ସମ୍ବଲପୁର ତହସିଲ ଦୁଇ ଭାଗ: ନିଯୁକ୍ତି ହେବେ ଅନେକ ଅମିନ-ଆରଆଇ କହିଲେ…

ସମ୍ବଲପୁର, ୨।୨(ପ୍ରମୋଦ ବହିଦାର): ସମ୍ବଲପୁରର ରାଜସ୍ବ ବିଭାଗ ଓ ବିକାଶମୂଳକ କାର୍ଯ୍ୟକୁ ନେଇ ସୋମବାର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମ୍ବଲପୁର ଜିଲାପାଳଙ୍କ କାର୍ଯଯାଳୟର ସମଗ୍ର ଶିକ୍ଷା ସମ୍ମିଳନୀ କକ୍ଷରେ ସୋମବାର ଅନୁଷ୍ଠିତ ବୈଠକରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଳଙ୍କ ସମେତ ଓଏସ୍‌ଡି ପ୍ରଦୀପ କୁମାର ସାହୁ, ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦର ତଥା ସମସ୍ତ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଏଥିରେ ରାଜସ୍ବ ବିଭାଗର କାର୍ଯ୍ୟକୁ ଅଧିକ ଗତିଶୀଳ କରିବା ସହ ଆଧୁନିକ ବୈଷୟିକ କୌଶଳ ବ୍ୟବହାର ପୂର୍ବକ ଉପଭୋକ୍ତା କିଭଳି ଅଫିସ ନ ଆସି ଉତ୍ତମ ସେବା ପାଇପାରିବେ ସେଥିପାଇଁ ଗୁରୁତ୍ୱ ଦିଆଯାଇଛି ବୋଲି କହିଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପୂଜାରୀ।

ସେ ଆହୁରି କହିଛନ୍ତି ଯେ, ଦୁର୍ନୀତି ବିରୋଧରେ ସରକାର ଶୂନ୍ୟ ସହନଶୀଳତା(ଜିରୋ ଟୋଲରାନ୍ସ) ନୀତି ଆପଣେଇଛନ୍ତି। ସରକାରୀ କର୍ମଚାରୀମାନଙ୍କୁ ନିସ୍ବାର୍ଥପର ଭାବେ କାମ କରିବାକୁ ପରାମର୍ଶ ଦିଆଯାଇଛି।
ଭଲ କାମ କରୁଥିବା କର୍ମଚାରୀଙ୍କୁ ପଦୋନ୍ନତି ମିଳିବ ଏବଂ ବେଆଇନ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଏହି ଅବସରରେ ସେ କହିଲେ ଯେ, ସମ୍ବଲପୁର ତହସିଲକୁ ଦୁଇ ଭାଗ କରାଯିବ। ହୀରାକୁଦ ଓ ବୁର୍ଲାକୁ ନେଇ ବୁର୍ଲାଠାରେ ଏକ ନୂତନ ତହସିଲ ଖୁବଶୀଘ୍ର କାର୍ଯ୍ୟକାରୀ ହେବ।ସେହିପରି ଭୁବନେଶ୍ୱରକୁ ତିନି ଭାଗ ଏବଂ କଟକକୁ ମଧ୍ୟ ଦୁଇଟି ତହସିଲରେ ବିଭକ୍ତ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି ସେ ସୂଚନା ଦେଇଛନ୍ତି।ତେଣୁ ଆଗାମୀ ଦିନରେ ଅନେକ ଆରାଇ ଓ ଅମିନ ନିଯୁକ୍ତି କରାଯିବ।

ପ୍ରତ୍ୟେକ ପଞ୍ଚାୟତରେ ଗୋଟିଏ ନୂଆଆରଆଇ ଅଫିସ ସ୍ଥାପନ ସରକାରଙ୍କ ଲକ୍ଷ୍ୟ ରହିଛି। ପ୍ରାଥମିକ ପର୍ଯ୍ୟାୟରେ ଦୁଇଟି ପଞ୍ଚାୟତ ପାଇଁ ଜଣେ ଆରଆଇ ରହିବେ।ଏହାବ୍ୟତୀତ ମହାନଦୀ ଜଳ ବିବାଦ ସମ୍ପର୍କରେ ମନ୍ତ୍ରୀ ପୂଜାରୀ ପୂର୍ବତନ ବିଜେଡି ସରକାରଙ୍କୁ ସମାଲୋଚନା କରିଛନ୍ତି।

ସେ କହିଛନ୍ତି ଯେ ୨୦୧୪ରୁ ୨୦୨୨ ମଧ୍ୟରେ ଛତିଶଗଡ଼ ୭୦୦ ବ୍ୟାରେଜନିର୍ମାଣ କରିଥିବା ବେଳେ ତତ୍କାଳୀନ ବିଜେଡି ସରକାର ଆରମ୍ଭରୁ ଏହାର ପ୍ରତିବାଦ କରି ନ ଥିଲେ। ଟ୍ରିବ୍ୟୁନାଲରେ ମଧ୍ୟ ଓଡ଼ିଶାର ପକ୍ଷ ଦୁର୍ବଳ ଭାବେ ଉପସ୍ଥାପନ କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ଓଡ଼ିଶାର ସ୍ବାର୍ଥ ରକ୍ଷା ପାଇଁ ବର୍ତ୍ତମାନର ସରକାର ଚେଷ୍ଟା ଜାରି ରଖିଛନ୍ତି ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ପୂଜାରୀ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ସାମାଜିକ ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?