ବରୁଣେଶ୍ୱର ମେଳାରେ ଅମିୟଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୨୫।୧ : ଫ୍ରିଡମ୍‌ ଅଏଲ୍‌ର ଓଡ଼ିଶା ହେଡ୍‌ ଅମିୟ କୁମାର ଧଳଙ୍କୁ ନିକଟରେ ବରୁଣେଶ୍ୱର କ୍ଲବ୍‌ ଯାତ୍ରା କମିଟି ପକ୍ଷରୁ ମାନପତ୍ର, ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ ସହ ସମ୍ବର୍ଦ୍ଧିତ କରାଯାଇଛି। ପ୍ରତି ବର୍ଷ ଭଳି ଚଳିତ ମଧ୍ୟ ବିଞ୍ଝାରପୁର ବ୍ଲକ୍‌ ଅନ୍ତର୍ଗତ ବରୁଣେଶ୍ୱର ପୀଠରେ ବରୁଣେଶ୍ୱର ମେଳା ଅନୁଷ୍ଠିତ ହେଉଛି। ଉକ୍ତ ମେଳାର ୭ମ ସାରେ ଅରେଇସ୍ଥିତ ବରୁଣେଶ୍ୱର କ୍ଲବ ଯାତ୍ରା କମିଟି ଆନୁକୂଲ୍ୟରେ ଏକ ସମ୍ବର୍ଦ୍ଧନା ସଭାର ଆୟୋଜନ କରାଯାଇଥିଲା। ଉକ୍ତ ସମ୍ବର୍ଦ୍ଧନା ସଭାରେ ବିଭିନ୍ନ କ୍ଷେତ୍ରର ସଫଳ ତଥା ଉଲ୍ଲେଖନୀୟ ଅବଦାନ (ପାରଦର୍ଶିତା) ହାସଲ କରିଥିବା ସମାଜର ସଫଳ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଫ୍ରିଡମ୍‌ ଅଏଲ୍‌ର ଓଡ଼ିଶା ହେଡ୍‌ ଧଳଙ୍କୁ ମଧ୍ୟ ବରୁଣେଶ୍ୱର କ୍ଲବ ଯାତ୍ରା କମିଟି ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେହିଭଳି ଧଳ ଦୀର୍ଘଦିନ ଧରି ବିଭିନ୍ନ ସାମାଜିକ ସଙ୍ଗଠନ ସହ ଯୋଡ଼ି ହୋଇ ବହୁ ଜନହିତକର କାର୍ଯ୍ୟରେ ନିଜକୁ ନିୟୋଜିତ କରିଛନ୍ତି। ଅପରପକ୍ଷରେ କ୍ଲବର ସଭାପତି ପ୍ରସନ୍ନ କୁମାର ପରିଡ଼ାଙ୍କ ସଭାପତିତ୍ୱରେ ସମ୍ବର୍ଦ୍ଧନା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କମିଟିର ସଦସ୍ୟ ଶରତ ଚନ୍ଦ୍ର କର, ସୁରେନ୍ଦ୍ର ଜେନା, ସଞ୍ଜୟ ପଣ୍ଡା, ରଜନୀକାନ୍ତ ଜେନା, ତାପସ ମହାପାତ୍ର, ପ୍ରଦୀପ ମଲ୍ଲିକ, ଅଭିମନ୍ୟୁ ନାୟକ, ଅମରେନ୍ଦ୍ର ନାୟକଙ୍କ ସମେତ ବହୁ କର୍ମକର୍ତ୍ତା ଉପସ୍ଥିତ ଥିବା ବେଳେ ସ୍ମୃତିରଞ୍ଜନ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri