ଏସ୍‌ପି ପ୍ରାର୍ଥୀ ଅଭୟ ସିଂହ ଗିରଫ

ଅଯୋଧ୍ୟା,୧୯।୨: ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଲାଗି ରାଜନୀତି ସରଗରମ ହୋଇଛି। ଭୋଟରଙ୍କ ମନ ଜିଣିବା ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ଜୋରଦାର ପ୍ରଚାର କାର୍ଯ୍ୟ ଚଳାଇଛନ୍ତି। ଏଥିସହ କେଉଁ କେଉଁ ସ୍ଥାନରେ ବିଭିନ୍ନ ଦଳ ମଧ୍ୟରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଥିବା ମଧ୍ୟ ଦେଖିବାକୁ ମିଳିଛି। ଇତିମଧ୍ୟରେ ଅଯୋଧ୍ୟା ଜିଲାର ଗୋସାଇଗଞ୍ଜ ବିଧାନସଭା ଆସନରୁ ଏସ୍‌ପି ପ୍ରାର୍ଥୀ ଅଭୟ ସିଂ ଏବଂ ଭାଜପା ପ୍ରାର୍ଥୀ ଆରତୀ ତିୱାରୀଙ୍କ ସମର୍ଥକଙ୍କ ମଧ୍ୟରେ ସଂଘର୍ଷ ହୋଇଥିବା ଜଣାପଡ଼ିଛି। ଶୁକ୍ରବାର ବିଳମ୍ବିତ ରାତିରେ ଉଭୟ ପକ୍ଷ ପରସ୍ପରକୁ ପଥର ଫିଙ୍ଗିବା ଓ ଗୁଳି ଚଳାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ମାମଲାରେ ଏସ୍‌ପି ପ୍ରାର୍ଥୀ ଅଭୟ ସିଂଙ୍କୁ ପୋଲିସ ଗିରଫ କରିଛି। ସକାଳ ୪ଟାରୁ ତାଙ୍କୁ ଘରୁ ଗିରଫ କରାଯାଇଥିଲା। ସୂଚନାଯୋଗ୍ୟ, ମହାରାଜଗଞ୍ଜ ପୋଲିସ ଷ୍ଟେସନ ପରିସରର କବୀରପୁର ଛକ ନିକଟରେ ଉଭୟ ପକ୍ଷର ସମର୍ଥକଙ୍କ ଗାଡି ମୁହାଁମୁହିଁ ହେବା ପରେ ଏହି ବିବାଦ ଆରମ୍ଭ ହୋଇଥିଲା। ଉଭୟ ପକ୍ଷ ପରସ୍ପରକୁ ପଥର ଫିଙ୍ଗିବା ସହ ଗୁଳି ଚଳାଇଥିବା ଅଭିଯୋଗ କରିଥିଲେ। ଏହି ମାମଲାରେ ଏସ୍‌ପି ପ୍ରାର୍ଥୀ ଅଭୟ ସିଂଙ୍କୁ ଗିରଫ କରାଯାଇ ପୋଲିସ ଲାଇନକୁ ଅଣାଯାଇଛି। ଅନ୍ୟପକ୍ଷରେ ଭାଜପା ପ୍ରାର୍ଥୀ ଆରତୀ ତିୱାରୀଙ୍କ ସମର୍ଥକମାନେ ତାଙ୍କୁ ଆକ୍ରମଣ କରିଥିବା ନେଇ ଏସ୍‌ପି ପ୍ରାର୍ଥୀ ଅଭିଯୋଗ କରିଛନ୍ତି। ଗିରଫ ସମୟରେ ଅଭୟ ସିଂ କହିଛନ୍ତି, ତାଙ୍କ ବିରୋଧରେ କିଛି ଷଡଯନ୍ତ୍ର ଚାଲିଛି, ସେଥିପାଇଁ ସେମାନଙ୍କୁ ଗିରଫ କରାଯାଉଛି। ଜେଲ୍‌ ଯିବା ପୂର୍ବରୁ ଅଭୟ ସିଂହ ନିର୍ବାଚନର ସମସ୍ତ କାର୍ଯ୍ୟ ତାଙ୍କ ସମର୍ଥକଙ୍କ ଉପରେ ନ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri