ସମ୍ବଲପୁର ଉତ୍ତପ୍ତ ସହର

ସମ୍ବଲପୁର,୩ା୬(ବ୍ୟୁରୋ): ଗତ କିଛିଦିନ ହେବ ରାଜ୍ୟର ଆଭ୍ୟନ୍ତରୀଣ ଜିଲାଗୁଡିକରେ ତାପମାତ୍ରା ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟକର ହେଉଛି। ଜରୁରୀ କାମ ନ ଥିଲେ ଲୋକେ ଘରୁ ବାହାରୁନାହାନ୍ତି। ବିଶେଷ କରି ପଶ୍ଚିମଓଡ଼ିଶାର ସମ୍ବଲପୁର ଜିଲାରେ ଗ୍ରୀଷ୍ମର ପ୍ରକୋପ ଅଧିକ ଅନୁଭୂତ ହେଉଛି। ନିୟମିତ ବ୍ୟବଧାନରେ ଏଠାରେ ତାପମାତ୍ରା ରେକର୍ଡ ସୃଷ୍ଟି କରୁଥିବା ଦେଖାଯାଉଛି। ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ରିପୋର୍ଟ ଅନୁସାରେ ଶୁକ୍ରବାର ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଥିଲା। ଏଠିକାର ତାପମାତ୍ରା ୪୪. ୪ ଡିଗ୍ରୀ ସେଲ୍‌ସିୟସ ରହିଥିଲା। ସେହିପରି ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାର ଅନ୍ୟ ୧୨ ଗୋଟି ସହରରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିଲା। ଆଗାମୀ ୫ଦିନ ପର୍ଯ୍ୟନ୍ତ ଏଭଳି ଗ୍ରୀଷ୍ମତାତି ଲାଗି ରହିବ ବୋଲି ଅଶା କରାଯାଉଛି। ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ସମ୍ବଲପୁରରେ କର୍ଫ୍ୟୁ ଭଳି ସ୍ଥିତି ଦେଖିବାକୁ ମିଳିଥିଲା। ସକାଳ ୯ଟାରୁ ରାସ୍ତାଘାଟ ଶୂନ୍‌ଶାନ୍‌ ଲାଗୁଥିଲା। ଗ୍ରାମାଞ୍ଚଳରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଥିଲା। ମିଳିଥିବା ସୂଚନା ଅନୁସାରେ ଶୁକ୍ରବାର ପଶ୍ଚିମ ଓଡ଼ିଶାର ସୋନପୁରରେ ୪୪, ବୌଦ୍ଧ ୪୪, ଝାରସୁଗୁଡ଼ା ୪୩.୮, ହୀରାକୁଦ ୪୩.୬, ବଲାଙ୍ଗୀର ୪୩.୩, ରାଉରକେଲା ୪୩.୨, ସୁନ୍ଦରଗଡ ୪୩, ଭବାନୀପାଟଣା ୪୨.୬, ଟିଟଲାଗଡ ୪୨.୩, ବରଗଡ ୪୨, ନୂଆପଡ଼ାରେ ୪୧.୫ ଡିଗ୍ରୀ ସେଲ୍‌ସିୟସ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ପଦକ ନିଶ୍ଚିତ କଲେ ଲଭ୍‌ଲିନା

ଗ୍ଲାସ୍‌ଗୋ,୨୩ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ା ଆନୁଷ୍ଠାନିକ ଭାବେ ଆରମ୍ଭ ହେବା ପୂର୍ବରୁ ଭାରତ ତା’ର ପ୍ରଥମ ପଦକ ନିଶ୍ଚିତ କରିଛି। ଭାରତୀୟ ବକ୍ସର ଲଭଲିନା ବର୍ଗୋହେନ ୭୫ କେଜି…

ବିଜେଡ଼ିରେ ଥାଇ ବିଜେଡ଼ି ମଙ୍ଗ ଧରିବାକୁ ପଛଘୁଞ୍ଚା: ଛତ୍ରପୁର ସାଙ୍ଗଠନିକ ବୈଠକକୁ ନେଇ ଚର୍ଚ୍ଚା ଜୋର

ଛତ୍ରପୁର, ୨୩ା୭(ଦିଲ୍ଲୀପ ସାମଲ / ଦ୍ଵାରକା ପଟ୍ଟନାୟକ): ବିଗତ ଦିନର ସର୍ବବୃହତ ଆଞ୍ଚଳିକ ରାଜନୈତିକ ଦଳ ଭାବେ ବେଶ୍ ପରିଚିତ ଥିବା ବିଜୁ ଜନତା ଦଳ (ବିଜେଡ଼ି)ରେ…

‘ସରକାର ବହୁତ ଅହଂକାରୀ ହୋଇଗଲାଣି…’, ଜନ୍ତର ମନ୍ତର ପହଞ୍ଚି କାହିଁକି ଏମିତି କହିଲେ ମେହବୁବା ମୁଫତି? CJPକୁ କଲେ ସମର୍ଥନ

ନୂଆଦିଲ୍ଲୀ,୨୩।୭: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଗୁରୁବାର (୨୩ ଜୁଲାଇ) ଦିଲ୍ଲୀର ଜନ୍ତର ମନ୍ତରରେ CJP ଦ୍ୱାରା ଆୟୋଜିତ ଏକ ପ୍ରତିବାଦକୁ…

ଘରକୁ ଫେରିବା ବେଳେ ଫରେଷ୍ଟରଙ୍କ ସ୍କୁଟିକୁ ଧକ୍କା ଦେଲା ଟ୍ରକ, ଘଟଣାସ୍ଥଳରେ…

ଭବାନୀପାଟଣା,୨୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚଞ୍ଚରାବାଡି ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଟ୍ରକ ଧକ୍କାରେ…

ଗଞ୍ଜାମରେ ଅସାମାଜିକ ଯୁବକଙ୍କ ଆତଙ୍କ, ହସ୍ପିଟାଲରେ ପଶି ଭାଙ୍ଗିଦେଲେ…

ଗଞ୍ଜାମ,୨୩।୭(ବିଦ୍ୟାଧର ସାହୁ ): ଗୁରୁବାର ମଧ୍ୟାହ୍ନରେ ଗଞ୍ଜାମ ବଡବଜ଼ାର ଠାରେ ଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ତଥା ସ୍ୱାସ୍ଥ୍ୟ କେନ୍ଦ୍ରରେ ଜଣେ ଅସାମାଜିକ ଯୁବକଙ୍କ ଗୁଣ୍ଡାରାଜ ଦେଖିବାକୁ…

ସୁନାବେଶକୁ ନେଇ ବଡ଼ ସୂଚନା, ସବୁଠୁ ବଡ଼ ଚ୍ୟାଲେଞ୍ଜ ହେବ…

ପୁରୀ,୨୩।୭: ଶୁକ୍ରବାର ପବିତ୍ର ବାହୁଡ଼ାଯାତ୍ରା। ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରଥଯାତ୍ରା ପରିଚାଳନା…

CJP ହିଂସା ମାମଲାରେ କଡ଼ା କାର୍ଯ୍ୟାନୁଷ୍ଠାନ! ବାତିଲ ହେବ….

ନୂଆଦିଲ୍ଲୀ,୨୩।୭: ଜନ୍ତର ମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ (CJP) ପ୍ରତିବାଦ ସମୟରେ ଘଟିଥିବା ହିଂସାରେ ଜଡିତ ଲୋକଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦିଲ୍ଲୀ ପୋଲିସ…

CJP ଆନ୍ଦୋଳନ, ଏଣ୍ଟ୍ରି ମାରିଲାଣି ପାକିସ୍ତାନ! ଲାଠିଚାର୍ଜକୁ ନେଇ କହିଲା ଏମିତି ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ/ଇସଲାମାବାଦ,୨୩।୭: NEET-UG ପେପର୍‌ ଲିକ ବିବାଦ ଏବଂ ‘କକ୍ରୋଚ ଜନତା ପାର୍ଟି’ (CJP) ଦ୍ୱାରା ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରି କରାଯାଇଥିବା ପ୍ରତିବାଦ ଉପରେ ପାକିସ୍ତାନ ପ୍ରତିକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri