Posted inଜାତୀୟ

ସମଲିଙ୍ଗୀ ବିବାହକୁ ମିଳିବ କି ଅନୁମତି ? ମଙ୍ଗଳବାର ନିଷ୍ପତ୍ତି ଶୁଣାଇବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୧୦:(୧୦) ନୂଆଦିଲ୍ଲୀ: ସମଲିଙ୍ଗୀ ବିବାହକୁ ମାନ୍ୟତା ଦାବି କରି ସୁପ୍ରିମକୋର୍ଟରେ ହୋଇଥିବା ଆବେଦନ ଉପରେ ମଙ୍ଗଳବାର କୋର୍ଟ ନିଜର ନିଷ୍ପତି ଶୁଣାଇବେ। ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ସମ୍ବିଧାନ ପୀଠ ଏହି ମାମଲାର ଶୁଣାଣି ୧୦ ଦିନ ଧରି କରିଥିଲେ। ଆବେଦନକରି ଦାବି କରିଥିଲେ ଯେ ସେମାନଙ୍କର ବିବାହକୁ ଆଇନ ଅନୁଯାୟୀ ମାନ୍ୟତା ମିଳୁ।

ଶୁଣାଣି ସମୟରେ କେନ୍ଦ୍ର ସରକାର ଏହାକୁ ବିରୋଧ କରିଥିଲେ ଏବଂ କହିଥିଲେ ଏହା ଏକ ସହରୀ ଚିନ୍ତାଧାରା ଅଟେ, ଏହାର ଦାବି ବଡ ସହର ମାନଙ୍କରେ କିଛି ଅଭିଜାତ୍ୟ ଲୋକମାନଙ୍କର ଅଟେ। ତେଣୁକରି ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବା ଦ୍ୱାରା ଏହାର ପ୍ରଭାବ ସମସ୍ତଙ୍କ ଉପରେ ପଡିବ। ଏହାର ଜବାବରେ ପ୍ରଧାନ ବିଚାରପତି ସରକାରଙ୍କ ପାଖରେ ସମଲିଙ୍ଗୀ ବିବାହର କୌଣସି ତଥ୍ୟ ଅଛି କି ବୋଲି ପଚାରିଥିଲେ। ଏହାପରେ ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବା ବଦଳରେ ସେମାନଙ୍କୁ କିଛି ସ୍ୱତନ୍ତ୍ର ଅଧିକାର ଦେବା ଉପରେ ବିଚାର କରିବେ ବୋଲି କହିଥିଲେ।

ପରବର୍ତ୍ତୀ ଶୁଣାଣି ସମୟରେ କୋର୍ଟ କହିଥିଲେ କି ”ଏହା ସରକାରଙ୍କ ଉପରେ ନିର୍ଭର କରେ। ସମଲିଙ୍ଗୀ ସମ୍ପର୍କକୁ ମାନ୍ୟତା ଦିଅନ୍ତୁ କିମ୍ବା ନାହିଁ, କିନ୍ତୁ ସରକାରଙ୍କୁ ଏହା ସୁନିଶ୍ଚିତ କରିବାକୁ ହେବ ଯେ, ଏହିଭଳି ଯୋଡି ମାନଙ୍କୁ ବିବାହର ମାନ୍ୟତା ବିନା ସାମାଜିକ ଏବଂ ଅନ୍ୟ ଲାଭ ଏବଂ ଆଇନ ଅନୁଯାୟୀ ଅଧିକାର ପ୍ରଦାନ କରାଯାଉ। ତେବେ କୋର୍ଟ ଆବେଦାନକାରୀ ଯୁବକମାନନଙ୍କ ଭାବନାକୁ ଆଧାର କରି ହିଁ ମାମଲାରେ ନିଷ୍ପତି ନେଇପାରିବେ ନାହିଁ ବୋଲି ଜଣାଇଥିଲେ। ବିବାହ କେବଳ ବୈଧାନିକ ନୁହେଁ ବରଂ ସାମ୍ବିଧାନିକ ସୁରକ୍ଷାର ମଧ୍ୟ ହକଦାର ଅଟେ। ”


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri