ନାଗାଙ୍କ ନିର୍ବନ୍ଧ ପରେ ସାମନ୍ଥାଙ୍କୁ ମିଳିଲା ବିବାହ ପ୍ରସ୍ତାବ, ଅଭିନେତ୍ରୀ କହିଲେ…

ମୁମ଼୍ବାଇ, ୧୧।୦୮: ନିକଟରେ ଅଭିନେତା ନାଗା ଚୈତନ୍ୟ ଏବଂ ଅଭିନେତ୍ରୀ ଶୋଭିତା ଧୁଲିପାଲାଙ୍କ ନିର୍ବନ୍ଧ ସରିଛି । ନାଗା ଏବଂ ଶୋଭିତାଙ୍କ ପରିବାରର ଉପସ୍ଥିତିରେ ଏହି ନିର୍ବନ୍ଧ ହୋଇଛି । ଯାହାକୁ ନେଇ ଫ୍ୟାନ୍ସ ଚକିତ ହୋଇଯାଇଥିବା ବେଳେ ଏକ୍ସରେ ଭିନ୍ନ ଭିନ୍ନ ମତ ଦେଇଛନ୍ତି । ଏହାରି ମଧ୍ୟରେ ଅଭିନେତା ନାଗା ଚୈତନ୍ୟଙ୍କ ପୂର୍ବତନ ପତ୍ନୀ ତଥା ଅଭିନେତ୍ରୀ ସାମନ୍ଥା ରଥ ପ୍ରଭୁଙ୍କୁ ବିବାହ ପ୍ରସ୍ତାବ ମିଳିଛି । ଯାହାକୁ ନେଇ ସେ ପ୍ରତିକ୍ରିୟା ରଖିଛନ୍ତି ।

ମିଳିଥିବା ସୂଚନା ଅନୁସାରେ ଅଭିନେତ୍ରୀଙ୍କୁ ଜଣେ ପ୍ରଂଶସକ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି ତାଙ୍କୁ ବିବାହ ପ୍ରସ୍ତାବ ଦେଇଛନ୍ତି । ମୁକେଶ ଚିନ୍ତା ନାମକ ଜଣେ ପ୍ରଶଂସକ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଭିଡିଓ ସେୟାର କରିଛନ୍ତି। ଯେଉଁଥିରେ ସେ ସାମନ୍ଥାଙ୍କୁ ପ୍ରସ୍ତାବ ଦେଉଥିବାର ନଜର ଆସିଛନ୍ତି। ଭିଡିଓରେ ସେ ହାଇଦ୍ରାବାଦରେ ସାମନ୍ଥାଙ୍କ ଘର ଖୋଜିବାର ଡ୍ରାମା କରିଛନ୍ତି ଏବଂ ତା’ପରେ ତାଙ୍କୁ ପ୍ରସ୍ତାବ ଦେବା ପାଇଁ ତାଙ୍କ ଜିମ୍‌ରେ ଆଣ୍ଠୁମାଡ଼ି ବସି ପଡ଼ିଛନ୍ତି।

ଭିଡିଓରେ ମୁକେଶ କହିଛନ୍ତି- ’ମୁଁ ସାମନ୍ଥାଙ୍କ ପାଖକୁ ଯାଉଛି, ତାଙ୍କୁ କହିବାକୁ ଯେ ସେ ଚିନ୍ତା କରିବାର ଆବଶ୍ୟକତା ନାହିଁ । କାରଣ ମୁଁ ତାଙ୍କ ପାଇଁ ସବୁବେଳେ ରହିବି। ସାମନ୍ଥାଙ୍କ ଘରେ ପହଞ୍ଚିବା ପରେ ସେ ତାଙ୍କୁ ଖୋଜିବା ପାଇଁ ତାଙ୍କ ଜିମ୍‌ରେ ପହଞ୍ଚିଥିଲେ । ଯେଉଁଠାରେ ସେ ତାଙ୍କୁ ବିବାହ କରିବାକୁ ନିବେଦନ କରୁଛନ୍ତି ଏବଂ ୨ ବର୍ଷ ସମୟ ମାଗିଛନ୍ତି । ଯଦି ତୁମେ ଚାହଁ, ମୁଁ ତୁମକୁ ବିବାହ କରିବାକୁ ପ୍ରସ୍ତୁତ ଅଛି। ତା’ପରେ ସେ ଗୋଟିଏ ଆଣ୍ଠୁରେ ବସିପଡ଼ି ଅଭିନେତ୍ରୀଙ୍କୁ ପ୍ରସ୍ତାବ ଦେଉଛନ୍ତି ।

ତେବେ ସାମନ୍ଥା ମଧ୍ୟ ଏହି ଭିଡିଓରେ ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି । ଅଭିନେତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଭିଡିଓର ପଛ ଦୃଶ୍ୟରେ ଦେଖାଯାଇଥିବା ଜିମ ମୋତେ ପ୍ରଭାବିତ କରିଛି । ମୁକେଶ ତାଙ୍କ ଇନଷ୍ଟାଗ୍ରାମ ଷ୍ଟୋରୀରେ ସାମନ୍ଥାଙ୍କ ପ୍ରତିକ୍ରିୟା ସେୟାର କରି ଲେଖିଛନ୍ତି ଯେ ଯଦି ଦୁନିଆ ସାମନ୍ଥାଙ୍କ ବିରୁଦ୍ଧରେ ଥାଏ, ତେବେ ମୁଁ ଦୁନିଆର ବିରୋଧୀ ହେବାକୁ ପ୍ରସ୍ତୁତ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri