Posted inଜାତୀୟ

୨୭ ମାସ ପରେ ଜେଲରୁ ମୁକୁଳିଲେ ଆଜମ ଖାଁ

ନୂଆଦିଲ୍ଲୀ,୨୦ ।୫: ଏକ ଠକେଇ ମାମଲାରେ ଜେଲ ଯାଇଥିବା ସମାଜବାଦୀ ପାର୍ଟି ନେତା ଆଜମ ଖାଁ ଶୁକ୍ରବାର ସୀତାପୁର ଜେଲରୁ ବାହାରିଛନ୍ତି । ୨୭ ମାସ ଜେଲରେ ଥିବା ଆଜମ ଖାଁଙ୍କୁ ସୁପ୍ରିମକୋର୍ଟ ଗୁରୁବାର ମଧ୍ୟବର୍ତ୍ତିକାଳୀନ ଜାମିନ ପ୍ରଦାନ କରିଛନ୍ତି ।

ସୁପ୍ରିମକୋର୍ଟ ମଧ୍ୟବର୍ତ୍ତିକାଳୀନ ଜାମିନ ପ୍ରଦାନ କରିବା ପରେ ଗୁରୁବାର ରାମପୁରର ଏକ ସ୍ୱତନ୍ତ୍ର କୋର୍ଟ ଆଜମ ଖାଁଙ୍କ ମୁକ୍ତି ପାଇଁ ସୀତାପୁର ଜେଲ ପ୍ରଶାସନକୁ ଏକ ଚିଠି ପଠାଇଥିଲେ । ଅନ୍ୟପକ୍ଷରେ, ଆଜମ ଖାଁ ମୁକ୍ତି ସମୟରେ ସୀତାପୁର ଜେଲ ବାହାରେ ସୁରକ୍ଷା କଡାକଡି କରାଯାଇଥିଲା । ମିଳିଥିବା ସୂଚନା ଅନୁଯାୟୀ, ଆଜମ ଖାଁ ସୀତାପୁରରୁ ସିଧାସଳଖ ରାମପୁର ଯିବେ ।
ଆଜମ ଖାଁ ଜେଲରୁ ବାହାରିବା ପୂର୍ବରୁ ତାଙ୍କୁ ରିସିଭ କରିବାକୁ ଶିବପାଲ ସିଂ ଯାଦବ, ସମାଜବାଦୀ ପାର୍ଟି ବିଧାୟକ ତଥା ତାଙ୍କ ପୁଅ ଅବଦୁଲ୍ଲା ଆଜମ ଓ ଆଶୁ ମଲିକ ସୀତାପୁର ଜେଲରେ ପହଞ୍ଚିଥିଲେ । ବିଲାରିର ସମାଜବାଦୀ ପାର୍ଟି ବିଧାୟକ ମହମ୍ମଦ ଫହିମ ବି ଅବଦୁଲ୍ଲା ଆଜମଙ୍କ ସହ ପହଞ୍ଚିଥିଲେ । ଆଜମଙ୍କ ପୁଅ ଅବଦୁଲ୍ଲା କହିଛନ୍ତି ସୁପ୍ରିମକୋର୍ଟ ତାଙ୍କୁ ନ୍ୟାୟ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?