ଚତୁର୍ଥ ବିବାହ ବାର୍ଷିକୀର ୪ ଦିନ ପୂର୍ବରୁ ସମନ୍ଥା-ନାଗ ଚୈତନ୍ୟାଙ୍କ ବିଚ୍ଛେଦ…

ମୁମ୍ବାଇ,୪।୧୦: ସାଉଇ୍‌ ସୁପରଷ୍ଟାର ନାଗେ ଚୈତନ୍ୟା ଏବଂ ଅଭିନେତ୍ରୀ ସମନ୍ଥା ରୁଥ ପ୍ରଭୁଙ୍କ ବିବାହ ବିଚ୍ଛେଦ ଘଟିଛି। ୪ର୍ଥ ବିବାହ ବାର୍ଷିକୀର ୪ ଦିନ ପୂର୍ବରୁ ସମନ୍ଥା-ନାଗ ଚୈତନ୍ୟା ପରସ୍ପରଠାରୁ ଅଲଗା ହୋଇ ଯାଇଛନ୍ତି। ସମନ୍ଥା ସୋସିଆଲ ମିଡ଼ିଆରେ ଏନେଇ ସୂଚନା ଦେଇଛନ୍ତି। ଦୀର୍ଘଦିନ ଧରି ସେମାନଙ୍କ ମଧ୍ୟରେ ସମସ୍ୟା ଉପୁଜିଥିଲା। ସମନ୍ଥା ଇନଷ୍ଟାଗ୍ରାମ୍‌ରେ ଲେଖିଛନ୍ତି ଯେ, ବହୁ ଚିନ୍ତା ଏବଂ ବିଚାର ବିମର୍ଷ ପରେ ଦୁହେଁ ସ୍ତ୍ରୀ ସ୍ବାମୀ ଭାବେ ଆଉ ନ ରହିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଚୈତନ୍ୟାଙ୍କ ପିତା ଅଭିନେତା ନାଗାର୍ଜୁନ ଏହି ବିବାହ ବିଚ୍ଛେଦ ନେଇ ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ, ସୈମ୍‌ ଏବଂ ଚୈଙ୍କ ମଧ୍ୟରେ ହୋଇଥିବା ଏଭଳି ଦୁଃଖ ଦାୟକ ଘଟଣାରେ ଆମ ପରିବାର ମର୍ମାହତ। ଦୁହିଁଙ୍କୁ ଈଶ୍ୱର ଏସମୟରେ ଶକ୍ତି ପ୍ରଦାନ କରନ୍ତୁ ବୋଲି ସେ କହିଛନ୍ତି।

୨୦୧୭ ଅକ୍ଟୋବର ୭ରେ ଦୁହିଁଙ୍କର ବିବାହ ହୋଇଥିଲା। ବିବାହରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଥିଲା। କିଛି ଗଣ ମାଧ୍ୟମ ରିପୋର୍ଟ ଅନୁସାରେ ସମନ୍ଥା ୫୦ କୋଟି ଟଙ୍କାର କ୍ଷତି ପୂରଣ ନେବାକୁ ମନା କରି ଦେଇଛନ୍ତି। ଦୁହିଁଙ୍କ ମଧ୍ୟରେ ବୁଝାମଣା ପାଇଁ ୨୦୦ କୋଟିର ଟଙ୍କା ଅଫର ପ୍ରଦାନ କରାଯାଇଥିବା ମଧ୍ୟ ଚର୍ଚ୍ଚା ହେଉଛି। ମାତ୍ର ଏସବୁକୁ ସମନ୍ଥା ମନା କରିଛନ୍ତି। ଏକ୍କିନେନି ପରିବାରଠାରୁ ସେ କିଛି ନେବାକୁ ଚାହାନ୍ତି ନାହିଁ ବୋଲି କହିଛନ୍ତି। ଛାଡ଼ପତ୍ର ଘୋଷଣା ପରେ ଇତିମଧ୍ୟରେ ସମନ୍ଥା ସୋସିଆଲ ମିଡ଼ିଆରେ ନିଜ ନାମରୁ ଏକ୍କିନେନି ହଟାଇ ଦେଇଛନ୍ତି। ଏହା ପରିବର୍ତ୍ତେ ସେ ସମନ୍ଥା ରୁଥ ପ୍ରଭୁ ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri