Posted inଫୁରସତ

ତୁର୍କୀରେ ବିଜୟଙ୍କ ସହ ମଜା କରୁଛନ୍ତି ସାମନ୍ଥା

ମୁମ୍ବାଇ: ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଓ ଅଭିନେତା ବିଜୟ ଦେବରକୋଣ୍ଡାଙ୍କ ଆଗାମୀ ଫିଲ୍ମ ‘ଖୁସି’ ନିକଟରେ ରିଲିଜ୍‌ ହେବାକୁ ଯାଉଛି। ନିକଟରେ ଫିଲ୍ମର ଟିଜର ରିଲିଜ୍‌ ହେବା ପରେ ଦର୍ଶକଙ୍କ ମଧ୍ୟରେ ଏହି ଚଳଚ୍ଚିତ୍ରକୁ ନେଇ ଉତ୍ସାହ ଦେଖିବାକୁ ମିଳିଛି। ଫିଲ୍ମଟି ସେପ୍ଟେମ୍ବର ୧ରେ ରିଲିଜ୍‌ ହେବାର ଯୋଜନା ରହିଛି। ତେବେ ଦୁହିଁଙ୍କୁ ୪ ବର୍ଷ ପରେ ଏହି ଚଳଚ୍ଚିତ୍ରରେ ଏକାଠି ଦେଖିବାକୁ ମିଳିବ। ଏହା ପୂର୍ବରୁ ସେମାନେ ୨୦୧୮ରେ ମୁଭି ‘ମହାନତି’ରେ ଏକାଠି ନଜରକୁ ଆସିଥିଲେ। ଫିଲ୍ମର ଶୁଟିଂ ବିଭିନ୍ନ ସ୍ଥାନରେ ହେଉଥିବାବେଳେ ତା’ର ଏକ ଗୀତର ଶୁଟିଂ ତୁର୍କୀରେ ହେଉଥିବା ଜଣାପଡ଼ିଛି। ଏହି ସମୟରେ ସେମାନେ ମଜା କରୁଥିବା କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି, ଯାହା ଏବେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଶୁଟିଂ ପରେ ସାମନ୍ଥା ବିଜୟଙ୍କ ସହ ତୁର୍କୀ ପରିବେଶର ମଜା ନେଉଥିବା ଦେଖିବାକୁ ମିଳିଛି। ସେମାନେ ରେଷ୍ଟୁରାଣ୍ଟରେ ଏକାଠି ବସି ଖାଉଥିବାର ଫଟୋ ସାମ୍‌ନାକୁ ଆସିଛି। ତେବେ ସାମନ୍ଥା ୨୦୧୦ରୁ ତାଙ୍କ ଫିଲ୍ମ କ୍ୟାରିୟର ଆରମ୍ଭ କରିଥିବାବେଳେ ‘ପୁଷ୍ପା: ଦି ରାଇଜ୍‌’ରେ ତାଙ୍କ ଧମାକାଦାର ଡ୍ୟାନ୍ସ ପରେ ତାଙ୍କ ହାତକୁ ଅନେକ ଫିଲ୍ମ ଆସିଥିବା ଜଣାପଡ଼ିଛି। ନିକଟରେ ତେଲୁଗୁ ଫିଲ୍ମ ‘ଶଙ୍କୁନ୍ତଳମ୍‌’ରେ ତାଙ୍କୁ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri