Posted inଜାତୀୟ

ସମଲିଙ୍ଗୀ ବିବାହ: ସିଜେଆଇଙ୍କୁ ଚିଠି ଲେଖିଲେ ଏଲଜିବିଟିଙ୍କ ସମ୍ପର୍କୀୟ…

ନୁଆଦିଲ୍ଲୀ,୨୫।୪ : ସମଲିଙ୍ଗୀ ବିବାହ ନେଇ ଏଲଜିବିଟିଙ୍କ ସମ୍ପର୍କୀୟମାନେ ଦେଶର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡଙ୍କୁ ଏକ ଚିଠି ଲେଖିଛନ୍ତି। ଏହି ଚିଠିରେ ସମଲିଙ୍ଗୀ ବିବାହକୁ ଅନୁମୋଦନ କରିବାକୁ ପ୍ରଧାନ ବିଚାରପତିଙ୍କ ନିକଟରେ ଆବେଦନ କରାଯାଇଛି। ସମଲିଙ୍ଗୀ ବିବାହର ଅନୁମୋଦନ ସମ୍ପର୍କରେ ସୁପ୍ରିମକୋର୍ଟ ଶୁଣାଣି କରୁଛନ୍ତି। କେନ୍ଦ୍ର ସରକାର ଏହାକୁ ବିରୋଧ କରୁଛନ୍ତି। ସରକାର ଯୁକ୍ତି କରିଛନ୍ତି ବିବାହକୁ ଆଇନଗତ ମାନ୍ୟତା ଦେବା ସଂସଦର କାମ।

ଏନେଇ ବାର୍‌ କାଉନସିଲ ଅଫ ଇଣ୍ଡିଆ (ବିସିସିଆଇ) ମଧ୍ୟ ବିଭିନ୍ନ ରାଜ୍ୟର ବାର୍‌ କାଉନସିଲ ସହିତ ମିଳିତ ବୈଠକ କରିଛି। ଏହି ବୈଠକରେ ଏକ ସଂକଳ୍ପ ପାରିତ ହୋଇଛି ଯେଉଁଥିରେ ସୁପ୍ରିମକୋର୍ଟରେ ସମଲିଙ୍ଗୀ ବିବାହର ମାନ୍ୟତା ପ୍ରସଙ୍ଗକୁ ସଂସଦ ଛାଡିବା ଉଚିତ ବୋଲି ସୁପ୍ରିମକୋର୍ଟରେ ଏକ ଅପିଲ କରାଯାଇଥିଲା।

ସମଲିଙ୍ଗୀ ବିବାହର ଆଇନଗତ ମାନ୍ୟତା ଦାବିରେ ସୁପ୍ରିମକୋର୍ଟରେ ଚତୁର୍ଥ ଦିନ ଶୁଣାଣି ଆରମ୍ଭ ହୋଇଛି। ଶୁଣାଣି ସମୟରେ ଏଲଜିବିଟି ସମ୍ପ୍ରଦାୟର ପ୍ରତିନିଧିତ୍ୱ କରୁଥିବା ବରିଷ୍ଠ ଓକିଲ ଗୀତା ଲୁଥ୍ରା କହିଛନ୍ତି ୧୨ଟି ଜି -୨୦ ଦେଶରେ ସମଲିଙ୍ଗୀ ବିବାହକୁ ଅନୁମୋଦନ କରାଯାଇଛି। ଆମେ ପଛରେ ରହି ପାରିବୁ ନାହିଁ, ଯଦିଓ ଏହା କେବଳ ଜଣେ ବ୍ୟକ୍ତିଙ୍କ ମାମଲା ହେଉ ଆମେ ସେମାନଙ୍କଠାରୁ ସେମାନଙ୍କର ଅଧିକାର ଛଡ଼ାଇ ପାରିବୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri