ମେଡ୍‌ ଇନ୍‌ ଇଣ୍ଡିଆ ତୋପରୁ ତ୍ରିରଙ୍ଗାକୁ ସଲାମୀ…

ନୂଆଦିଲ୍ଲୀ, ୧୫।୮ : ସ୍ବାଧୀନତାର ଅମୃତ ମହୋତ୍ସବଙ୍କ ଅବସରରେ ଦେଶର ନାମରେ ଆଉ ଏକ ସଫଳତା ଯୋଡ଼ି ହୋଇଛି। ପ୍ରଥମ ଥର ପାଇଁ ଲାଲ୍‌ କିଲ୍ଲାରେ ତ୍ରିରଙ୍ଗାକୁ ମେଡ୍‌ ଇନ୍‌ ଇଣ୍ଡିଆ ସ୍ବଦେଶୀ ତୋପ ଦ୍ୱାରା ସଲାମୀ ପ୍ରଦାନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ ଏହା ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ୭୫ ବର୍ଷ ପରେ ପ୍ରଥମ ଥର ପାଇଁ ଲାଲ୍‌ କିଲ୍ଲାରେ ତ୍ରିରଙ୍ଗାକୁ ମେଡ ଇନ ଇଣ୍ଡିଆ ତୋପ ଅଭିବାଦନ ଜଣାଇଛି।

ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ବାଧୀନତାର ୭୫ ବର୍ଷ ପରେ, ଯେଉଁ ଶବ୍ଦ ଆମ କାନ ଶୁଣିବାକୁ ଚାହୁଁଥିଲା ତାହା ଆଜି ପୂରଣ ହୋଇଛି। ଆଜି ମୁଁ ଦେଶର ସେନାର ଯବାନମାନଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି। ଆଜି ମୁଁ ମୋର ଆତ୍ମନର୍ଭରଶୀଳତାକୁ ଏକ ସଂଗଠିତ ସ୍ବରୂପରେ, ସାହସ ରୂପରେ ସେନାର ଯବାନ ଏବଂ କମାଣ୍ଡୋମାନେ ଯେଉଁ ଦାୟିତ୍ୱ ସେମାନଙ୍କ କାନ୍ଧରେ ନେଇଥିଲେ ତାହାକୁ ସାଲ୍ୟୁଟ କରୁଛି।

ପ୍ରଧାନମନ୍ତ୍ରୀ ତାଙ୍କ ଅଭିଭାଷଣରେ ଚାଇନାକୁ ମଧ୍ୟ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଆତ୍ମନିର୍ଭରଶୀଳ ଭାରତ ପାଇଁ ସ୍ବଦେଶୀ ମନ୍ତ୍ର ଆବଶ୍ୟକ। ସେ କହିଛନ୍ତି ଯେ ଆଜି ଆମର ପାଞ୍ଚ-ପାଞ୍ଚ ବର୍ଷର ପିଲାମାନେ ବିଦେଶୀ ଖେଳନା ସହିତ ନ ଖେଳିବାକୁ ସଂକଳ୍ପ ନେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଆତ୍ମନିର୍ଭର ଭାରତ, ଏହା ପ୍ରତ୍ୟେକ ନାଗରିକ, ପ୍ରତ୍ୟେକ ସରକାର, ସମାଜର ପ୍ରତ୍ୟେକ ୟୁନିଟର ଦାୟିତ୍ୱ ପାଲଟିଛି। ଆତ୍ମନିର୍ଭର ଭାରତ ଏହା ଏକ ସରକାରୀ ଏଜେଣ୍ଡା କିମ୍ବା ସରକାରୀ କାର୍ଯ୍ୟକ୍ରମ ନୁହେଁ, ଏହା ସମାଜର ଏକ ଜନ ଆନ୍ଦୋଳନ, ଯାହାକୁ ଆମକୁ ଆଗକୁ ନେବାକୁ ପଡିବ। ସେ କହିଛନ୍ତି, ଆମକୁ ଦାସତ୍ୱ ମାନସିକତା ତ୍ୟାଗ କରିବାକୁ ପଡ଼ିବ, ଆମ ଦକ୍ଷତା ଉପରେ ବିଶ୍ୱାସ କରିବାକୁ ପଡ଼ିବ। ଆମର ଯୁବବର୍ଗମାନେ ନୂତନ ଆବିଷ୍କାର ସହିତ ଦୁନିଆ ଆଗକୁ ଏବେ ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ହିମନ୍ତ ବିଶ୍ୱ ଶର୍ମାଙ୍କୁ ଅଲ୍ଟିମେଟମ ଦେଲେ ଅଭିଜିତ, ଏମିତି ନ କଲେ ଆସାମରେ ହେବ…

ନୂଆଦିଲ୍ଲୀ,୨୭।୯: ଗୁଆହାଟୀରେ କକ୍ରୋଚ ଜନତା ପାର୍ଟି (CJP)ର ସହ-ସଂସ୍ଥାପକ ଆଶୁତୋଷ ରାଙ୍କାଙ୍କ ସମେତ ଅନ୍ୟ କିଛି କର୍ମୀଙ୍କୁ ଆସାମ ପୋଲିସ ଅଟକ ରଖିବା ପରେ CJP ସଂସ୍ଥାପକ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

‘ତାଙ୍କ ମୃତ୍ୟୁ ପାଇଁ ପ୍ରାର୍ଥନା କରିବି…’, ମୁଖ୍ୟମନ୍ତ୍ରୀଙ୍କୁ ନେଇ ବିବାଦୀୟ ବୟାନ ଦେଲେ ବିଧାୟକ, ଚାରିଆଡ଼େ ଚର୍ଚ୍ଚା

କୋଲକାତା,୨୭।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଆମଜନତା ଉନ୍ନୟନ ପାର୍ଟି (AJUP) ଅଧ୍ୟକ୍ଷ ତଥା ନଓଦା ବିଧାୟକ ହୁମାୟୁନ କବୀରଙ୍କ ଏକ ବିବାଦୀୟ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?