Posted inଖେଳ

ସମ୍ବଲପୁର କପ୍‌ ଫୁଟବଲ: କେରଳକୁ ହରାଇଲା କୋଲକାତା

ସମ୍ବଲପୁର,୨୭ା୨(ବି.ଶଙ୍କର): ସମ୍ବଲେଶ୍ୱରୀ ସ୍ପୋର୍ଟିଂ ଓ ସମ୍ବଲପୁର ଜିଲା କ୍ରୀଡ଼ା ସଂଘ ଆୟୋଜିତ ସର୍ବଭାରତୀୟ ସମ୍ବଲପୁର କପ୍‌ ଫୁଟବଲ ଟୁର୍ନାମେଣ୍ଟର ଗୁରୁବାର ମ୍ୟାଚରେ ଜର୍ଜ ଟେଲିଗ୍ରାଫ କୋଲକାତା ବିଜୟୀ ହୋଇଛି । ଏହି ବିଜୟ ସହ କୋଲକାତା ସେମିଫାଇନାଲ ମ୍ୟାଚ୍‌ ଖେଳିବାର ଯୋଗ୍ୟତା ଅର୍ଜନ କରିଛି।

ଗୁରୁବାର ବୀର ସୁରେନ୍ଦ୍ର ସାଏ ଷ୍ଟାଡିୟମରେ ଜର୍ଜ ଟେଲିଗ୍ରାଫ କୋଲକାତା ଓ ସେଣ୍ଟ ଜର୍ଜ ସ୍ପୋର୍ଟ କ୍ଳବ କେରଳ ମଧ୍ୟରେ ମ୍ୟାଚ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା। ଉଭୟ ଦଳ ଅନେକ ସୁଯୋଗ ପାଇଥିବା ସତ୍ତ୍ବେ ଗୋଲ ସ୍କୋର କରିବାରେ ବିଫଳ ହୋଇଥିଲେ । ଫଳରେ ମ୍ୟାଚ୍‌ ଗୋଲଶୂନ୍ୟ ହୋଇ ଅମୀମାଂସିତ ରହିଥିଲା। ଏନେଇ ରେଫରୀ ଟାଇବ୍ରେକରର ଆଶ୍ରୟ ନେଇଥିଲେ।

ଏଥିରେ କୋଲକାତା ଦଳ ୪-୨ ଗୋରେ ବିଜୟୀ ହୋଇଥିଲା। ମ୍ୟାଚକୁ ନବୀନ କୁମାର ନାଏକ, ସୁବ୍ରତ ପୁରୋହିତ, ଜିତେନ୍ଦ୍ରିୟ ଥନାପତି ଏବଂ ଉତ୍କଳମଣୀ ବେହେରା ପରିଚାଳନା କରିଥିଲେ। ଦୁର୍ଗା ମାଧବ ନାଏକ ମ୍ୟାଚ କମିଶନର ଥିଲେ। ପୂର୍ବତନ ପୁଟବଲ ଖେଳାଳି ଯୁଗଳ କିଶୋର ସିଂ, ରେଙ୍ଗାଲିର ପୂର୍ବତନ ବିଧାୟକ ନାଉରୀ ନାଏକ, ସମ୍ବଲପୁର ଜିଲା କ୍ରୀଡ଼ା ସଂଘ ସାଧାରଣ ସମ୍ପାଦକ ସୁନିଲ କୁମାର ସାହୁ ଓ ଉପସଭାପତି ଦୁଲାଲ ଚନ୍ଦ୍ର ପ୍ରଧାନ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ସମ୍ବଲପୁର ଫୁଟବଲ ଏକାଡେମୀ ସମ୍ପାଦକ ଅତନୁ ଘୋଷ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri