ସଜେଇ ହେଲାଣି ସରମରା

ଭଦ୍ରକ ଅଫିସ, ୨୪।୧: ସରସ୍ବତୀ ପୂଜା ପାଇଁ ଭଦ୍ରକ ଜିଲାରେ ପ୍ରସିଦ୍ଧିଲାଭ କରିଥିବା ବନ୍ତ ବ୍ଲକର ସରମରା ଗାଁ ସଜେଇ ହେଲାଣି। କୋଭିଡ୍‌ ଯୋଗୁ ଦୁଇବର୍ଷର କଟକଣା ପରେ ଏଥର ପୂଜାକୁ ନେଇ ଗାଁରେ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଗାଁର ୪ ମଣ୍ଡପରେ ମା’ ବିଦ୍ୟାଦାତ୍ରୀ ପୂଜା ପାଇବେ। ଉକ୍ତ ଗ୍ରାମରେ ପୂର୍ବରୁ ଗୋଟିଏ ସ୍ଥାନରେ ମିଳିତ ଭାବେ ପୂଜା ଅନୁଷ୍ଠିତ ହୋଇଆସୁଥିବା ବେଳେ ୧୯୮୯ରୁ ପୃଥକ୍‌ ଭାବେ ପୂଜା କରାଯାଉଛି। ଗ୍ରାମର ଉତ୍ତର ଦିଗରେ ୟୁନାଇଟେଡ କ୍ଲବ, ଦକ୍ଷିଣରେ ଜୟକିଷାନ, ଗାଁ ମଝିରେ ସରସ୍ବତୀ ୟୁଥ୍‌ ଓ ଆସମିଶ କ୍ଲବ ପକ୍ଷରୁ ପୂଜା ଅନୁଷ୍ଠିତ ହେବ। ଆସନ୍ତା ଗୁରୁବାରଠାରୁ ପୂଜା ଆରମ୍ଭ ହେଉଥିବା ବେଳେ ମା’ଙ୍କ ମୃଣ୍ମୟୀ ମୂର୍ତ୍ତି ସାଙ୍ଗକୁ ପାର୍ଶ୍ୱମୂର୍ତ୍ତି ଓ ସୁଉଚ୍ଚ ତୋରଣ ନିର୍ମାଣ ଚାଲିଛି। ମୂର୍ତ୍ତି ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବ୍ୟବସାୟୀମାନେ ମଧ୍ୟ ପସରା ମେଲିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ୭ ଦିନ ଧରି ପୂଜା ଚାଲିବ। ପ୍ରତ୍ୟହ ସନ୍ଧ୍ୟାରେ ମେଲୋଡ଼ି, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ସାଧାରଣ ସଭା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ୟୁନାଇଟେଡ୍‌ କ୍ଲବ ପକ୍ଷରୁ ଛବୀନ୍ଦ୍ର ବିଶ୍ୱାଳ, ରଙ୍ଗାଧର ନାୟକ, ଜୟ କିଷାନ ପକ୍ଷରୁ ବିଶ୍ୱନାଥ ଜେନା, ଦେବାନନ୍ଦ ମହାପାତ୍ର ପ୍ରମୁଖ ଦାୟିତ୍ୱ ନେଇଛନ୍ତି। ସେହିପରି ଆସମିଶ କ୍ଲବ ପକ୍ଷରୁ ପ୍ରଶାନ୍ତ ଦାସ, ପ୍ରିୟବ୍ରତ ଦାସ, ସରସ୍ବତୀ ୟୁଥ୍‌ କ୍ଲବର ସୁଧାକର ବିଶ୍ୱାଳ ଓ ବିଷ୍ଣୁମୋହନ ବିଶ୍ୱାଳ ପୂଜା ଦାୟିତ୍ୱ ନେଇଛନ୍ତି।
ଏହି ପୂଜାରେ ପ୍ରତ୍ୟେକ ସନ୍ଧ୍ୟାରେ ଭଦ୍ରକ, ବାଲେଶ୍ୱର ଓ କେନ୍ଦୁଝର ଜିଲାରୁ ହଜାର ହଜାର ଦର୍ଶକଙ୍କ ଭିଡ଼ ଜମିଥାଏ। ଗଁାର ବୟୋଜ୍ୟେଷ୍ଠ ବ୍ୟକ୍ତିମାନେ ଶାନ୍ତିଶୃଙ୍ଖଳା ପ୍ରତି ଧ୍ୟାନ ରଖିଥାନ୍ତି। ଯୁବକମାନଙ୍କ ମଧ୍ୟେରେ ଭାଇଚାରାର ସମ୍ପର୍କ ସୃଷ୍ଟି ହୋଇଥାଏ। ଏଥର ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ବନ୍ତ ପୋଲିସ ପକ୍ଷରୁ ବ୍ୟବସ୍ଥା କରାଯାଇଥିବା ଥାନାଧିକାରୀ ଆଦିତ୍ୟ ପ୍ରସାଦ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri