୧୦ ହଜାର ନଳକୂପରୁ ବାହାରୁଛି ଲୁଣିପାଣି

କେନ୍ଦ୍ରାପଡ଼ା,୨୮ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୭ ନଦୀ ପ୍ରବାହିତ ହେଉଥିବା ସତ୍ତ୍ୱେ ଏଠାରେ ପାନୀୟ ଜଳ ସଙ୍କଟ ଏକ ମୁଖ୍ୟ ସମସ୍ୟା ହୋଇରହିଛି। କାରଣ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ ଥିବା ବ୍ୟାରେଜ, ଶିଳ୍ପ, କ୍ଷେତ ୭ ନଦୀରୁ ଜଳ ଶୋଷୁଛି। ଫଳରେ ଜଳଧାରା ହ୍ରାସ ହୋଇଛି। ଏଥିଯୋଗୁ ଭୂତଳ ଜଳ ରିଚାର୍ଜ ହେବା ସମ୍ଭାବନା କମିଛି। ଅନ୍ୟପକ୍ଷରେ ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡ଼ା ଜିଲା ହୋଇଥିବାରୁ ଭୂତଳ ଜଳ ଲୁଣି ହୋଇଯାଇଛି। ଗୋଟିଏ ନଳକୂପ ଖୋଳିଲେ ଅନୂ୍ୟନ ୩ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ହେଲେ ସେଥିରୁ ଲୁଣି ପାଣି ବାହାରୁଛି।
ଜିଲାର ଗରଦପୁର ବ୍ଲକ ଅଞ୍ଚଳର ଭୂତଳ ଜଳସ୍ତର ପାନୀୟ ଜଳ ପାଇଁ ଅନୁପଯୁକ୍ତ ବୋଲି ରାଜ୍ୟ ଓ କେନ୍ଦ୍ର ଜଳସମ୍ପଦ ବିଭାଗ ରିପୋର୍ଟରୁ ସୂଚନା ମିଳିଛି। ସେହିପରି ଆଳି, ରାଜନଗର, ରାଜକନିକା ଅଞ୍ଚଳରେ କେନାଲ ନାହିଁ। ଏଠାରେ ଭୂତଳ ଜଳ ରିଚାର୍ଜ ହୋଇପାରୁ ନ ଥିବାରୁ ପାନୀୟ ଜଳ ଅଭାବ ଦେଖାଦେଇଛି। ଭୂତଳ ଜଳସ୍ତର ରିଚାର୍ଜ ପାଇଁ ୨୦୧୯ରେ ରାଜ୍ୟର ଏକମାତ୍ର କେନ୍ଦ୍ରାପଡ଼ା ଜିଲାକୁ ଜଳଶକ୍ତି ଅଭିଯାନରେ ସାମିଲ କରାଯାଇଛି। ଏହି ଅଭିଯାନରେ ପ୍ରତି ନଳକୂପରେ ସକିଂ ପାଇପ ପିଟ୍‌ ଫିଟିଂ, ବନୀକରଣ, ବର୍ଷାଜଳ ସଂରକ୍ଷଣ, ଜଳ ଉତ୍ସର ପୁନରୁଦ୍ଧାର ଆଦିକୁ ଗୁରୁତ୍ୱ ଦିଆଯାଇଛି। ତେବେ ଏହି ଅଭିଯାନ ଜିଲାର ପ୍ରଶାସନିକ ଅବହେଳା ଯୋଗୁ ଫେଲ୍‌ ମାରିଛି ବୋଲି ସାମାଜିକ କର୍ମୀ ପ୍ରତାପ ପାଢ଼ୀ, ବିଭୂତି ଭୂଷଣ ରାଉତ, ପ୍ରତାପ ରଞ୍ଜନ ତ୍ରିପାଠୀ, ଦେବାଶିଷ ସାମଲ, ପ୍ରକାଶ ଚନ୍ଦ୍ର ଦାସ ପ୍ରମୁଖ କହିଛନ୍ତି।
ଅପରପକ୍ଷରେ ୨୦୨୫ ମାର୍ଚ୍ଚ ସୁଦ୍ଧା ଜିଲାର ୨,୯୧,୧୬୦ ପରିବାରକୁ ପାଇପ୍‌ ଯୋଗେ ପାନୀୟ ଜଳ ଯୋଗାଣ ନିମନ୍ତେ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ହୋଇ ପାରିଲାନାହିଁ। ତେବେ ମାତ୍ର ୩୩ ହଜାର ପରିବାର ଏଥିରୁ ଉପକୃତ ହୋଇଛନ୍ତି। ପାଇପ ଯୋଗେ ପାଣି ଯୋଗାଇବା ପାଇଁ ଜିଲାର ବିଭିନ୍ନ ସ୍ଥାନରେ ମେଗା ଉଠାଜଳ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ପ୍ରକଳ୍ପ ଆରମ୍ଭ ପୂର୍ବରୁ ଜମି ଓ ପରିବେଶ ସମ୍ପର୍କରେ ତଦନ୍ତ ହୋଇନାହିଁ। ଫଳରେ ମାର୍ଶାଘାଇ ବ୍ଲକ ମଣିକୁଣ୍ଡାଠାରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ଏନ୍‌ଜିଟି ମାମଲାରେ ଛନ୍ଦି ହୋଇଯାଇଛି। ନେତା ଓ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ସମନ୍ବୟ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହେଉଥିବା କୁହାଯାଉଛି। ଏ ସମ୍ପର୍କରେ ଅତିରିକ୍ତ ଜିଲାପାଳ ନିଲୁ ମହାପାତ୍ରଙ୍କୁ ପଚାରିବାରେ ସେ କହିଛନ୍ତି, ନିକଟରେ ପାନୀୟ ଜଳ ଯୋଗାଣ ସମ୍ପର୍କରେ ବୈଠକ ହୋଇଥିଲା। ଗ୍ରାମାଞ୍ଚଳରେ ପାଇପ ପାଣି ସଂଯୋଗ ପାଇଁ ବିଭିନ୍ନ ପ୍ରକଳ୍ପ ପ୍ରକ୍ରିୟା ଜାରି ରହିଛି। ଖୁବ୍‌ଶୀଘ୍ର ସମସ୍ତଙ୍କ ଘରେ ପାନୀୟ ଜଳ ପାଇପ ମାଧ୍ୟମରେ ପହଞ୍ଚତ୍ବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri