Posted inଜାତୀୟ

ସମଲିଙ୍ଗୀ ବିବାହ ମାମଲା ଶୁଣାଣି ଆରମ୍ଭ: ସମାଜରେ ସ୍ବୀକୃତି ମିଳିଛି: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮।୪: ସମଲିଙ୍ଗୀ ବିବାହର ଆଇନଗତ ସ୍ବୀକୃତି ଦାବିର ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଏହି ବେଞ୍ଚ ଆବେଦନଗୁଡ଼ିକର ଶୁଣାଣି କରୁଛି। ଶୁଣାଣି ସମୟରେ ବରିଷ୍ଠ ଓକିଲ କପିଲ ସିବଲ କହିଛନ୍ତି ଯେ, ଏହି ପ୍ରସଙ୍ଗରେ ସରକାରଙ୍କ ପକ୍ଷ ମଧ୍ୟ ଶୁଣାଯାଉ। ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କୋର୍ଟରେ ସରକାରଙ୍କ ପକ୍ଷ ନେଇ କହିଛନ୍ତି, କେନ୍ଦ୍ର ଏହି ମାମଲା ସୁପ୍ରିମକୋର୍ଟରେ ବିଚାର ନ କରାଯାଉ ବୋଲି ଆପତ୍ତିି ଉଠାଇଛିି। କେନ୍ଦ୍ର କହିଛି ସମଲିଙ୍ଗୀ ବିବାହ ଉପରେ ସଂସଦକୁ ନିଷ୍ପତ୍ତି ନେବାକୁ ଦିଆଯାଉ। ତେବେ ଏ ନେଇ ମୁଖ୍ୟ ବିଚାରପତି ଡି ଓ୍ବାଇ ଚନ୍ଦ୍ରଚୂଡ କହିଛନ୍ତି, ଆମେ ଏ ଶୁଣାଣିର ଦାୟିତ୍ୱରେ ଅଛୁ। ତେଣୁ କେଉଁ ମାମଲାର ଶୁଣାଣି କରିବୁ ଏବଂ କିପରି ଭାବେ କରିବୁ ତାହା ଆମେ ସ୍ଥିର କରିବୁ। ଶୁଣାଣି କରିବୁ କି ନାହିଁ, ଏ ନେଇ ଆମକୁ ଜଣାଇବାକୁ କାହାକୁ ଅନୁମତି ଦେଇ ନାହଁୁ।

ଜଣେ ଆବେଦନକାରୀ ତାଙ୍କ ପିଟିଶନରେ କହିଛନ୍ତି କି, ସମଲିଙ୍ଗୀଙ୍କ ମଧ୍ୟରେ ଏକତା ପାଇଁ ଏହି ବିବାହକୁ ସ୍ବୀକୃତି ମିଳିବା ଆବଶ୍ୟକ। ଏଥିସହିତ ଅନ୍ୟ ଜଣେ ଆବେଦନକାରୀ ତାଙ୍କ ପିଟିଶନରେ କହିଛନ୍ତି ଯେ, ସମଲିଙ୍ଗୀଙ୍କୁ ତାଙ୍କ ଅଧିକାର ପାଇବାରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ସେମାନଙ୍କ ବିବାହକୁ ଆଇନଗତ ସ୍ବୀକୃତି ମିଳିଲେ ଏହିି ସମସ୍ୟା ଦୂର ହୋଇଯିବ।

ଶୁଣାଣି ସମୟରେ ଖଣ୍ଡପୀଠ କହିଛନ୍ତି, ନବତେଜ ମାମଲା ପରଠାରୁ ସମାଜରେ ସମଲିଙ୍ଗୀ ସମ୍ପର୍କକୁ ବହୁ ସ୍ବୀକୃତି ମିଳିଛିି ଏବଂ ଏହା ଆମ ପାଇଁ ବଡ଼ ସଫଳତା। ଆଗାମୀ ଭବିଷ୍ୟତ ପାଇଁ ଏହିଭଳି ପ୍ରସଙ୍ଗକୁ ସ୍ବୀକୃତି ମିଳିବା ଆବଶ୍ୟକ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ…

ଯୁଦ୍ଧ ମଧ୍ୟରେ ଦେଶବାସୀଙ୍କୁ ବଡ଼ ଭରସା ଦେଲେ ପ୍ରଧାନମନ୍ତ୍ରୀ, କହିଲେ ଆପଣଙ୍କ ଉପରେ ଲଦିବୁ ନାହିଁ…

ନୂଆଦିଲ୍ଲୀ,୨୮।୩: ଯେତେବେଳେ ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ, କେହି ଭାବି ନଥିଲେ ଯେ ଏହା ଏକ ବିଶ୍ୱ ସଙ୍କଟରେ ପରିଣତ ହେବ।…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri