Posted inଜାତୀୟ

ଶିନ୍ଦେଙ୍କୁ ସମତା ପାର୍ଟିର ଅନୁରୋଧ, ଠାକରେ ଦଳଠାରୁ ମଶାଲ ଚିହ୍ନ ଆଣିବାରେ କରନ୍ତୁ ସହାୟତା…

ମୁମ୍ବାଇ,୨୨।୨ : ବିହାରରୁ ସମତା ପାର୍ଟିର ଏକ ପ୍ରତିନିଧୀ ଦଳ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଭେଟି ଉଦ୍ଧବ ଠାକରେଙ୍କ ନେତୃତ୍ୱରେ ଶିବସେନା ଦଳକୁ ଦିଆଯାଇଥିବା ମଶାଲ ଚିହ୍ନକୁ ଫେରାଇ ଆଣିବାରେ ସାହାଯ୍ୟ ଲୋଡିଛନ୍ତି। ଦଳର ସଭାପତି ଉଦୟ ମଣ୍ଡଳଙ୍କ ନେତୃତ୍ୱରେ ଏହି ପ୍ରତିନିଧି ଦଳ ଥାଣେର କାର୍ଯ୍ୟାଳୟରେ ଶିନ୍ଦେଙ୍କୁ ସାକ୍ଷାତ କରିଥିଲେ। ଶିନ୍ଦେଙ୍କ କାର୍ଯ୍ୟାଳୟ ଏକ ପ୍ରକାଶନ ମାଧ୍ୟମରେ ଏହି ସୂଚନା ପ୍ରଧାନ କରାଯାଇଛି ।

ନିର୍ବାଚନ ଆୟୋଗ (ଇସି) ଶିନ୍ଦେ ନେତୃତ୍ୱାଧୀନ ଦଳକୁ ପ୍ରକୃତ ଶିବସେନା ଭାବରେ ସ୍ବୀକୃତି ଦେଇ ଏହାର ଧନୁ ଓ ତୀର ଚିହ୍ନକୁ ପ୍ରଦାନ କରିବା ପରେ ସମତା ପାର୍ଟି ପକ୍ଷରୁ ଏଭଳି କରାଯାଇଛି। ସମତା ପାର୍ଟିର ପ୍ରତିନିଧୀ ଦଳ ଶିନ୍ଦେଙ୍କୁ କହିଛନ୍ତି ଯେ ଦଳ ବିହାରର ଏକ ପୁରୁଣା ରାଜନୈତିକ ପାର୍ଟି। ଏହାର ନିର୍ବାଚନ ଚିହ୍ନ ହେଉଛି ମଶାଲ।

୧୯୯୪ରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏବଂ ସ୍ବର୍ଗତ ନେତା ଜର୍ଜ ଫର୍ଣ୍ଣାଣ୍ଡିସଙ୍କ ଦ୍ୱାରା ଗଠିତ ସମତା ପାର୍ଟି ଗତ ବର୍ଷ ଅକ୍ଟୋବରରେ ଠାକରେଙ୍କ ଦଳକୁ ଚିହ୍ନ ପ୍ରଦାନ ବିରୁଦ୍ଧରେ ନିର୍ବାଚନ ଆୟୋଗରେ ଅଭିଯୋଗ କରିଥିଲା ଏବଂ ଏହା ବିରୋଧରେ ଆବେଦନ ଦିଲ୍ଲୀ ହାଇକୋର୍ଟକୁ ସ୍ଥାନାନ୍ତର କରିଥିଲା। କିନ୍ତୁ ଦଳର ନିର୍ବାଚନ ଚିହ୍ନ ସ୍ଥିର କରିବାର କୌଣସି ଅଧିକାର ନାହିଁ ବୋଲି କହି କୋର୍ଟ ଏହି ମାମଲାକୁ ଖାରଜ କରିଦେଇଥିଲେ। ୨୦୦୪ ମସିହାରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ସମତା ପାର୍ଟିର ମାନ୍ୟତା ରଦ୍ଦ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri