ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେବେ ସାଲୁଗା ପ୍ରଧାନ

ଭୁବନେଶ୍ୱର,୨୧ା୧୧(ଅନିଲ ଦାସ):ଜି.ଉଦୟଗିରିର ବିଜେଡି ବିଧାୟକ ସାଲୁଗା ପ୍ରଧାନ ଉପବାଚସ୍ପତି ପ୍ରାର୍ଥୀ ହୋଇଛନ୍ତି। ଉପବାଚସ୍ପତି ନିର୍ବାଚନ ପାଇଁ ସେ ସୋମବାର ପୂର୍ବାହ୍ନରେ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଗତ ନଭେମ୍ବର ୮ରେ ରଜନୀକାନ୍ତ ସିଂହଙ୍କ ଇସ୍ତଫା ପରେ ଉପବାଚସ୍ପତି ପଦ ଖାଲିପଡ଼ିଛି। ଏଥିପାଇଁ ମଙ୍ଗଳବାର ସକାଳ ୯ଟା ୩୦ରେ ନିର୍ବାଚନ ହେବ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ ସମସ୍ତ ବିଧାୟକଙ୍କୁ ପୂର୍ବରୁ ଅବଗତ କରାଯାଇଛି। ଏହି ପଦ ପାଇଁ ଅନ୍ୟ କୌଣସି ପ୍ରାର୍ଥୀ ନ ଥିବାରୁ ସାଲୁଗା ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହେବେ। ସାଲୁଗା ଜି.ଉଦୟଗିରିରୁ ୨୦୦୦ ଓ ୨୦୧୯ରେ ୨ ଥର ବିଜେଡି ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି। ନାମାଙ୍କନ ପତ୍ର ଦାଖଲ ପୂର୍ବରୁ ସେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ସାକ୍ଷାତ କରିଥିଲେ। ନାମାଙ୍କନ ଦାଖଲ ପରେ ସାଲୁଗା ଗଣମାଧ୍ୟମକୁ କହିଛନ୍ତି, ଦଳର ସଭାପତି ମୋ ଉପରେ ଆସ୍ଥା ପ୍ରକଟ କରିଛନ୍ତି। ବରିଷ୍ଠ ସଦସ୍ୟଙ୍କ ମତାମତ ଓ ପରାମର୍ଶ ନେଇ ଗୃହ କାର୍ଯ୍ୟକୁ ସୁରୁଖୁରୁରେ ଚଳାଇବି। ସମସ୍ତଙ୍କ ମତାମତକୁ ସମ୍ମାନ ଦେଇ ଗୃହ କାର୍ଯ୍ୟ ଚଳାଇବାକୁ ଚେଷ୍ଟା କରିବି ବୋଲି ସେ କହିଛନ୍ତି। ବିଜେଡି ତାଙ୍କୁ ପ୍ରାର୍ଥୀ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?