Posted inଖେଳ

କଟକକୁ ହରାଇ ସେମିଫାଇନାଲରେ ପହଞ୍ଚିଲା ସମ୍ବଲପୁର

ପଦ୍ମପୁର,୧୫ା୧(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ରାଜବୋଡାସମ୍ବର ଖେଳପଡିଆଠାରେ ବୋରାସମ୍ବର ସ୍ପୋଟିଂ ଦ୍ବାରା ଆୟୋଜିତ ୨୮ତମ ସର୍ବଭାରତୀୟ ବୋରାସମ୍ବର କ୍ରିକେଟ କପର ସୋମବାର ତୃତୀୟ ଦିବସରେ ୟୁନିୟନ ସ୍ପୋଟିଂ କଟକ ଏବଂ ଏମ୍‌ଏମସିସି ସମ୍ବଲପୁର ମଧ୍ୟରେ ମ୍ୟାଚ ହୋଇଥିଲା। କଟକ ଟସ୍‌ ଜିଣି ପ୍ରଥମେ ବ୍ୟାଟିଂ କରିଥିଲା। କଟକ ୨୧.୪ ଓଭରରେ ସମସ୍ତ ଉଇକେଟ ହରାଇ ୧୧୧ ରନ୍‌ ସଂଗ୍ରହ କରିଥିଲା। କଟକ ଦଳରୁ ବିନାୟକ ସାହୁ ସର୍ବାଧିକ ୪୩ ରନ୍‌ କରିଥିଲେ। ଜବାବରେ ସମ୍ବଲପୁର ଦଳ ୯ ଉଇକେଟ ହରାଇ ୧୧୬ ରନ୍‌ କରି ଗୋଟିଏ ଉଇକେଟରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ କରିଛି।

ପୁରସ୍କାର ବିତରଣୀ ଉତ୍ସବରେ ଅତିଥି ଭାବେ ପଦ୍ମପୁର ବସ୍‌ ମାଲିକ ସଂଘର ସଦସ୍ୟ ଭକ୍ତହରି ମେହେର ଓ ଶିଶୁପାଳ ଦାଶ ଯୋଗଦେଇ ଦିନ ଦାଶଙ୍କୁ ମ୍ୟାନ୍‌ ଅଫ ଦ ମ୍ୟାଚ୍‌ ଭାବେ ପୁରସ୍କାର ପ୍ରଦାନ କରିଥିଲେ। ମ୍ୟାଚକୁ ଆମ୍ପାୟାର୍‌ ଶ୍ୟାମସୁନ୍ଦର ପଣ୍ଡା ଓ ବିଶ୍ୱାମ୍ବର ମହାକୁଡ ପରିଚାଳନା କରିଥିବା ବେଳେ ସ୍କୋରର ଅମରେଶ ବେହେରା, ରିଙ୍କୁ ବରିହା ଓ ଦିବ୍ୟ ପଣ୍ଡା, ରୋହିଣୀ ପାଣ୍ଡେ, ଏସ୍‌ ଜୟକିଷନ ରହିଥିଲେ। କୁମାର ଆନନ୍ଦ ପ୍ରମୁଖ ଧାରାବିବରଣୀ ପ୍ରଦାନ କରିଥିଲେ। ମଙ୍ଗଳବାର ରାଉରକେଲା ଓ ଏମ୍‌ଏମ୍‌ସିସି ସମ୍ବଲପୁର ମଧ୍ୟରେ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ

ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…

ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ

ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF 

ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri