୧୦ ହଜାର ଟ୍ୟୁବ୍‌ୱେଲରୁ ଲୁଣା ପାଣି ବାହାରୁଛି

କେନ୍ଦ୍ରାପଡ଼ା ଅଫିସ,୧୭ା୨: କେନ୍ଦ୍ରାପଡ଼ା ଜିଲା ପ୍ରଶାସନିକ ଅଭିଯୋଗ ଶୁଣାଣି ଶିବିର ଓ ୮ ବ୍ଲକରେ ‘ପଲ୍ଲୀରେ ପ୍ରଶାସନ’ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅଧିକାଂଶ ସାମୂହିକ ଅଭିଯୋଗ ଭାବେ ପାନୀୟ ଜଳ ସମସ୍ୟା ନିରାକରଣ ପାଇଁ ଆବେଦନ ପତ୍ର ଆସିଛି। ଖରାଦିନ ଆରମ୍ଭରୁ ଏହି ସମସ୍ୟା ଦେଖାଦେଇଥିବା ବେଳେ ଆଗାମୀ ମାସଗୁଡିକ ଜିଲାବାସୀଙ୍କ ପାଇଁ ଏକ ସଙ୍କଟମୟ ପରିସ୍ଥିତି ସୃଷ୍ଟି କରିବ ବୋଲି ମତ ପ୍ରକାଶ ପାଇଛି। ଏ ସମ୍ପର୍କରେ ସୂଚନା ଅଧିକାର ଅଭିଯାନର ଜିଲା ଆବାହକ ପ୍ରତାପ ଚନ୍ଦ୍ର ମହାନ୍ତି କହିଛନ୍ତି, କେନ୍ଦ୍ରାପଡ଼ା ଜିଲାରେ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ୭ ନଦୀ ପ୍ରବାହିତ ହେଉଛି। ରାଜ୍ୟର ଦ୍ୱିତୀୟ ବୃହତ୍ତମ ନଦୀ ଜଳପଥ ଜିଲାରେ ଅଛି। ଉପକୂଳବର୍ତ୍ତୀ ଏହି ଜିଲାରେ ୧୭,୨୩୮ଟି ଟ୍ୟୁବ୍‌ୱେଲ, ୩୩୧ ପାନୀୟ ଜଳ ପ୍ରକଳ୍ପ, ୧୮୧ ଓଭରହେଡ୍‌ ଟାଙ୍କି ଜିଲାବାସୀଙ୍କୁ ପାନୀୟ ଜଳ ଯୋଗାଣ ପାଇଁ ରହିଥିବା ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗର ତଥ୍ୟରେ ଉଲ୍ଲେଖ ଅଛି। ଏହାସତ୍ତ୍ୱେ ଜିଲାବାସୀଙ୍କ ଶୋଷ ମେଣ୍ଟୁ ନାହିଁ। କେନ୍ଦ୍ରାପଡ଼ା ଓ ଡେରାବିଶ ବ୍ଲକ ବ୍ୟତୀତ ଜିଲାର ୭ଟି ବ୍ଲକରେ ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବଓ୍ବେଲରୁ ଲୁଣା ପାଣି ବାହାରୁଥିବା ଜଳ ସମ୍ପଦ ବିଭାଗ ୨୦୨୧ ସର୍ଭେ ରିପୋର୍ଟରୁ ଜଣାପଡିଛି। ରାଜ୍ୟର ଏକମାତ୍ର ଜଳ ସଙ୍କଟ ଜିଲା ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇ ଜଳଶକ୍ତି ଅଭିଯାନ ମାଧ୍ୟମରେ ଭୂତଳ ଜଳ ରିଚାର୍ଜ ବ୍ୟବସ୍ଥା ହୋଇଥିଲେ ମଧ୍ୟ ଏହାର ସୁଫଳ ଜିଲାବାସୀ ଅନୁଭବ କରୁନାହାନ୍ତି। କେନ୍ଦ୍ର ସରକାରଙ୍କ ୨୦୨୪ ସୁଦ୍ଧା ଦେଶର ସମସ୍ତ ଘରକୁ ‘ନଳ ଭିତରେ ଜଳ’ ଯୋଜନା ଏହି ଜିଲାରେ ଏବେ ବି ସ୍ବପ୍ନ ହୋଇରହିବ।
ଏ ସମ୍ପର୍କରେ ସାମାଜିକ କର୍ମୀ ସୁନୀଲ ଗନ୍ତାୟତ, ବିଭୂତି ଭୂଷଣ ରାଉତ, ପ୍ରତାପ ରଞ୍ଜନ ତ୍ରିପାଠୀ, ଦେବାଶିଷ ସାମଲ, ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ କହିଛନ୍ତି, ୭ ନଦୀ ପ୍ରବାହିତ ହେଉଥିବା କେନ୍ଦ୍ରାପଡ଼ା ଜିଲାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା। ସମୁଦ୍ର ତଟବର୍ତ୍ତୀ ଜିଲା ହୋଇଥିବାରୁ ଭୂତଳ ଜଳ ଲୁଣା ହୋଇଯାଇଛି। ଟାଙ୍କିଗୁଡିକ ପ୍ରାୟ ଶୁଖିଲା ରହୁଛି। ଗୋଟିଏ ଟ୍ୟୁବୱେଲ ଖୋଳିଲେ ଅନୂ୍ୟନ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ସେଥିରେ ମଧ୍ୟ ଲୁଣା ପାଣି ବାହାରୁଛି। ସେହିପରି ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ଆଦି ୭ ନଦୀରୁ ଜଳ ଶୋଷୁଛି। ଫଳରେ ଜଳଧାରା ହ୍ରାସ ହୋଇଛି। ଏଥିଯୋଗୁ ଭୂତଳ ଜଳ ରିଚାର୍ଜ ହେବା ସମ୍ଭାବନା କମିଛି। ଜିଲାର ଗରଦପୁର ବ୍ଲକ ଅଞ୍ଚଳର ଭୂତଳ ଜଳସ୍ତର ପାନୀୟ ଜଳ ପାଇଁ ଅନୁପଯୁକ୍ତ ବୋଲି ରାଜ୍ୟ ଓ କେନ୍ଦ୍ର ଜଳ ସମ୍ପଦ ବିଭାଗ ରିପୋର୍ଟରୁ ସୂଚନା ମିଳିଛି। ସେହିପରି ଆଳି, ରାଜନଗର, ରାଜକନିକା ଅଞ୍ଚଳରେ କେନାଲ ନାହିଁ। ଏଠାରେ ଭୂତଳ ଜଳ ରିଚାର୍ଜ ହୋଇ ପାରୁ ନ ଥିବାରୁ ପାନୀୟ ଜଳ ସ୍ଥିତି ମହାକାଳପଡ଼ା ବ୍ଲକ ପରି ଅଭାବ ଦେଖାଦେଇଛି। ଭୂତଳ ଜଳସ୍ତର ରିଚାର୍ଜ ପାଇଁ ୨୦୧୯ରେ ରାଜ୍ୟର ଏକମାତ୍ର କେନ୍ଦ୍ରାପଡ଼ା ଜିଲା ଜଳଶକ୍ତି ଅଭିଯାନରେ ସାମିଲ ହୋଇଛି। ଏହି ଅଭିଯାନରେ ପ୍ରତି ଟ୍ୟୁବୱେଲରେ ସୋକ୍‌ପିଟ୍‌ ପାଇପ ଫିଟିଂ, ବନୀକରଣ, ବର୍ଷାଜଳ ସଂରକ୍ଷଣ, ଜଳଉତ୍ସର ପୁନରୁଦ୍ଧାର ଆଦିକୁ ଗୁରୁତ୍ୱ ଦିଆଯାଇଛି। ତେବେ ଏହି ଅଭିଯାନ ଜିଲାର ପ୍ରଶାସନିକ ଅବହେଳା ଯୋଗୁ ଫେଲ୍‌ ମାରିଛି। ଫଳରେ ଭୂତଳ ଜଳ ରିଚାର୍ଜ ହୋଇପାରୁନାହିଁ। ଅପରପକ୍ଷରେ ୨୦୨୪ ମସିହା ସୁଦ୍ଧା ଜିଲାର ୨,୯୧,୧୬୦ ପରିବାରକୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି। ତେବେ ମାତ୍ର ୩୩ ହଜାର ପରିବାର ଏଥିରୁ ଉପକୃତ ହୋଇଛନ୍ତି। ପାଇପ ଯୋଗେ ପାଣି ଯୋଗାଇବା ପାଇଁ ଜିଲାର ବିଭିନ୍ନ ସ୍ଥାନରେ ମେଗା ଜଳ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଆରମ୍ଭ ପୂର୍ବରୁ ଜମି ଓ ପରିବେଶ ସମ୍ପର୍କରେ ତଦନ୍ତ ହୋଇନାହିଁ। ଫଳରେ ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ଏନ୍‌ଜିଟି ମାମଲାରେ ଛନ୍ଦି ହୋଇଛି। ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କ ସମନ୍ବୟ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା ସେମାନେ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ଜିଲା ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ନିର୍ବାହୀ ଯନ୍ତ୍ରୀ ବସନ୍ତ ନାୟକଙ୍କୁ ପଚାରିବାରେ ଗ୍ରାମାଞ୍ଚଳରେ ପାଇପ ପାଣି ସଂଯୋଗ ପାଇଁ ବିଭିନ୍ନ ପ୍ରକଳ୍ପ ପ୍ରକ୍ରିୟା ଜାରି ରହିଛି। କରୋନା ସଂକ୍ରମଣ କାଳରେ ଏ ନେଇ ଅଳ୍ପ ପରିମାଣରେ ଶିଥିଳତା ପ୍ରକାଶ ପାଇଥିଲା। ଖୁବ୍‌ଶୀଘ୍ର ଧାର୍ଯ୍ୟ ଲକ୍ଷ୍ୟରେ ପହଞ୍ଚତ୍ବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri