ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ ପାଇଁ ସକାଳୁ ମନ୍ଦିରରେ ଭକ୍ତଙ୍କ ସମାଗମ ହୋଇଛି। ଭକ୍ତମାନଙ୍କ ଦ୍ଵାରା ମାନସିକ ଅଖଣ୍ଡ ଦୀପ ପ୍ରଜ୍ବଳନ କରାଯାଇଛି। ସ୍ଥାନୀୟ ମାଁ ଶ୍ୟାମାକାଳୀ ମନ୍ଦିର ସମେତ ଅନ୍ୟ ଶକ୍ତିପୀଠ ଗୁଡିକରେ ମଧ୍ୟ ନବରାତ୍ର ପୂଜା ଚାଲିଛି।

