ସମ୍ବଲପୁର ବସ୍ତ୍ରାଳୟର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୧୫।୯:ସମ୍ବଲପୁର ବସ୍ତ୍ରାଳୟର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ (ମେଗା ଶୋ’ରୁମ୍‌) ଗୁରୁବାର ଝାରସୁଗୁଡ଼ାର ସରବାହାଲଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ହସ୍ତତନ୍ତ ଏବଂ ବୟନଶିଳ୍ପ ବିଭାଗ ମନ୍ତ୍ରୀ ରୀତା ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସମ୍ବଲପୁରୀ ବସ୍ତ୍ରାଳୟର ସଭାପତି ସମ୍ବିତ କୁମାର ଆଚାର୍ଯ୍ୟ, ସମ୍ପାଦକ ଶରତ ଲାଲ ସିଂ, ଏମ୍‌ଡି ଶିଶିର କୁମାର ନାଗ, ବାଣିଜ୍ୟ ଅଧିକାରୀ ହେମନ୍ତ କୁମାର ମିଶ୍ରଙ୍କ ସମେତ ପ୍ରସନ୍ନ କୁମାର ଗନ୍ତାୟତ ଯୁଗ୍ମ ନିର୍ଦ୍ଦେଶକ ବୟନ ଶିଳ୍ପ ପଶ୍ଚିମାଞ୍ଚଳ ବରଗଡ଼, ସୌଭାଗ୍ୟ ରଞ୍ଜନ ନାୟକ ଉପଦେଷ୍ଟା ହସ୍ତତନ୍ତ ଏବଂ ବୟନଶିଳ୍ପ ବିଭାଗ, କିରଣମୟ ପ୍ରଧାନ ସହକାରୀ ନିର୍ଦ୍ଦେଶକ ବୟନ ଶିଳ୍ପ ସୁନ୍ଦରଗଡ଼, ପ୍ରଭାସ ରଞ୍ଜନ ମହଲା, ସୁନୀଲ କୁମାର ପଟ୍ଟନାୟକ, ବିଶ୍ୱନାଥ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ବିଶେଷକରି ଏହି ଆଉଟ୍‌ଲେଟ୍‌ ଜରିଆରେ ଉଭୟ ଗ୍ରାହକ ଓ ବୁଣାକାର ସେମାନଙ୍କର ଆବଶ୍ୟକତା ପୂରଣ କରିପାରିବେ। ଏପରିକି ପଶ୍ଚିମ ଓଡ଼ିଶାରେ କାରବାର ବୃଦ୍ଧି ପାଇଁ ଝାରସୁଗୁଡ଼ା ଜିଲାରେ ଏହି ନୂତନ ବିକ୍ରୟ କେନ୍ଦ୍ରର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଯାଇଛି। ବସ୍ତ୍ରାଳୟର ଉଦ୍‌ଘାଟନୀ ଅଫର ପ୍ରତି କ୍ରୟ ଉପରେ ୩୦%ର (୧୦% +୨୦% ସରକାରୀ ) ରିହାତି ଗ୍ରାହକମାନେ ୨୦୨୩ ଅକ୍ଟୋବର ୩୧ ପର୍ଯ୍ୟନ୍ତ ପାଇପାରିବେ। ସେହିଭଳି ଏହି ଆଉଟ୍‌ଲେଟ୍‌ ଜରିଆରେ ଗ୍ରାହକ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ସାମଗ୍ରୀ ସବୁ ବର୍ଗର ଗ୍ରାହକ ପାଇପାରିବେ ବୋଲି ସମ୍ବଲପୁରୀ ବସ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ରାଜ୍ୟ ସରକାରଙ୍କ ହସ୍ତତନ୍ତ,ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅଧୀନରେ ଥିବା ‘ସମ୍ବଲପୁରୀ ବସ୍ତ୍ରାଳୟ’ ବୁଣାକାରଙ୍କ ଉପତ୍ାଦିତ ଲୁଗାର ବିକ୍ରୟ ନିମନ୍ତେ ତଥା ବୁଣାକାରଙ୍କୁ ନିରନ୍ତର କର୍ମଯୋଗାଣ କରିବା ସକାଶେ ଝାରସୁଗୁଡ଼ା ସହରର ସରବାହାଲଠାରେ ଏକ ମେଗା ଶୋ’ରୁମ୍‌ର ଶୁଭାରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?