ସମ୍ବଲପୁରୀ ଧନୁଯାତ୍ରା ଉଦ୍‌ଘାଟିତ: ସାଂସ୍କୃତିକ ଶୋଭାଯାତ୍ରାରେ କମ୍ପିଲା ସହର

ସମ୍ବଲପୁର, ୧୮।୧(ଭବାନୀ ଶଙ୍କର ଭୋଇ): ଗଙ୍ଗାଧର ମୁକ୍ତ ମଞ୍ଚରେ ରବିବାର ଆରମ୍ଭ ହୋଇଛି ତୃତୀୟ ସମ୍ବଲପୁରୀ ଧନଯାତ୍ରା। ସମ୍ବଲପୁରୀ ଧନୁଯାତ୍ରା କମିଟି ସଭାପତି ସଞ୍ଜୟ ବାବୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଘାଟନୀ ଉତ୍ସବରେ ବିଧାନସଭାରେ ବିରୋଧୀ ଦଳ ଉପନେତା ତଥା ରେଢାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସମ୍ବଲପୁରୀ ଧନୁଯାତ୍ରା କେବଳ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ନୁହେଁ, ବରଂ ସମ୍ବଲପୁରୀ ସାଂସ୍କୃତିକ ଆନ୍ଦୋଳନ ବୋଲି କହିଥିଲେ।

ସମ୍ମାନୀତ ଅତିଥି ଭାବେ କର୍ନେଲ ପ୍ରଭାତ ପଣ୍ଡା ଯୋଗଦେଇ ସମ୍ବଲପୁରୀ ଭାଷାରେ ଧନୁଯାତ୍ରା ପ୍ରଦର୍ଶିତ ହେବା ଆମ ଭାଷା ସଂସ୍କୃତି ପାଇଁ ଗୌରବର ବିଷୟ ବୋଲି କହିଥିଲେ। ସାଧାରଣ ସମ୍ପାଦକ ଗୁଣରଞ୍ଜନ ସାଳିମା ଧନାବାଦ ଅର୍ପଣ କରିଥିଲେ। ଏହାପରେ ଶଶାଙ୍କ ଶେଖର ଦୁବେଙ୍କ କଣ୍ଠରେ ସମଲେଇ ବନ୍ଦନାରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ।

ଏହାପରେ ରାଜକୁମାର ବୋଷ, ଉମାଶଙ୍କର ଦାସ ଏବଂ ପ୍ରକୃତି ପଣ୍ଡା ଭଜନ ପରିବେଷଣ କରିଥିଲେ। ଏହାସହ ସାଂସ୍କୃତିକ ସମ୍ପାଦକ ଗୁରୁ କୃଷ୍ଣଚନ୍ଦ୍ର ବାଗ, ସହ ସାଂସ୍କୃତିକ ସମ୍ପାଦକ ଯୋଗେଶ କୁମାର ନନ୍ଦ ଏବଂ ଲଳିତ ବେବର୍ତ୍ତାଙ୍କ ସଂଯୋଜନାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଭାରତୀ କଳା ପରିଷଦ, ସାନିକା ଡ୍ୟାନ୍ସ ଏକାଡେମୀ, ଏଆରପି ଡ୍ୟାନ୍ସ୍ସ ଗ୍‌ରୁପ, ଏମଜେ କଲଚରାଲ ଷ୍ଟୁଡିଓ ଡ୍ୟାନ୍ସ ଏକାଡେମୀ କଳାକାରମାନେ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ। ସକାଳେ ଇଷ୍ଟଦେବୀ ସମଲେଇଙ୍କର ମନ୍ଦିରରେ ପୂଜାଚ୍ଚନା କରାଯିବା ପରେ ସୁସଜ୍ଜିତ ଧନୁ ସହ ସାଂସ୍କୃତିକ ଶୋଭାଯାତ୍ରା ନଗର ପରିକ୍ରମା କରିଥିଲା । ଏହାପରେ ସମ୍ବଲପୁରୀ ଧନୁଯାତ୍ରା ଆୟୋଜନସ୍ଥଳରେ ଧନୁ ସ୍ଥାପନ କରାଯାଇଥିଲା । ସାଂସ୍କୃତିକ ଶୋଭାଯାତ୍ରାକୁ ସହ ସମ୍ପାଦକ ଦୁଷ୍ମନ୍ତ କୁମାର ପଣ୍ଡା ଏବଂ କୋଷାଧ୍ୟକ୍ଷ ନିଶିକାନ୍ତ ବିଶ୍ୱାଳ ସଂଯୋଜନା କରିଥିଲେ।

ସନ୍ଧ୍ୟାରେ ତୃତୀୟ ବର୍ଷର ସମ୍ବଲପୁରୀ ଧନୁଯାତ୍ରା ପରିବେଶିତ ହୋଇଥିଲା । ପ୍ରଥମ ସନ୍ଧ୍ୟାରେ ପୌରାଣିକ କଥାବସ୍ତୁ ଉପରେ ଆଧାରିତ ଲୀଳା ନାଟକରେ କଂସ ଜନ୍ମ ରହସ୍ୟ, ମହାରାଜ ଉଗ୍ରସେନଙ୍କ ଗାଦିଚ୍ୟୁତି, କଂସଙ୍କ ରାଜ୍ୟାଭିଷେକ, ଦେବକୀ ବିବାହ, ଦେବକୀ ବସୁଦେବଙ୍କୁ ବନ୍ଦୀ ଆଦି ଦୃଶ୍ୟ ପରିବେଷଣ କରାଯାଇଥିଲା। ପାଞ୍ଚ ଦିନ ଧରି ଚାଲିବାକୁ ଥିବା ଧନୁଯାତ୍ରା ପାଇଁ ମ୍ୟୁନିସିପାଲିଟି ଛକ ସ୍ଥିତ ଗଙ୍ଗାଧର ମୁକ୍ତମଞ୍ଚକୁ କଂସ ବରବାର ଓ ଚାଉଁରପୁରକୁ ଗୋପପୁର ସଜ୍ଜିତ କରାଯାଇଛି। ଚଳିତ ବର୍ଷ ଫଣିନ୍ଦ୍ର ପଣ୍ଡା କଂସ ଭୂମିକାରେ ଅଭିନୟ କରୁଛନ୍ତି । ସମ୍ବଲପୁରୀ ଧନୁଯାତ୍ରାରେ ବବଲୁ ବାଗ ନାଟ୍ୟ ରଚନା ଏବଂ ନିର୍ଦ୍ଦେଶନା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେକ୍ଟର-୬ ଆନନ୍ଦ ମାର୍ଗ ବସ୍ତିରେ ଗୋଷ୍ଠୀ ସଂଘର୍ଷ: ୭ ଆହତ, ୨ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ

ରାଉରକେଲା, ୪।୩(ସଂଗୀତା ଜେନା): ଆନନ୍ଦ ମାର୍ଗ ବସ୍ତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ସାମାନ୍ୟ ବିବାଦ ପରେ ବୁଧବାର ରାଉରକେଲାର ସେକ୍ଟର-୬ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି ।…

ବ୍ରିଜ ତଳକୁ ଖସିଲା ପିକଅପ୍‌: ୬ ଆହତ

ନନ୍ଦପୁର, ୫/୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଥାନା ଅଧୀନ କୁମାରଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ବ୍ରିଜ ତଳକୁ ଏକ ପିକଅପ ଗାଡ଼ି ଖସି ପଡ଼ିବାରୁ ୬ ଜଣ…

ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଆଖିବୁଜିଲେ ଶିବ

ଦିଗପହଣ୍ଡି,୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ପେଟ୍ରୋଲ ପମ୍ପ ସମ୍ମୁଖ ୧୭ନଂ ରାଜ୍ୟ ରାଜପଥରେ ବୁଧବାର ଅପରାହ୍ନରେ ସ୍କୁଟି (ନଂ. ଓଡ଼ି୦୭ ବିଏ…

ଖରସ୍ରୋତା ନଦୀରେ ଗାଧୋଉଥିଲେ ଶୁଭ ସଂକଳ୍ପ: ହଠାତ୍‌ ବୁଡ଼ିଗଲେ, ତା’ପରେ…

ଆଳି, ୪/୩(ବନମାଳୀ ସେନାପତି):ରଙ୍ଗର ପର୍ବ ହୋଲି ପାଇଁ ଗାଁଠୁ ସହର ଉତ୍ସବମୁଖର ଥିବାବେଳେ ହୋଲି ଖେଳି ସାରି ନଦୀରେ ସାଙ୍ଗ ପିଲାଙ୍କ ସହ ନଦୀରେ ଗାଧୋଉଥିବା ବେଳେ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର…

ହୋଲି ଭୋଜି ସାରି ଫେରୁଥିଲେ ଏସବିଆଇ ଶାଖା ପରିଚାଳକ: ବାଟରେ ଛକିଥିଲା ଯମ, ଆଉ ତା’ପରେ..

ଭଞ୍ଜନଗର,୪/୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାରେ ବୁଧବାର ଅପରାହ୍ନ ୫ ଟାରେ ଏକ କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସୋରଡ଼ା ଷ୍ଟେଟ…

ହୋଲିରେ ବଡ଼ ଦୁର୍ଘଟଣା: ଦୁଇ ବାଇକ ମୁହାଁମୁହିଁ ଧକ୍କା, ଶିଶୁ ସମେତ ୪ ମୃତ

ଫୁଲବାଣୀ, ୪ା୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ଗୋଚ୍ଛାପଡା ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଦୁଇ ବାଇକ…

ପ୍ରଥମ ସେମିଫାଇନାଲରୁ ୪ ଖେଳାଳି ବାଦ୍‌, ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୪।୩: T୨୦ ବିଶ୍ୱକପ୍‌ ୨୦୨୬ର ପ୍ରଥମ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ଆରମ୍ଭ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ଟସ ଜିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri