ସମ୍ବଲପୁର ନାବାଳିକା ବଳାତ୍କାର, ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଫାଶୀଦଣ୍ଡ ଦେଲେ କୋର୍ଟ

ସମ୍ବଲପୁର,ଜମନକିରା,୧ା୧୦(ପ୍ରମୋଦ ବହିଦାର, ରବିନ୍ଦ୍ର ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଧୀନ କସଡ଼ା ଗ୍ରାମରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି ସମ୍ବଲପୁର ପୋକ୍‌ସୋ ଅଦାଲତର ସ୍ବତନ୍ତ୍ର ବିଚାରପତି ଅଭିଳାଷ ସେନାପତି। ଅଭିଯୁକ୍ତ ହେଲେ କସଡା ଗ୍ରାମର ପ୍ରଶାନ୍ତ ବଘାର(୩୨)। ଏଥିସହ ଅଦାଲତ ୧ ଲକ୍ଷ ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।

ଘଟଣା ଅନୁଯାୟୀ, ୨୦୨୨ ମାର୍ଚ୍ଚ ୨୫ ତାରିଖ ସକାଳେ ନାବାଳିକା(୮ବର୍ଷ) ଜଣକ ଶୌଚ ପାଇଁ ନିଜ ଘର ନିକଟସ୍ଥ ଏକ ପଡ଼ିଆକୁ ଯାଇଥିଲେ। ଏହି ସମୟରେ ଅଭିଯୁକ୍ତ ପ୍ରଶାନ୍ତ ତାଙ୍କୁ ବଳପୂର୍ବକ ଟେକି ନେଇ ବଳାତ୍କାର କରିଥିଲେ। ପରେ କୁରାଢ଼ିରେ ନାବାଳିକାଙ୍କୁ ୨ ଗଡ଼ କରି ଦେଇଥିଲେ। ଗାଁ ମଧ୍ୟକୁ କଟା ମୁଣ୍ଡ ନେଇ ନଳକୂପରେ ଧୋଇଥିଲେ। ଗ୍ରାମବାସୀ ଏହା ଦେଖି ଜମନକିରା ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଅଭିଯୁକ୍ତଙ୍କୁ ଗିରଫ କରିବା ସହ କଟାମୁଣ୍ଡ ଓ କୁରାଢ଼ିକୁ ଜବତ କରିଥିଲା। ଏନେଇ ପୀଡିତାଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ। ପୋଲିସ କେସ ନଂ.୩୨/୨୨ରେ ଦଫା ୩୦୨, ୩୦୧, ୩୭୬(ଏବି), ୩୭୬(ଏ) ପୋକ୍‌ସୋ ଆଇନ ଦଫା ୬ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଥିଲା। ୨୫ ଜଣ ସାକ୍ଷ୍ୟ ଓ ଅନ୍ୟାନ୍ୟ ତଥ୍ୟ ପ୍ରମାଣକୁ ଭିତ୍ତିକରି ବିଚାରପତି ଅଭିଯୁକ୍ତଙ୍କୁ ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ମାମଲାକୁ ସ୍ବତନ୍ତ୍ର ସରକାରୀ ଓକିଲ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri