ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶରୀ ମଙ୍ଗଳବାର ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ଼ ହୋଇଛି । ଭକ୍ତମାନେ ଧୂପ, ଦୀପ, ଫୁଲ ଧରି ମନ୍ଦିରକୁ ଆସି ଦେବୀଙ୍କୁ ଦର୍ଶନ କରୁଛନ୍ତି । ଭକ୍ତମାନଙ୍କ ସମସ୍ତ ସୁବିଧା ପାଇଁ ମନ୍ଦିର କମିଟି ପକ୍ଷରୁ ସୁବ୍ୟବସ୍ଥା କରାଯାଇଛି।