ସଲମାନ୍‌ଙ୍କ ସହ ନଜର ଆସିବେ ସାମନ୍ଥା

ମୁମ୍ବାଇ: ସାଉଥ୍‌ ଅଭିନେତ୍ରୀ ସାମନ୍ଥା ରୁଥ୍‌ ପ୍ରଭୁ ସିନେମା ଜଗତରେ ଜଣେ ଲୋକପ୍ରିୟ ଅଭିନେତ୍ରୀ ଭାବେ ଜଣାଶୁଣା। ସେ ଫିଲ୍ମ ବ୍ୟତୀତ ବ୍ୟକ୍ତିଗତ ଜୀବନ ପାଇଁ ମଧ୍ୟ ଅନେକ ସମୟରେ ଲାଇମଲାଇଟ୍‌ରେ ରୁହନ୍ତି। ଫିଲ୍ମ ‘ପୁଷ୍ପା-୨’ରେ ତାଙ୍କର ଆଇଟମ୍‌ ଗୀତ ପାଇଁ ସେ ଅଧିକ ଚର୍ଚ୍ଚାରେ ରହିଥିଲେ। ଏବେ ସେ ବଲିଉଡ୍‌ ଭାଇଜାନ୍‌ ସଲମାନ୍‌ ଖାନ୍‌ଙ୍କ ସହିତ ରୋମାନ୍ସ କରିବେ ବୋଲି ଏକ ଖବର ଆସିଛି। ରିପୋର୍ଟ ମୁତାବକ, କରଣ ଜୋହରଙ୍କ ନିର୍ଦ୍ଦେଶିତ ଏକ ଚଳଚ୍ଚିତ୍ରରେ ସାମନ୍ଥା ନଜରକୁ ଆସିବାକୁ ଯାଉଛନ୍ତି। ଏଥିରେ ପ୍ରସିଦ୍ଧ ସାଉଥ୍‌ ଅଭିନେତ୍ରୀ ଅନୁଷ୍କା ସେଟ୍ଟୀ ଏବଂ ତ୍ରିଶାଙ୍କୁ ମଧ୍ୟ ଦେଖିବାକୁ ମିଳିବ ବୋଲି କୁହାଯାଉଛି। ତେବେ ସାମନ୍ଥା ନିକଟରେ ଏକ ରୋଗରେ ପୀଡ଼ିତ ଥିଲେ। ସେଥିପାଇଁ ସେ ସିନେମା ଜଗତରୁ କିଛି ସମୟ ପାଇଁ ବିରତି ନେଇ ତାଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେଉଥିଲେ। ନିକଟରେ ସାମନ୍ଥାଙ୍କୁ ଫିଲ୍ମ ‘କୁଶି’ରେ ଦେଖିବାକୁ ମିଳିଥିଲା। ସାମନ୍ଥା ୨୦୧୦ରୁ ତାଙ୍କ ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ବର୍ତ୍ତମାନ ସମୟରେ ସେ ଅନ୍ୟ ଏକ ଫିଲ୍ମ ଶୁଟ୍‌ରେ ବ୍ୟସ୍ତ ଅଛନ୍ତି। ଏଥିସହ ତାଙ୍କୁ ମ୍ୟୁଜିକ୍‌ ଭିଡିଓ ଓ ଟେଲିଭିଜନରେ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

PM ସୂର୍ଯ୍ୟ ଘର ଯୋଜନାରେ ନୂଆ ନିୟମ! ସବସିଡି ପାଇଁ ପୂରଣ କରିବାକୁ ପଡ଼ିବ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୭।୮: ସରକାର ‘ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା’ (PM Surya Ghar Muft Bijli Yojana) ର ପରବର୍ତ୍ତୀ ପର୍ଯ୍ୟାୟରେ ବଡ଼ ପରିବର୍ତ୍ତନ କରିବାକୁ…

କଲମ୍ବୋ ଟେଷ୍ଟ ଡ୍ର: ଭାରତର WTC ଫାଇନାଲ ଆଶାକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୭।୮: ଗାଲେ ଟେଷ୍ଟରେ ଦମଦାର ବିଜୟ ହାସଲ କରିବା ପରେ ଭାରତୀୟ ଦଳ ହାତରୁ ଖସିଯାଇଛି କଲମ୍ବୋ ଟେଷ୍ଟ। କୋଲମ୍ବୋରେ ଭାରତର ବିଜୟ ପ୍ରାୟ ସୁନିଶ୍ଚିତ ମନେ…

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri