ବିଧାନ ପରିଷଦ ପ୍ରାର୍ଥୀ ଘୋଷଣା କଲା ଏସ୍‌ପି

ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ପାଖେଇ ଆସୁଛି। ବିଧାନସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ ହେବା ପରେ ସମାଜବାଦୀ ପାର୍ଟି(ଏସ୍‌ପି) ଏବେ ବିଧାନ ପରିଷଦ ପାଇଁ ଅଣ୍ଟା ଭିଡିଛି। ପୂର୍ବରୁ ବିଧାନ ପରିଷଦ ପାଇଁ ପ୍ରାର୍ଥୀଙ୍କ ତାଲିକା ଜାରି କରିଥିବା ବେଳେ ଏବେ ଆଉ କିଛି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଏସ୍‌ପି। ଇତିମଧ୍ୟରେ ଦଳ ପକ୍ଷରୁ ଦେବରିଆରୁ କଫିଲ ଖାନ, ବଲିଆରୁ ଅରବିନ୍ଦ, ଗାଜିପୁରରୁ ଭୋଳାନାଥ, ସୀତାପୁରରୁ ଅରୁଣେଶ କୁମାର, ଗୋଣ୍ଡାରୁ ଭାନୁ କୁମାରଙ୍କୁ ପ୍ରାର୍ଥୀ କରାଯାଇଛି। ସୂଚନାଯୋଗ୍ୟ, ଉତ୍ତରପ୍ରଦେଶରେ ବିଧାନ ପରିଷଦରେ ମୋଟ ୧୦୦ଟି ଆସନ ରହିଛି। ୧୦୦ରୁ ୩୬ଟି ଆସନ ସ୍ଥାନୀୟ ସଂସ୍ଥା ଦ୍ୱାରା ନିର୍ବାଚିତ ହୋଇଥାନ୍ତି। ଅନ୍ୟପଟେ ବର୍ତ୍ତମାନ ଏସ୍‌ପି ନିକଟରେ ୪୮ଟି ଆସନ ବିଶିଷ୍ଟ ବିଧାନ ପରିଷଦରେ ସଂଖ୍ୟାଗରିଷ୍ଠତା ରହିଛି। କିନ୍ତୁ ଏବେ ତାଙ୍କର ୮ଜଣ କର୍ମକର୍ତ୍ତା ଭାଜପାରେ ଯୋଗଦେଇଛନ୍ତି। ସେହିପରି ଜଣେ ବିଏସ୍‌ପି ନେତା ମଧ୍ୟ ଭାଜପାରେ ସାମିଲ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri