ମହୁମାଛି ଆକ୍ରମଣରେ ୩ ଗୁରୁତର

ଲାଞ୍ଜିଗଡ଼ ୨୬ା୩ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ୍‌ରେ ମହୁମାଛିଙ୍କ ପ୍ରାଦୁର୍ଭାବ ଦେଖାଦେଇଛି। ସୂଚନାନୁଯାୟୀ, ଲାଞ୍ଜିଗଡ଼ ରୋଡ୍‌ ଶିବମନ୍ଦିର ନିକଟରେ ଏକ ଜଳଖିଆ ଦୋକାନକରି ଚଳୁଥିବା ରତ୍ନାକର ଗଉଡ଼ ଓ ତାଙ୍କ ସ୍ତ୍ରୀ ଗୋମତୀ ଗଉଡ଼ ଦୋକାନରେ ଜଳଖିଆ ବିକ୍ରି କରୁଥିବାବେଳେ ହଠାତ୍‌ ନିକଟସ୍ଥ ଅଶ୍ୱତ୍‌ଥ ଗଛରୁ ଶହ ଶହ ମହୁମାଛି ଉଡ଼ିଆସି ଉଭୟଙ୍କୁ ଆକ୍ରମଣ କରିଥିଲେ। ଏଥିରେ ଦମ୍ପତି ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ଚିକିତ୍ସା ପାଇଁ ଲାଞ୍ଜିଗଡ ରୋଡ୍‌ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେହିପରି କାନକୁଟୁରୁ ପଞ୍ଚାୟତ ବାରଗୁଡା ପ୍ରାଥମିକ ସ୍କୁଲ ଶିକ୍ଷକ ଦିବାକର ବିଭାର ସ୍କୁଲ ଯାଉଥିବା ସମୟରେ ହାତୀଶାଳ ଘାଟିରେ ମହୁମାଛି ଆକ୍ରମଣର ଶିକାର ହୋଇ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସେହିଭଳି ବେଡା ଗାଁ ଅଙ୍ଗନଓ୍ବାଡି କର୍ମୀ ବାସନ୍ତୀ ମାଝୀଙ୍କ ଘର ସାମ୍ନାରେ ମହୁମାଛି ଉଡ଼ିବୁଲୁଥିବା ବେଳେ ତାଙ୍କ ପରିବାର ସଦସ୍ୟ ଘରକୁ ପଶି ନ ପାରି ପଡୋଶୀ ଘରେ ଆଶ୍ରୟ ନେଇଥିଲେ। ହେଲେ ମହୁମାଛି ଆକ୍ରମଣରେ ତାଙ୍କର ତିନିଗୋଟି ଛେଳିର ମୃତ୍ୟୁ ଘଟିଥିବା ସେ ପ୍ରକାଶ କରିଛନ୍ତି। ଗୁରୁତର ଥିବା ସମସ୍ତଙ୍କ ଚିକିତ୍ସା ଚାଲିଥିବାବେଳେ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri