ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର ସହର ପୋଲିସ ଛାଉଣୀରେ ପରିଣତ ହୋଇଛି। ବିଭିନ୍ନ ସମ୍ୱେଦନଶୀଳ ସ୍ଥାନମାନଙ୍କରେ ପୋଲିସ ଓ ମୁତୟନ କରାଯାଇଛି। ଏପରିକି ବିଭିନ୍ନ ଦୋକାନ ଓ ସନ୍ଧିଗ୍ଧ ସ୍ଥାନରେ ସନ୍ଧାନୀ କୁକୁର ସହାୟତାରେ ଯାଞ୍ଚ କରାଯାଇଛି। ଶୋଭାଯାତ୍ରାରେ ୧ହଜାରରୁ ଊର୍ଦ୍ଧ୍ୱ କଳାକାର ସାମିଲ ହେବେ। ଏଥିପାଇଁ ସମ୍ୱଲପୁର ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।

ବିଭିନ୍ନ ସମ୍ୱେଦନଶୀଳ ଅଞ୍ଚଳରେ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇଛି। ୩୦ ପ୍ଲାଟୁନ୍‌ ଯବାନଙ୍କ ଫ୍ଲାଗମାର୍ଚ୍ଚ ରିଜର୍ଭ ପୋଲିସ ଲାଇନରୁ ବାହାରି ମୁଦିପଡ଼ା, କୁଞ୍ଜଲପଡ଼ା, ବୈଦ୍ୟନାଥଛକ, ଗୋଲବଜାର, ଲକ୍ଷ୍ମୀଟକିଜ୍‌ ଛକ, ଭୁତାପଡ଼ା ଦେଇ ରାମ ମନ୍ଦିରରେ ପହଞ୍ଚି ଥିଲା।

ସେହିପରି ପୋଲିସ ପକ୍ଷରୁ ଶୋଭାଯାତ୍ରାର ସମସ୍ତ ମାର୍ଗକୁ ନିରୀକ୍ଷଣ କରାଯିବା ସହିତ ମାର୍ଗର ମ୍ୟାପ୍‌ ଜାରି କରାଯାଇଛି। ଏସ୍‌ପି ମୁକେଶ କୁମାର ଭାମୁ କହିଛନ୍ତି, ଉଭୟ ରାମ ନବମୀ ଓ ହନୁମାନ ଜୟନ୍ତୀରେ ସୁରକ୍ଷା ଦୃଷ୍ଟିରୁ ସହରରେ ପ୍ରାୟ ୩୦ ପ୍ଲାଟୁନ ପୋଲିସ ଫୋର୍ସଙ୍କୁ ମୁତୟନ କରାଯାଇଛି। ସମଗ୍ର ସହରକୁ ସିସିି କ୍ୟାମେରା ଏବଂ ଡ୍ରୋନ ସହାୟତାରେ ତୀକ୍ଷ୍ଣ ନଜର ରଖାଯାଇଛି। କୌଣସି ଅପ୍ରୀତିକର ପରିସ୍ଥିତିର ମୁକାବିଲା ପାଇଁ ପୋଲିସ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?