ପ୍ରବଳ ଖରାରେ ବି ଫୁଟିବ ପଦ୍ମ

ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଆସନର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଏହି ଅବସରରେ ସେ ପ୍ରଥମେ ମିଶ୍ରଣ ପର୍ବରେ ସାମିଲ ହୋଇଥିବା ବିଜେଡି ଓ ଅନ୍ୟଦଳର ନେତା, କର୍ମୀଙ୍କୁ ସ୍ବାଗତ କରିବା ସହ ସେମାନଙ୍କ ସହଯୋଗ କାମନା କରିଥିଲେ ା ଏଥିସହିତ ଲୋକ ସଭା ଓ ବିଧାନସଭା ନିର୍ବାଚନରେ ଉଭୟ ପ୍ରାର୍ଥୀଙ୍କୁ ଭୋଟ ଦେଇ ବିଜୟୀ କରାଇବା ପାଇଁ ଜନସାଧାରଣ ତଥା ଦଳୀୟ କର୍ମୀଙ୍କୁ ନିବେଦନ କରିଥିଲେ। ୪୦ ଡିଗ୍ରୀରୁ ଅଧିକ ଉତ୍ତାପ ଥିବା ସତ୍ତ୍ୱେ ସମାବେଶରେ ବିପୁଳ ଜନ ସମାଗମ ଦେଖି କେନ୍ଦ୍ରମନ୍ତ୍ରୀ ପ୍ରଧାନ ଏଥର ପ୍ରବଳ ଖରାରେ ବି ପଦ୍ମ ଫୁଟିବ ବୋଲି ଭାବବିହ୍ବଳ ହୋଇ କହିଥିଲେ ା ଏହି ଅବସରରେ ସେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ଓ ବିକାଶ ସମ୍ପର୍କରେ ଆଲୋକପାତ କରିଥିଲେ। ବୌଦ୍ଧ ଜିଲା ଭାଜପା ସଭାପତି ବିପ୍ରଚରଣ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସମାବେଶରେ ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ଆଦିବାସୀ ନେତା ସତ୍ୟନାରାୟଣ ମାଝୀ ପ୍ରମୁଖ ଭାଜପାରେ ସାମିଲ ହୋଇଥିଲେ। ସେହିପରି ରେଙ୍ଗାଲି ପଞ୍ଚାୟତର ପୂର୍ବତନ ସମିତି ସଭ୍ୟ ପୂର୍ଣ୍ଣଚନ୍ଦ୍ର ସାହୁ ସମେତ ବହୁ ନେତା ନିଜର ସମର୍ଥକଙ୍କ ସହିତ ଭାଜପାରେ ସାମିଲ ହୋଇଥିଲେ। ସାମିଲ ହୋଇଥିବା ସମସ୍ତ ନେତା ଓ କର୍ମୀମାନଙ୍କୁ ପୁଷ୍ପଗୁଛ, ଦଳୀୟ ଉପଢୌକନ ଓ ଟୋପି ଦେଇ ଭାଜପାର ବରିଷ୍ଠ ନେତାମାନଙ୍କ ଦ୍ୱାରା ସମର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri