ହୋଇଥିଲେ ମଧ୍ୟ ଏହାର ସୁଫଳ ଜିଲାବାସୀ ଅନୁଭବ କରୁନାହାନ୍ତି। କେନ୍ଦ୍ର ସରକାରଙ୍କ ୨୦୨୪ ସୁଦ୍ଧା ଦେଶର ସମସ୍ତ ଘରକୁ ‘ନଳ ଭିତରେ ଜଳ’ ଯୋଜନା ଏହି ଜିଲାରେ ଏବେ ବି ସ୍ବପ୍ନ ହୋଇରହିବ।
ଏ ସମ୍ପର୍କରେ ସାମାଜିକ କର୍ମୀ ସୁନୀଲ ଗନ୍ତାୟତ, ବିଭୂତି ଭୂଷଣ ରାଉତ, ପ୍ରତାପ ରଞ୍ଜନ ତ୍ରିପାଠୀ, ଦେବାଶିଷ ସାମଲ, ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ କହିଛନ୍ତି, ୭ ନଦୀ ପ୍ରବାହିତ ହେଉଥିବା କେନ୍ଦ୍ରାପଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା। ସମୁଦ୍ର ତଟବର୍ତ୍ତୀ ଜିଲା ହୋଇଥିବାରୁ ଭୂତଳ ଜଳ ଲୁଣା ହୋଇଯାଇଛି। ଟାଙ୍କିଗୁଡିକ ପ୍ରାୟ ଶୁଖିଲା ରହୁଛି। ଗୋଟିଏ ଟ୍ୟୁବୱେଲ ଖୋଳିଲେ ଅନୂ୍ୟନ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ସେଥିରେ ମଧ୍ୟ ଲୁଣା ପାଣି ବାହାରୁଛି। ସେହିପରି ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ଆଦି ୭ ନଦୀରୁ ଜଳ ଶୋଷୁଛି। ଫଳରେ ଜଳଧାରା ହ୍ରାସ ହୋଇଛି। ଏଥିଯୋଗୁ ଭୂତଳ ଜଳ ରିଚାର୍ଜ ହେବା ସମ୍ଭାବନା କମିଛି। ଜିଲାର ଗରଦପୁର ବ୍ଲକ ଅଞ୍ଚଳର ଭୂତଳ ଜଳସ୍ତର ପାନୀୟ ଜଳ ପାଇଁ ଅନୁପଯୁକ୍ତ ବୋଲି ରାଜ୍ୟ ଓ କେନ୍ଦ୍ର ଜଳ ସମ୍ପଦ ବିଭାଗ ରିପୋର୍ଟରୁ ସୂଚନା ମିଳିଛି। ସେହିପରି ଆଳି, ରାଜନଗର, ରାଜକନିକା ଅଞ୍ଚଳରେ କେନାଲ ନାହିଁ। ଏଠାରେ ଭୂତଳ ଜଳ ରିଚାର୍ଜ ହୋଇ ପାରୁ ନ ଥିବାରୁ ପାନୀୟ ଜଳ ସ୍ଥିତି ମହାକାଳପଡ଼ା ବ୍ଲକ ପରି ଅଭାବ ଦେଖାଦେଇଛି। ଭୂତଳ ଜଳସ୍ତର ରିଚାର୍ଜ ପାଇଁ ୨୦୧୯ରେ ରାଜ୍ୟର ଏକମାତ୍ର କେନ୍ଦ୍ରାପଡ଼ା ଜିଲା ଜଳଶକ୍ତି ଅଭିଯାନରେ ସାମିଲ ହୋଇଛି। ଏହି ଅଭିଯାନରେ ପ୍ରତି ଟ୍ୟୁବୱେଲରେ ସୋକ୍‌ପିଟ୍‌ ପାଇପ ଫିଟିଂ, ବନୀକରଣ, ବର୍ଷାଜଳ ସଂରକ୍ଷଣ, ଜଳଉତ୍ସର ପୁନରୁଦ୍ଧାର ଆଦିକୁ ଗୁରୁତ୍ୱ ଦିଆଯାଇଛି। ତେବେ ଏହି ଅଭିଯାନ ଜିଲାର ପ୍ରଶାସନିକ ଅବହେଳା ଯୋଗୁ ଫେଲ୍‌ ମାରିଛି। ଫଳରେ ଭୂତଳ ଜଳ ରିଚାର୍ଜ ହୋଇପାରୁନାହିଁ। ଅପରପକ୍ଷରେ ୨୦୨୪ ମସିହା ସୁଦ୍ଧା ଜିଲାର ୨,୯୧,୧୬୦ ପରିବାରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ତେବେ ମାତ୍ର ୩୩ ହଜାର ପରିବାର ଏଥିରୁ ଉପକୃତ ହୋଇଛନ୍ତି। ପାଇପ ଯୋଗେ ପାଣି ଯୋଗାଇବା ପାଇଁ ଜିଲାର ବିଭିନ୍ନ ସ୍ଥାନରେ ମେଗା ଜଳ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଆରମ୍ଭ ପୂର୍ବରୁ ଜମି ଓ ପରିବେଶ ସମ୍ପର୍କରେ ତଦନ୍ତ ହୋଇନାହିଁ। ଫଳରେ ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ଏନ୍‌ଜିଟି ମାମଲାରେ ଛନ୍ଦି ହୋଇଛି। ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କ ସମନ୍ବୟ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା ସେମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ବସନ୍ତ ନାୟକଙ୍କୁ ପଚାରିବାରେ ଗ୍ରାମାଞ୍ଚଳରେ ପାଇପ ପାଣି ସଂଯୋଗ ପାଇଁ ବିଭିନ୍ନ ପ୍ରକଳ୍ପ ପ୍ରକ୍ରିୟା ଜାରି ରହିଛି। କରୋନା ସଂକ୍ରମଣ କାଳରେ ଏ ନେଇ ଅଳ୍ପ ପରିମାଣରେ ଶିଥିଳତା ପ୍ରକାଶ ପାଇଥିଲା। ଖୁବ୍‌ଶୀଘ୍ର ଧାର୍ଯ୍ୟ ଲକ୍ଷ୍ୟରେ ପହଞ୍ଚତ୍ବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri