Odisha Elections 2024

ସଲମାନ୍‌ଙ୍କ ସହ ନଜର ଆସିବେ ସାମନ୍ଥା

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ସିନେମା ଜଗତରେ ଜଣେ ଲୋକପ୍ରିୟ ଅଭିନେତ୍ରୀ ଭାବେ ଜଣାଶୁଣା। ସେ ଫିଲ୍ମ ବ୍ୟତୀତ ବ୍ୟକ୍ତିଗତ ଜୀବନ ପାଇଁ ମଧ୍ୟ ଅନେକ ସମୟରେ ଲାଇମଲାଇଟ୍‌ରେ ରୁହନ୍ତି। ଫିଲ୍ମ ‘ପୁଷ୍ପା-୨’ରେ ତାଙ୍କର ଆଇଟମ୍‌ ଗୀତ ପାଇଁ ସେ ଅଧିକ ଚର୍ଚ୍ଚାରେ ରହିଥିଲେ। ଏବେ ସେ ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାନ୍‌ଙ୍କ ସହିତ ରୋମାନ୍ସ କରିବେ ବୋଲି ଏକ ଖବର ଆସିଛି। ରିପୋର୍ଟ ମୁତାବକ, କରଣ ଜୋହରଙ୍କ ନିର୍ଦ୍ଦେଶିତ ଏକ ଚଳଚ୍ଚିତ୍ରରେ ସାମନ୍ଥା ନଜରକୁ ଆସିବାକୁ ଯାଉଛନ୍ତି। ଏଥିରେ ପ୍ରସିଦ୍ଧ ସାଉଥ୍‌ ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ ଏବଂ ତ୍ରିଶାଙ୍କୁ ମଧ୍ୟ ଦେଖିବାକୁ ମିଳିବ ବୋଲି କୁହାଯାଉଛି। ତେବେ ସାମନ୍ଥା ନିକଟରେ ଏକ ରୋଗରେ ପୀଡ଼ିତ ଥିଲେ। ସେଥିପାଇଁ ସେ ସିନେମା ଜଗତରୁ କିଛି ସମୟ ପାଇଁ ବିରତି ନେଇ ତାଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେଉଥିଲେ। ନିକଟରେ ସାମନ୍ଥାଙ୍କୁ ଫିଲ୍ମ ‘କୁଶି’ରେ ଦେଖିବାକୁ ମିଳିଥିଲା। ସାମନ୍ଥା ୨୦୧୦ରୁ ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ବର୍ତ୍ତମାନ ସମୟରେ ସେ ଅନ୍ୟ ଏକ ଫିଲ୍ମ ଶୁଟ୍‌ରେ ବ୍ୟସ୍ତ ଅଛନ୍ତି। ଏଥିସହ ତାଙ୍କୁ ମ୍ୟୁଜିକ୍‌ ଭିଡିଓ ଓ ଟେଲିଭିଜନରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

ଗର୍ଲଫ୍ରେଣ୍ଡଙ୍କ ମୃତ୍ୟୁକୁ ସହିପାରିଲେନି ଏହି ଅଭିନେତା: ହାରିଲେ ଜୀବନ

କିଛି ଦିନ ପୂର୍ବରୁ ଅଭିନେତ୍ରୀ ପବିତ୍ରା ଜୟାରାମ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ବର୍ତ୍ତମାନ ତାଙ୍କ ପ୍ରେମିକ ତଥା ସହ-ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା...

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ...

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ୱର୍ଯ୍ୟାଙ୍କ ଜଲଓ୍ବା

ନୂଆଦିଲ୍ଲୀ: ଚଳିତ ବର୍ଷ ଅନୁଷ୍ଠିତ ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଜଲଓ୍ବା ଦେଖାଇଛନ୍ତି। ୨୦ ବର୍ଷ ହେଲା ଐଶ୍ୱର୍ଯ୍ୟା ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri