ସମ୍ବିତଙ୍କୁ ଏମିତି କ’ଣ ମିଳିଲା ଜନ୍ମଦିନ ଉପହାର, କାହିଁ ସେ ଖୁସି

 

ଏବେ ସମ୍ବିତଙ୍କ ଖୁସିି କହିଲେ ନ ସରେ। ସେ ବା କେମିତି ଖୁସି ନ ହେବେ କହୁନାହାନ୍ତି ? ପ୍ରଥମ କଥା ହେଲା, ତାଙ୍କ ଅଭିନୀତ ତଥା ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ସନାତନୀ’ ଚଳିତ ମାସ ୭ ତାରିଖରେ ରିଲିଜ ହୋଇଛି। ଅନ୍ୟପକ୍ଷରେ ଏବେ ତାଙ୍କ ହାତରେ ଆଉ ଏକ ସିନେମା। ଅର୍ଥାତ୍‌, ‘ସନାତନୀ’ର ପ୍ରଯୋଜନା କରିଥିବା ଓଲିଉଡ୍‌ର ବିଶିଷ୍ଟ ପ୍ରଯୋଜକ ବିଜୟ କାନ୍ଦୋଇ ତାଙ୍କର ଆଗାମୀ ଫିଲ୍ମ ‘ଚୋରାବାଲି’ ପାଇଁ ସମ୍ବିତଙ୍କୁ ସାଇନ୍‌ କରାଇଛନ୍ତି। ଏହାର କାହାଣୀ ରହସ୍ୟ ରୋମାଞ୍ଚ ଉପରେ ଆଧାରିତ। ସବୁଠାରୁ ଖାସ୍‌ କଥା ହେଲା, ଉକ୍ତ ଫିଲ୍ମକୁ ସେ ତାଙ୍କର ଜନ୍ମଦିନରେ ହିଁ ସାଇନ୍‌ କରିଛନ୍ତି। ଏ ନେଇ ସମ୍ବିତ କହନ୍ତି, ‘ଏହି ନୂଆ ସିନେମା ମୋ ଆକ୍ଟିଂ କ୍ୟାରିୟର ପାଇଁ ଟର୍ନିଂ ପଏଣ୍ଟ ହେବ ବୋଲି ଆଶା ରଖିଛି। ସସପେନ୍ସ ଥ୍ରୀଲର୍‌ କାହାଣୀକୁ ଆଧାର କରି ଏହାକୁ ନିର୍ମାଣ କରାଯିବ। ଫିଲ୍ମଟି ଦର୍ଶକଙ୍କୁ ଶତ ପ୍ରତିଶତ ଏଣ୍ଟରଟେନମେଣ୍ଟ ଦେବ ବୋଲି ମୋର ଦୃଢ଼ ବିଶ୍ୱାସ। ଏହି ବ୍ୟାନରରେ ମୋତେ ବ୍ୟାକ୍‌-ଟୁ-ବ୍ୟାକ୍‌ ଅଭିନୟ କରିବାର ସୁଯୋଗ ମିଳିଛି। ଏ ନେଇ ମୁଁ ବିଜୟ ସାର୍‌ଙ୍କୁ ଯେତେ ଧନ୍ୟବାଦ ଦେବି ତାହା କମ୍‌ ହେବ।“ ଏହି ଫିଲ୍ମର ନିର୍ଦ୍ଦେଶନା ଦେବେ ନବାଗତ ସ୍ମୃତି ଆର.। ବିଦିଶା କ୍ରାଫ୍ଟ ବ୍ୟାନରରେ ଏହାର କାହାଣୀ, ଚିତ୍ରନାଟ୍ୟ ଏବଂ ସଂଳାପ ରଚନା କରିଛନ୍ତି ମାନସ ପଢ଼ିହାରୀ। ଫିଲ୍ମର ଅବଶିଷ୍ଟ କାଷ୍ଟିଂ ଖୁବ୍‌ ଶୀଘ୍ର ଘୋଷଣା କରାଯିବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri