ପାଟଶାଢ଼ିରେ ସମ୍ବଲପୁରୀ ଦିନ୍‌: ଚର୍ଚ୍ଚାରେ ହେମାଞ୍ଚଳ

ସୋନପୁର,୧।୮(ମୃତ୍ୟୁଞ୍ଜୟ ଶତପଥୀ):ସୂକ୍ଷ୍ମ କାରିଗରି ପାଇଁ ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ଦେଶ ବିଦେଶରେ ସୁନାମ ରହିଛି। ସେମିତି ଜଣେ ଯୁବ ବୁଣାକାର ହେଲେ ସୋନପୁର ବ୍ଲକ ହରଡ଼ଖୋଲ ଗ୍ରାମର ହେମାଞ୍ଚଳ ମେହେର(୪୪)। ସେ ପାଟ ସୂତାରେ ସମ୍ବଲପୁରୀ ଦିନ୍‌ ଶାଢ଼ି ପ୍ରସ୍ତୁତ କରି ଚର୍ଚ୍ଚାକୁ ଆସିଛନ୍ତି। ଏଥିରେ ଛୋଟ ଅକ୍ଷରରେ ଆଞ୍ଚଲ (ମୁହଁ)ରେ ସମ୍ବଲପୁରୀ ଭାଷାରେ ଲେଖାଯାଇଛି ଆମେ ସମ୍ବଲପୁରିଆ, ସମ୍ବଲପୁରୀ ଦିନ୍‌ର ଲାଗି ଗୁର୍ଦ୍ଦୁଟେ ଶୁଭେଚ୍ଛା। ସେହିପରି ଶାଢ଼ି ବଡ଼ି(ଦେହ) ଭିତରେ ଲେଖାଯାଇଛି କହେମା ସମ୍ବଲପୁରୀ, ଗାଏମା ସମ୍ବଲପୁରୀ, ନାଚ୍‌ମା ସମ୍ବଲପୁରୀ, ପିନ୍ଧ୍‌ମା ସମ୍ବଲପୁରୀ ଓ ଖାଏମା ସମ୍ବଲପୁରୀ। ଅତି ସୂକ୍ଷ୍ମ କାରିଗରିରେ ଲୁଗା ବୁଣାଯାଇଛି। ଶାଢ଼ି ପ୍ରସ୍ତୁତ ପାଇଁ ହେମାଞ୍ଚଳଙ୍କୁ ସ୍ତ୍ରୀ ପାର୍ବତୀ ଓ ପରିବାର ସମ୍ପୂର୍ଣ୍ଣ ସହଯୋଗ କରିଛନ୍ତି। ସୂତା ରଙ୍ଗଠାରୁ ଆରମ୍ଭ କରି ଶାଢ଼ି ବୁଣିବା ପାଇଁ ସାଢ଼େ ୩ ମାସ ସମୟ ଲାଗିଥିବା ସେ କହିଛନ୍ତି।
ହେମାଞ୍ଚଳ କହିଛନ୍ତି, ସେ ୨୪ ବର୍ଷ ଧରି ଶାଢ଼ି ବୁଣୁଛନ୍ତି। ଜାତୀୟସ୍ତରର ବାନ୍ଧଶିଳ୍ପୀ ଗୁରୁ ପ୍ରଫୁଲ୍ଲ ମେହେର ଏହି ଶାଢ଼ି ପାଇଁ ତାଙ୍କୁ ବିଷୟବସ୍ତୁ ଓ ପରିକଳ୍ପନା ସହାୟତା ପ୍ରଦାନ କରିଥିଲେ। କେବଳ ଲୁଗା ବୁଣା ସମ୍ପୂର୍ଣ୍ଣ ପାଇଁ ତାଙ୍କୁ ୧୨ ଦିନ ସମୟ ଲାଗିଛି। ଶାଢ଼ିରେ ୫ ପ୍ରକାର ରଙ୍ଗ ପ୍ରୟୋଗ କରାଯାଇଛି। ସେ କେବଳ ୨ଟି ସମ୍ବଲପୁରୀ ଦିନ୍‌ ଶାଢ଼ି ବୁଣିଛନ୍ତି। ଗୋଟିକର ଦାମ ୨୫ ହଜାର ଟଙ୍କା ରହିଛି। ଗ୍ରାହକଙ୍କ ଚାହିଦା ବଢ଼ିଲେ ଅଧିକ ସଂଖ୍ୟାରେ ସେ ଏହି ଶାଢ଼ି ବୁଣିବେ। ବୁଣାକାର ପରିବାରରେ ଜନ୍ମିତ ହେମାଞ୍ଚଳ ପିଲା ଦିନରୁ ନିଜର କୌଳିକ ବୃତ୍ତି ବାନ୍ଧକଳା ପ୍ରତି ଆଗ୍ରହ ଦେଖାଇଥିଲେ। ବାନ୍ଧକଳାରେ କିଛି ନୂତନତ୍ୱ ଆଣିବାକୁ ତାଙ୍କର ରୁଚି ରହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଅମରପାଲିରେ +୨ କଲେଜ ପ୍ରତିଷ୍ଠା ଦାବି: ୪୦ରୁ ଅଧିକ ଗ୍ରାମର ଛାତ୍ରୀଛାତ୍ର ହେବେ ଉପକୃତ

ଅମରପାଲି,୧ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳ ଅମରପାଲିରେ ଏକ +୨ କଲେଜ ପ୍ରତିଷ୍ଠା ପାଇଁ ସ୍ଥାନୀୟ ଅଞ୍ଚଳବାସୀଙ୍କ ଦାବି ଜୋରଦାର ହେଉଛି। ଏହି…

ସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା, ତେଜିଲା ଅସନ୍ତୋଷ

ବରଗଡ଼,୧।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଥିବା ରାଣାପ୍ରତାପ ହାଇସ୍କୁଲ ପଡ଼ିଆରେ ମନ୍ଦିର ନିର୍ମାଣ ମସୁଧା ଚାଲଛି। ଏଭଳି ଅଭିଯୋଗ କରି ସ୍କୁଲ ପରିଚାଳନା କମିଟି ଏବଂ ଶିକ୍ଷକ, ଅଭିଭାବକ…

ଗଜପତି ଝିଅ ସ୍ବାଗତିକାଙ୍କୁ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ ସମ୍ମାନ: ଛୁଟୁଛି ଶୁଭେଚ୍ଛାର ସୁଅ

ପାରଳାଖେମୁଣ୍ଡି,୧ା୮(ଗିରିଧାରୀ ପରିଚ୍ଛା):ଗଜପତି ଜିଲାର ଝିଅ ସ୍ବାଗତିକା ପାଣିଗ୍ରାହୀ ଜିଲା ଓ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଆନ୍ତର୍ଜାତିକ ସ୍ତରରେ ‘ମିସେସ୍‌ ଏସିଆ ୱାଲର୍‌ଡ-୨୦୨୬’ରେ ସ୍ବାଗତିକା ସଫଳତା ସାଉଁଟିଛନ୍ତି।…

ମହାନଦୀରେ ବଡ଼ ବନ୍ୟା ସ୍ଥିତି: ଆଜି ଆକାଶମାର୍ଗରୁ ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ରବିନାରାୟଣ ଜେନା)/ ସମ୍ବଲପୁର,(ପ୍ରମୋଦ ବହିଦାର) ୧।୮: ରାଜ୍ୟରେ ଲଗାଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟା ଏବେ ଭୟଙ୍କର ରୂପ ନେଉଛି। କେଉଁଠି ଘରଦ୍ୱାର ଧୋଇ ନେଉଛି…

ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

ଜୟପୁର,୧ା୮(ପବନ ପାଣିଗ୍ରାହୀ): ସ୍କୁଲରୁ ମଧ୍ୟାହ୍ନ ଭୋଜନ ଛୁଟିରେ ଘରକୁ ଖାଇବାକୁ ଯିବା ବେଳେ ଶୁକ୍ରବାର ୨ ଅଣ ଛାତ୍ରଙ୍କ ଛୁରାମାଡ଼ରେ ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ…

ଅବପାତ ଦୁର୍ବଳ: ପୁଣି ବଢିବ ବର୍ଷାର ପରିମାଣ, ଘଡ଼ଘଡ଼ି ବିଜୁଳି ସହିତ…

ଭୁବନେଶ୍ୱର,୧ା୮(ବନ୍ଦନା ସେଠୀ):ରାଜ୍ୟରୁ ଅବପାତର ଭୟ ଦୂରେଇ ଥିବାବେଳେ ବର୍ଷାର ପରିମାଣ ବି କମିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ପଶ୍ଚିମ ବିଦର୍ଭ ଓ ସଂଲଗ୍ନ…

ଆଜି ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ: ପର୍ଯ୍ୟଟକଙ୍କ ମଧ୍ୟରେ ଆନନ୍ଦ

ରାଜନଗର, ୧ା୮(ଭାସ୍କର ରାଉତରାୟ):ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ୩ ମାସ ଧରି ପର୍ଯ୍ୟଟକଙ୍କ ଲାଗି ବନ୍ଦ ରହିଥିବା ଭିତରକନିକା ଜାତୀୟ ଉଦ୍ୟାନ ଅଗଷ୍ଟ ୧ତାରିଖ ଶନିବାର ଖୋଲାଯିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri