Posted inଫୁରସତ

ନିଶାରେ ବଣୁଆ ହାତୀକୁ ନମସ୍କାର କରିବା ପଡ଼ିଲା ମହଙ୍ଗା

ରାଞ୍ଚି, ୧୪।୯: ନିଶାରେ ଥିବା ଜଣେ ବ୍ୟକ୍ତି ହିତାହିତ ଜ୍ଞାନ ଭୁଲି ଗୋଟିଏ ବଣୁଆ ହାତୀକୁ ନମସ୍କାର କରିବା ମହଙ୍ଗା ପଡ଼ିଛି। ହାତୀଟି ଏଥିରେ ଉତ୍ୟକ୍ତ ହୋଇ ସାମ୍ନାରେ ଠିଆ ହୋଇଥିବା ସେହି ବ୍ୟକ୍ତିଙ୍କୁ କଚାଡ଼ି ମାରି ଦେଇଛି। ଏଭଳି ଏକ ଚକିତ କଲାଭଳି ଘଟଣା ଝାଡ଼ଖଣ୍ଡ ଗୁମଲା ଜିଲାର ଉପରଦାରି ଗ୍ରାମରେ ଘଟିଯାଇଛି। ମୃତ୍ୟୁବରଣ କରିଥିବା ବ୍ୟକ୍ତି ଜଣଙ୍କ ହେଉଛନ୍ତି, ଲୋହଦଗା ଜିଲାର ବିଫଇ ମୁଣ୍ଡା। ୫୩ ବର୍ଷୀୟ ବିଫଇ କରମା ପର୍ବ ପାଳିବା ଲାଗି ଉପରଦାରିରେ ରହୁଥିବା ନିଜର ଜଣେ ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ। ପର୍ବ ପାଳନ ଅବସରରେ ବିଫଇ ପ୍ରଚୁର ମଦ ପିଇଦେଇ ନିଶାରେ ଗ୍ରାମ ନିକଟରେ ଥିବା ଫୁଟ୍‌ବଲ ପଡ଼ିଆ ନିକଟକୁ ଚାଲି ଯାଇଥିଲେ। ଅଚାନକ ଏହି ସମୟରେ ସ୍ଥାନୀୟ ଜଙ୍ଗଲରୁ ୨ଟି ବଣୁଆ ହାତୀ ପଡ଼ିଆ ମଧ୍ୟକୁ ଚାଲି ଆସିଥିଲେ। ହାତୀ ୨ଟିକୁ ଦେଖି ଉପସ୍ଥିତ ଲୋକ ଯିଏ ଯୁଆଡ଼େ ଦୌଡ଼ି ପଳାଇଥିଲେ। ତେବେ ଏହି ନିଶାରେ ଚୁର୍‌ ଥିବା ବିଫଇ ହାତୀ ନିକଟକୁ ଚାଲିଯାଇଥିଲେ। ସେଠାରେ ନିଶାରେ ସେ ଗୋଟିଏ ହାତୀକୁ ନମସ୍କାର କରିଥିଲେ। କିନ୍ତୁ ଏହି ସମୟରେ ଗୋଟିଏ ହାତୀ ବିଫଇକୁ କଚାଡ଼ି ତଳେ ପକାଇ ଗୋଡ଼ରେ ଦଳି ମାରି ଦେଇଥିଲା। ସରକାରୀ ବ୍ୟବସ୍ଥା ଅନୁଯାୟୀ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦିଆଯିବ ବୋଲି ଡିଏଫ୍‌ଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri