ଦାରିଙ୍ଗବାଡିର ବିଭିନ୍ନ ସ୍ଥାନରେ ସମ୍ବିଧାନ ହତ୍ୟା ଦିବସ ପାଳିତ

ଦାରିଙ୍ଗବାଡି, ୨୫ /୬ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ ବୁଧବାର ସମ୍ବିଧାନ ହତ୍ୟା ଦିବସ ପାଳିତ ହୋଇଯାଇଛି । ଏହି ପ୍ରରିପ୍ରେକ୍ଷୀରେ
ବ୍ରାହ୍ମଣୀଗାଁ ଋଷିମାଳ ମହାବିଦ୍ୟାଳୟରେ ମଧ୍ୟ ଏହି ଦିବସ ପାଳନ କରାଯାଇଛି I ଅଧକ୍ଷ ଡ଼ଃ ଭାସ୍କର ଚରଣ ନାୟକଙ୍କ ସଭାପତିତ୍ୱ କାର୍ଯ୍ୟକ୍ରମରେ ଇତିହାସ ବିଭାଗ ଅଧ୍ୟାପକ ଅକ୍ଷୟ କୁମାର ବେହରଦଲାଇ ସ୍ବାଗତ ଭାଷଣ ସହ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ I ମୁଖ୍ୟ ଅତିଥି ଭାବେ ଅର୍ଥନୀତି ଅଧ୍ୟାପକ ସନ୍ତୋଷ ନାହାକ ଯୋଗଦାନ କରି ତାଙ୍କ ବକ୍ତବ୍ୟରେ ୧୯୭୫ ଜୁନ ୨୫ ତାରିଖ ଜରୁରୀକାଳୀନ ପରିସ୍ଥିତି ସମୟରେ ମୌଳିକ ଅଧିକାର, ପ୍ରେସ ସ୍ବାଧୀନତା ସେନସରସିପ ବିରୋଧୀ ଦଳର ନେତା ମାନଙ୍କୁ ଜେଲରେ ରଖାଯାଇଥିବା କଥା ଏବଂ ବଳପୂର୍ବକ ବାକରଣ ସମ୍ପର୍କରେ କହିଥିଲେ I ସେହିପରି ମୁଖ୍ୟବକ୍ତା ଭାବେ ଇତିହାସ ଅଧ୍ୟାପକ ରାଜକିଶୋର ସିଂ ନାଗରିକମାନଙ୍କ ସ୍ବାଧୀନତାର ସ୍ଥିରତା ଏବଂ ରାଜନୈତିକ ଦମନର ସେହି ସମୟ ମଧ୍ୟରେ ଯେଉଁମାନେ କଷ୍ଟ ଭୋଗିଥିଲେ ସେମାନଙ୍କୁ ମନେ ପକାଇଥିଲେ। ଗଣତନ୍ତ୍ରର ପବିତ୍ରତା ବଜାୟ ରଖିବା ପାଇଁ ଛାତ୍ରୀଛାତ୍ରମାନଙ୍କୁ ଆହ୍ବାନ କରିଥିଲେ। ମହାବିଦ୍ୟାଳୟର ଅଧ୍ୟାପିକା ସୁନିତା ସିଂ , ଅଧ୍ୟାପକ କୃଷ୍ଣ କୁମାର ମାଝୀ, ରବିନାରାୟଣ ପଢି, ଅଜିତ ନାୟକ ଏବଂ ସମସ୍ତ କର୍ମଚାରୀମାନେ ସହଯୋଗ କରିଥିଲେ। ଶେଷରେ ରାଜନୀତି ବିଭାଗ ଅଧ୍ୟାପକ ସୁଜ୍ଞାନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ଆସନ୍ତା ଶନିବାର ସମ୍ବିଧାନ ହତ୍ୟା ଦିବସ ଏବଂ ଜରୁରୀକାଳୀନ ପରିସ୍ଥିତିର ୫୦ ବର୍ଷ ପାଳନ ନିମନ୍ତେ ଏକ କୁଇଜ ପ୍ରତିଯୋଗିତା କରିବା ନିମନ୍ତେ ସ୍ଥିର କରାଯାଇଛି ବୋଲି ମହାବିଦ୍ୟାଳୟ ପକ୍ଷରୁ କୁହାଯାଇଛି। ସେହିପରି ଭାଜପା ପକ୍ଷରୁ ବ୍ରାହ୍ମଣୀଗାଁ ମଣ୍ଡଳ ସଭାପତି ଗଣେଶ ଡାକୁଆଙ୍କ ନେତୃତ୍ୱରେ ଏହି ଦିବସ ପାଳନ କରାଯାଇଥିବା ବେଳେ ସିମନବାଡିର ଶିବମନ୍ଦିର ପ୍ରାଙ୍ଗଣରେ ମଧ୍ୟ ଭାଜପା ପକ୍ଷରୁ ଏହି ଦିବସ ପାଳନ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri