ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯିବା ପରେ ହିନ୍ଦୋଳ ଆସନକୁ ନେଇ କିଛିଦିନ ହେଲା ଦଳୀୟ କର୍ମୀଙ୍କ ମଧ୍ୟରେ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି।
ହିନ୍ଦୋଳ ବ୍ଲକ ଅଧ୍ୟକ୍ଷ ଭାବେ କଂଗ୍ରେସରୁ ରାଜନୈତିକ ଜୀବନ ଆରମ୍ଭ କରିଥିବା ସୀମରାଣି ୨୦୧୪ ଓ ୨୦୧୯ରେ ବିଜେଡି ଟିକେଟ୍‌ରେ ହିନ୍ଦୋଳ ବିଧାନସଭା ଆସନରୁ ବିଧାୟିକା ନିର୍ବାଚିତ ହୋଇଥିଲେ। ୨୦୨୪ରେ ସେ ପୁଣି ହିନ୍ଦୋଳରୁ ନିର୍ବାଚନ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ଥିଲେ ହେଁ ବିଜେଡି ତାଙ୍କୁ ଟିକେଟ୍‌ ଦେଇ ନ ଥିଲା। ଫଳରେ ସେ ଅସନ୍ତୋଷ ପ୍ରକାଶ କରି ଭାଜପାରେ ଯୋଗ ଦେଇଥିଲେ। ବିଜେଡି ହିନ୍ଦୋଳରେ ଏମ୍‌ପି ମହେଶ ସାହୁଙ୍କୁ ବିଧାୟକ ପ୍ରାର୍ଥୀ କରିଥିବା ବେଳେ ଭାଜପା ପ୍ରାର୍ଥୀ ହୋଇଛନ୍ତି ସୀମାରାଣୀ। ସେହିପରି କଂଗ୍ରେସରୁ ନବାଗତ ଗୋବର୍ଦ୍ଧନ ଶେଖର ନାୟକ ପ୍ରାର୍ଥୀ ହୋଇଥିବାରୁ ଏଠାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା ହେବ ବୋଲି ଜଣାପଡିଛି। ଭାଜପା ପକ୍ଷରୁ ପ୍ରାର୍ଥୀ ହେବା ପରେ ସୀମାରାଣୀ କହିଛନ୍ତି, ହିନ୍ଦୋଳ ବିଧାନସଭା ଅଞ୍ଚଳର ଭାଜପା ନେତୃବୃନ୍ଦ, ପଦାଧିକାରୀ ଓ ଜିଲା ନେତୃବୃନ୍ଦଙ୍କ ସହ ଆଲୋଚନା କରି ନିର୍ବାଚନ ଋଣନୀତି ପ୍ରସ୍ତୁତ କରାଯିବ। ଦଳ ତାଙ୍କ ଉପରେ ଭରସା କରିଥିବାରୁ ଏଥିପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ସଭାପତି ମନମୋହନ ସାମଲ, ଏମ୍‌ପି ପ୍ରାର୍ଥୀ ରୁଦ୍ରନାରାୟଣ ପାଣି, ଜିଲା ସଭାପତି ନରେଶ ଚନ୍ଦ୍ର ମହାପାତ୍ରଙ୍କୁ କୃତଜ୍ଞତା ଜଣାଇଛନ୍ତି। ହିନ୍ଦୋଳରେ ସମସ୍ତଙ୍କ ସମ୍ମାନ ରଖିବେ ବୋଲି ସୀମାରାଣୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?