ବିଜେଡି ଗୋଷ୍ଠୀ କନ୍ଦଳ ଟାଳିବାକୁ ପ୍ରସନ୍ନ କାର୍ଡ

ସମ୍ବଲପୁର,୧୩ା୪(ପ୍ରମୋଦ ବହିଦାର), ଭୁବନେଶ୍ୱର(ଅନିଲ ଦାସ): ବିଜେଡି ଗୁରୁବାର ସମ୍ବଲପୁର ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ରେଢ଼ାଖୋଲ ଓ ସମ୍ବଲପୁର ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ବିଧାୟକ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ରୋହିତ ପୂଜାରୀ ପୁନର୍ବାର ରେଢ଼ାଖୋଲ ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି। ସେହିପରି ସମ୍ବଲପୁର ବିଧାନସଭା ଆସନରେ ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ବିଜେଡି ପ୍ରାର୍ଥୀ କରିଛି। ସମ୍ବଲପୁରକୁ ନେଇଥିବା ଦଳୀୟ କନ୍ଦଳରେ ପୂର୍ଣ୍ଣଚ୍ଛେଦ ପକାଇବା ଲକ୍ଷ୍ୟରେ ବିଜେଡି ପ୍ରସନ୍ନ କାର୍ଡ ଖେଳିଥିବା ଚର୍ଚ୍ଚା ହେଉଛି।
ତାରିଖ ଘୋଷଣା ହେବା ପରଠାରୁ ବିଜେଡିରେ ଗୋଷ୍ଠୀ କନ୍ଦଳ ଚରମସୀମାରେ ପହଞ୍ଚତ୍ଥିଲା, ଯାହା ଥମିବାର ନାଁ ନେଉ ନ ଥିଲା। ସମ୍ବଲପୁର ବିଧାନସଭା ଆସନରେ ତିନି ପ୍ରମୁଖ ଆଶାୟୀଙ୍କ ମଧ୍ୟରେ ଥିଲେ ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ, ରେଢ଼ାଖୋଲ ବିଧାୟକ ରୋହିତ ପୂଜାରୀ ଓ ରାଜ୍ୟ ସାଧାରଣ ସମ୍ପାଦକ ସିଦ୍ଧାର୍ଥ ଦାସ। ଏହାମଧ୍ୟରେ ବିଧାୟକ ରୋହିତ ପୂଜାରୀଙ୍କୁ ତାଙ୍କ ନିଜ ନର୍ବାଚନମଣ୍ଡଳୀ ରେଢ଼ାଖୋଲରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ମାତ୍ର ଏହାପୂର୍ବରୁ ଡା. ପାଣିଗ୍ରାହୀ ଓ ସିଦ୍ଧାର୍ଥ ଦାସଙ୍କ ସମର୍ଥକମାନେ ନିଜ ନେତାଙ୍କ ପାଇଁ ଟିକେଟ୍‌ ଦାବି କରି ପରୋକ୍ଷରେ ପରସ୍ପରକୁ ବିରୋଧ କରିଥିଲେ, ଯାହା ବିଜେଡି ଶୀର୍ଷ ନେତୃତ୍ୱଙ୍କ ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିଥିଲା। ରାଜ୍ୟରେ ୬ଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇ ନବୀନ ପଟ୍ଟନାୟକଙ୍କୁ ଏକ ବିରଳ ରେକର୍ଡର ଅଧିକାରୀ କରିବା ଲକ୍ଷ୍ୟ ରଖିଛି ବିଜେଡି। ତେଣୁ କୌଣସି ପ୍ରକାର ବ୍ୟତିକ୍ରମ ଘଟି ବିଜେଡି ଭୋଟ୍‌କୁ ଯେପରି ପ୍ରଭାବିତ କରା ନ ଯାଏ, ସେଥିପ୍ରତି ବିଜେଡି ରାଜ୍ୟ ନେତୃବର୍ଗ ସବୁ ପ୍ରକାର ରଣନୀତି ଆପଣାଇଛି। ଏହି ଦୃଷ୍ଟିରୁ ସମ୍ବଲପୁରରେ ଲାଗିରହିଥିବା ଗୋଷ୍ଠୀ ବିବାଦର ଅନ୍ତ ଘଟାଇବା ପାଇଁ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଏଠାରୁ ପ୍ରାର୍ଥୀ କରିବାକୁ ଦଳ ନିଷ୍ପତ୍ତି ନେଇଥାଇପାରେ ବୋଲି ଚର୍ଚ୍ଚା ହେଉଛି। କାରଣ ଅତୀତରେ ପ୍ରସନ୍ନ ଆଚାର୍ଯ୍ୟ ସମ୍ବଲପୁର ଲୋକ ସଭା ଆସନରୁ ୧୯୯୮ରୁ ୨୦୦୪ ପର୍ଯ୍ୟନ୍ତ ଲଗାତର ତିନିଥର ସାଂସଦ ନିର୍ବାଚିତ ହେବା ସହ ୨୦୦୯ରେ ରେଢ଼ାଖୋଲ ଆସନରୁ ନିର୍ବାଚିତ ହୋଇ କ୍ୟାବିନେଟ ମନ୍ତ୍ରୀ ହୋଇଥିଲେ। ଏହି ଅବଧି ମଧ୍ୟରେ ବର୍ତ୍ତମାନ ଗୋଷ୍ଠୀ ବିବାଦରେ ଲିପ୍ତ ଦଳୀୟ ନେତା ବା ନେତ୍ରୀ କୌଣସି ନା କୌଣସି ସମୟରେ ପ୍ରସନ୍ନଙ୍କ ଦ୍ୱାରା ଉପକୃତ ହୋଇଛନ୍ତି। ଫଳରେ ତାଙ୍କୁ ବିରୋଧ କରିବାର ପ୍ରଶ୍ନ ଉଠୁନାହିଁ ବୋଲି ଦଳୀୟ ମହଲରେ ଆଲୋଚନା ହେଉଛି। ପ୍ରସନ୍ନ ରାଜନୀତିରେ ଅଭିଜ୍ଞ ଓ ଦଳୀୟ ଶଙ୍କଟ ଟାଳିବା କ୍ଷେତ୍ରରେ ତାଙ୍କୁ ନିୟୋଜିତ କରାଯାଇଥିବା ଅତୀତରେ ଦେଖିବାକୁ ମିଳିଛି। ତେଣୁ ଅନ୍ତତଃ ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଲାଗି ରହିଥିବା ଗୋଷ୍ଠୀ ବିବାଦ ଟାଳିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରସନ୍ନଙ୍କ ଉପରେ ଆସ୍ଥା ପ୍ରକଟ କରି ଏହି ବିଧାନସଭା ଆସନରେ ତାଙ୍କୁ ପ୍ରାର୍ଥୀ କରିଥିବା ଚର୍ଚ୍ଚା ହେଉଛି। ଏଥିସହିତ ସମ୍ବଲପୁର ଲୋକ ସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ଭୋଟ ବଢ଼ାଇବାରେ ପ୍ରସନ୍ନଙ୍କ ଯୋଗଦାନ ରହିବ ବୋଲି ଶୀର୍ଷ ନେତୃତ୍ୱ ଚିନ୍ତା କରିଥିବା କୁହାଯାଉଛି।
ପ୍ରସନ୍ନ ରେଢ଼ାଖୋଲ ବିଧାନସଭା ଆସନ ପାଇଁ ଆଶାୟୀ ଥିଲେ। ହେଲେ ସମ୍ବଲପୁର ବିଧାନସଭା ଆସନରୁ ତାଙ୍କୁ ପ୍ରାର୍ଥୀ କରାଯିବା ପରେ ସେ ଅସନ୍ତୋଷ ବ୍ୟକ୍ତ କରିଥିବା ନେଇ ଚର୍ଚ୍ଚା ହେଉଛି। ଏପରି କି ସେ ଶୁକ୍ରବାର ନବୀନ ନିବାସ ଯାଇ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିଥିବା କୁହାଯାଉଛି। କିନ୍ତୁ ସେଠାରେ କ’ଣ କଥାବାର୍ତ୍ତା ହୋଇଛି, ସେ ସଂକ୍ରାନ୍ତରେ କିଛି ସ୍ପଷ୍ଟ ହୋଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ସମୀକ୍ଷା କଲେ ଜିଲାପାଳ: ନିର୍ବାହୀ ଅଧିକାରୀ ବିନୋଦ ବେହେରା ସମ୍ବର୍ଦ୍ଧିତ

ପୁରୁଷୋତ୍ତମପୁର, ୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରା ଚଳିତ ବର୍ଷ ଅତ୍ୟନ୍ତ ଶାନ୍ତିଶୃଙ୍ଖଳାର ସହ ସମାପ୍ତ ହୋଇଛି।…

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri