ଆଜିଠୁ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଏଥିରେ ମୋଟ୍‌ ୩୦ଟି କାର୍ଯ୍ୟକାରୀ ଦିବସ ରହିଛି। ସେଥିରୁ ୨୪ ସରକାରୀ ଦିବସ ଥିବା ବେଳେ ୬ ବେସରକାରୀ ଦିବସ ରହିଛି। ମାସର ଦ୍ୱିତୀୟ ଓ ଶେଷ ଶନିବାର ଏବଂ ରବିବାର ବ୍ୟତୀତ ନଭେମ୍ବର ୨୭ରେ ପଡୁଥିବା ରାସ ପୂର୍ଣ୍ଣିମା ଏବଂ ଡିସେମ୍ବର ୨୫ ବଡ଼ଦିନ ପାଇଁ ବିଧାନସଭା ବନ୍ଦ ରହିବ। ପ୍ରଥମ ଦିବସରେ ବିଧାନସଭା ଗୃହ କାର୍ଯ୍ୟ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହେବ। ବର୍ଷରେ ୬୦ ଦିନ ଗୃହ ଚାଲିବାକୁ ଥିବାବେଳେ ୩୦ ଦିନ ବାକି ରହିଛି। ଚଳିତ ଅଧିବେଶନ ପାଇଁ ୩୦ଟି କାର୍ଯ୍ୟଦିବସ ଧାର୍ଯ୍ୟ କରାଯାଇଛି। ଏହି ଅଧିବେଶନ ବେଶ୍‌ ସରଗରମ ହେବ ବୋଲି ଅନୁମାନ କରାଯାଉଛି। ବିରୋଧୀ ଭାଜପା ଓ କଂଗ୍ରେସ ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି। ଦୁର୍ନୀତି, ପି.ସି. କାରବାର, ଆଦିବାସୀ ଜମି ହଡପ୍‌ ପାଇଁ ଷଡ଼ଯନ୍ତ୍ର, ଆଇନଶୃଙ୍ଖଳା,କୃଷି ଓ କୃଷକ ସମସ୍ୟା, ରତ୍ନଭଣ୍ଡାର, ସିଏଜି ରିପୋର୍ଟରେ ଦୁର୍ନୀତି, ସ୍ବାସ୍ଥ୍ୟ, ଶିକ୍ଷା, ଦରଦାମ୍‌ ବୃଦ୍ଧି ଆଦି ପ୍ରସଙ୍ଗରେ ବିରୋଧୀ ସରକାରଙ୍କଠାରୁ କୈଫିୟତ ତଲବ କରିବେ ବୋଲି ସୂଚନା ମିଳିଛି। ଶାସକ ଦଳ ମଧ୍ୟ କେନ୍ଦ୍ରୀୟ ଅବହେଳାକୁ ମୁଖ୍ୟ ପ୍ରସଙ୍ଗ କରିବ ବୋଲି ସୂଚନା ମିଳିଛି। ସୋମବାର ଭାଜପା ବିଧାୟକ ଦଳ ବୈଠକରେ ନିଜର ରଣନୀତି ଚୂଡାନ୍ତ କରିଥିବାବେଳେ ମଙ୍ଗଳବାର ପୂର୍ବାହ୍ନରେ ଶାସକ ବିଜେଡି ଓ କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri