Posted inଜାତୀୟ

ସମଲିଙ୍ଗୀ ବିବାହ ମାମଲା: ଏପ୍ରିଲ ୧୮ରେ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୩ା୩: ସମଲିଙ୍ଗୀ ବିବାହ ମାମଲାର ସୋମବାର ସୁପ୍ରିମକୋର୍ଟ ଶୁଣାଣି କରି ୫ ଜଣିଆ ଜଣିଆ ଖଣ୍ଡପୀଠଙ୍କୁ ଏହି ମାମଲା ହସ୍ତାନ୍ତର କରିଛନ୍ତି। ଏଥିସହ ଆଇନଗତ ସ୍ବୀକୃତି ଉପରେ ଅନ୍ତିମ ଯୁକ୍ତି ପାଇଁ କୋର୍ଟ ଏପ୍ରିଲ ୧୮ ତାରିଖକୁ ଧାର୍ଯ୍ୟ କରିଛନ୍ତି। ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ନେତୃତ୍ୱରେ ୩ ଜଣିଆ ଖଣ୍ଡପୀଠ କହିଛନ୍ତି, ଏହି ପ୍ରସଙ୍ଗରେ କୌଣସି ନିଷ୍ପତ୍ତି ସମାଜ ଉପରେ ଏକ ବଡ଼ ପ୍ରଭାବ ପକାଇବ। ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି ସୁପ୍ରିମକୋର୍ଟ କହିଛନ୍ତି।

ସୂଚନା ମୁତାବକ, ସ୍ବତନ୍ତ୍ର ବିବାହ ନିୟମ ଅନୁଯାୟୀ ସମଲିଙ୍ଗୀ ବିବାହର ପଞ୍ଜୀକରରଣ ଏହି ଆବେଦନରେ ଦାବି କରାଯାଇଛି। ଅନ୍ୟପଟେ ଏହା ଭାରତର ପାରିବାରିକ ବ୍ୟବସ୍ଥା ବିରୁଦ୍ଧରେ ହେବ ବୋଲି କେନ୍ଦ୍ର କହିଛି। ସମଲିଙ୍ଗୀ ବିବାହ ଭାରତୀୟ ପରିବାର ଧାରଣା ମୁତାବିକ ନୁହେଁ। ସ୍ବାମୀ, ସ୍ତ୍ରୀ ଓ ପିଲାଙ୍କୁ ନେଇ ଭାରତୀୟ ପରିବାର ଗଠିତ, ଯେଉଁଠି ସ୍ବାମୀ ଜଣେ ଜୈବିକ ପୁରୁଷ ଓ ସ୍ତ୍ରୀ ଜୈବିକ ମହିଳା ହେବା ଜରୁରୀ। ଏଥିରେ ଆଇନଗତ ପ୍ରତିବନ୍ଧକ ମଧ୍ୟ ଆସିବ ବୋଲି କେନ୍ଦ୍ର ସରକାର କହିଛନ୍ତି। ସୂଚନାଯୋଗ୍ୟ, ଚଳିତ ବର୍ଷ ଜାନୁଆରୀ ୬ରେ ସୁପ୍ରିମକୋର୍ଟ ସମଲିଙ୍ଗୀ ବିବାହ ପ୍ରସଙ୍ଗରେ କେନ୍ଦ୍ରକୁ ନୋଟିସ ଜାରି କରିଥିଲେ। ଏଥିସହ ବିଭିନ୍ନ ହାଇକୋର୍ଟରେ ବିଚାରାଧୀନ ଆବେଦନକୁ ନିଜକୁ ସ୍ଥାନାନ୍ତର କରିଥିଲେ। ବର୍ତ୍ତମାନ କୋର୍ଟରେ ୧୫ରୁ ଅଧିକ ଆବେଦନ ରହିଛି। ସମଲିଙ୍ଗୀ ଏବଂ ଟ୍ରାନ୍ସଜେଣ୍ଡରଙ୍କ ଦ୍ୱରା ଅଧିକାଂଶ ଏହି ଆବେଦନ କରାଯାଇଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri