Posted inଜାତୀୟ

ଅଖିଳେଶଙ୍କ ନୂଆ ରଣନୀତି, ବିଧାୟକ ପଦ ଛାଡ଼ି ଦିଲ୍ଲୀ ରାଜନୀତିରେ ହେବେ ସକ୍ରିୟ…

ନୂଆଦିଲ୍ଲୀ,୬।୬: ଲୋକ ସଭା ନିର୍ବାଚନରେ ସମାଜବାଦୀ ପାର୍ଟି ଭଲ ପ୍ରଦର୍ଶନ କରିଛି। ଏହାର ଶ୍ରେୟ ଅଖିଳେଶ ଯାଦବଙ୍କୁ ଯାଉଥିବା ବେଳେ ଏବେ ସେ ନୂଆ ରଣନୀତିରେ କାମ କରୁଛନ୍ତି। ସେ ବିଧାୟକ ପଦ ଛାଡ଼ିବା ପରେ ଦିଲ୍ଲୀ ରାଜନୀତିରେ ସକ୍ରିୟ ହେବେ। କୁହାଯାଉଛି ଯେ ଶିବପାଲ ଯାଦବ ୟୁପି ବିଧାନସଭାରେ ବିରୋଧୀ ଦଳ ନେତା ହୋଇପାରନ୍ତି। ଅଖିଳେଶ ଏବେ ଦିଲ୍ଲୀରେ ଡେରା ଜମାଇଥିବା ବେଳେ ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀ ଏବଂ ଡେରେକ ଓ ବ୍ରାଏନ ତାଙ୍କୁ ଭେଟିବାକୁ ଗୁରୁବାର ପହଞ୍ଚିଥିଲେ।

ସମାଜବାଦୀ ପାର୍ଟିର ମୁଖ୍ୟ ଅଖିଳେଶ ଯାଦବ କହିଛନ୍ତି, ନିର୍ବାଚନ ଭିନ୍ନ ଉପାୟରେ ହୋଇଥାଏ। ସରକାର ଭିନ୍ନ ଉପାୟରେ ହୋଇଥାନ୍ତି। ସଂଖ୍ୟା ବଳରୁ ସରକାର ଗଠନ କରାଯାଇଥାଏ। ଆମେ ଯେତିକି ଆସନ ଜିତିବୁ ବୋଲି ଆଶା ରଖିଥିଲୁ ତାହା ହୋଇପାରିନାହିଁ। ଏହାର ଅନେକ କାରଣ ରହିଛି। ହେଲେ ଉତ୍ତରପ୍ରଦେଶର କିଛି ସ୍ଥାନରେ ପ୍ରଶାସନ ଜାଣିଶୁଣି ପ୍ରାର୍ଥୀଙ୍କୁ ପରାଜିତ କରିଛି। ଫରୁଖାବାଦ ଏହାର ଉଦାହରଣ, ଏଠାରେ ପୁରା ପ୍ରଶାସନ ସରକାରଙ୍କ ପାଇଁ କାମ କରୁଥିଲା।

ତେବେ ଚଳିତ ନିର୍ବାଚନ ହେଉଛି ସମାଜବାଦୀ ପାର୍ଟି ପାଇଁ ଏଯାବତର ସର୍ବଶ୍ରେଷ୍ଠ ପ୍ରଦର୍ଶନ। ଏହାର ଶ୍ରେୟ ଅଖିଳେଶକୁ ଯାଉଛି। ଦଳର ସଂସ୍ଥାପକ ମୁଲାୟମ ସିଂ ଯାଦବଙ୍କ ମୃତ୍ୟୁ ପରେ ଅଖିଳେଶ ପାରିବାରିକ ଏକତା ସହ ବିନାା ମେଣ୍ଟରେ୫ ଆସନ ହାତେଇଛି। ୨୦୧୯ରେ ୬୨ ଆସନ ଜିତିଥିବା ଭାଜପା ଏଥର ୩୩ ଆସନ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri