ସମ୍ବଲପୁରବାସୀ ମୋଦିଙ୍କ ସହ ରହିଛନ୍ତି: ଧର୍ମେନ୍ଦ୍ର

ସମ୍ବଲପୁର,୧୦ା୪ (ଭବାନୀ ଶଙ୍କର ଭୋଇ): ଭାଜପା ପକ୍ଷରୁ ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲା ସମେତ ଦେବଗଡ, ଆଠମଲ୍ଲିକ ଓ ଛେଣ୍ଡିପଦାରେ ଧୂଆଁଧାର ପ୍ରଚାର ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ସମ୍ବଲପୁରଠାରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସାଙ୍ଗଠନିକ ବୈଠକରେ ସେ ଯୋଗଦେଇ ନିର୍ବାଚନ ରଣନୀତି ସମ୍ପର୍କରେ ଆଲୋଚନା କରିଥିଲେ। ଘରକୁ ଘର ବୁଲି ପ୍ରଧାନମନ୍ତ୍ରୀଙ୍କ ଗରିବ କଲ୍ୟାଣ ଯୋଜନା ସମ୍ପର୍କରେ ସାଧାରଣ ଲୋକଙ୍କୁ ଅବଗତ କରାଇବାକୁ କର୍ମକର୍ତ୍ତାମାନଙ୍କୁ ପରାମର୍ଶ ଦେଇଥିଲେ। ବିକଶିତ ଭାରତ ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ ନେଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ। ସେ ଆହୁରି କହିଛନ୍ତି, ଦେଶରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏକ ଜନକଲ୍ୟାଣକାରୀ ସରକାର ଚାଲିଛି। ଅନ୍ୟ ରାଜ୍ୟରେ ଲୋକମାନେ ଏହାକୁ ଗ୍ରହଣ କରିସାରିଲେଣି। ଓଡ଼ିଶାବାସୀ ମଧ୍ୟ ପୁଣି ଥରେ ତୃତୀୟଥର ପାଇଁ ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ କରିବେ। ଏହାସହ ରାଜ୍ୟରେ ଡବଲ ଇଞ୍ଜିନ ସରକାର ଆଣିବାକୁ ଓଡ଼ିଶାବାସୀ ମନସ୍ଥ କଲେଣି ବୋଲି ସେ କହିଛନ୍ତି। ଏହି ବୈଠକରେ ସମ୍ବଲପୁର ଅଞ୍ଚଳର ବହୁ ବରଷ୍ଠ ଭାଜପା କର୍ମୀ ସାମିଲ ହୋଇଥିଲେ। ପରେ ସେ ମାନେଶ୍ୱରସ୍ଥିତ ଶ୍ରୀରାମ ମନ୍ଦିରରେ ପ୍ରଭୁଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଥିଲେ। ସମ୍ବଲପୁର ଗୋବିନ୍ଦପାଲିଠାରେ ସାମାଜିକ ସଂଗଠନ ସେବା ଭାରତୀ ପକ୍ଷରୁ ଆୟୋଜିତ ରକ୍ତଦାନ ଶିବିରରେ ସାମିଲ ହୋଇଥିଲେ। ସଂଗଠନର ଏପରି ପ୍ରୟାସକୁ ସେ ପ୍ରଶଂସା କରିଥିଲେ। ଠେଲକୋପଡ଼ାଠାରେ ଚାଲିଥିବା ବୁଢୀମା’ଙ୍କ ଯାତ୍ରାରେ ସାମିଲ ହୋଇ ଆଶୀର୍ବାଦ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ମ୍ୟାଚ ସମୟରେ ହ୍ୟାଣ୍ଡସେକ୍‌ କରିବେ ଭାରତ-ପାକିସ୍ତାନ? ICC-PCB ବୈଠକରେ କ’ଣ ହେଲା ନିଷ୍ପତ୍ତି, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୨: ୨୦୨୬ ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ପରସ୍ପରର ସାମ୍ନା କରିବେ ବୋଲି ନିଶ୍ଚିତ ହୋଇଛି। ପାକିସ୍ତାନ ପ୍ରଥମେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବାକୁ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri