Posted inଜାତୀୟ

ସମଲିଙ୍ଗୀ ବିବାହ ମାମଲା ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୧୨ା୫(ପି.ଟି.): ସମଲିଙ୍ଗୀ ବିବାହକୁ ଆଇନଗତ ବୈଧତା ପ୍ରଦାନ ଦାବିରେ ଏକାଧିକ ପିଟିଶନର ଶୁଣାଣି କରି ସୁପ୍ରିମକୋର୍ଟ ଗୁରୁବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ ଉକ୍ତ ମାମଲା ଉପରେ ୧୦ ଦିନ ଧରି ଶୁଣାଣି କରିଥିଲେ। ଉକ୍ତ ପୀଠରେ ଜଷ୍ଟିସ୍‌ ଏସ୍‌.କେ. କୌଲ, ଏସ୍‌.ଆର୍‌. ଭଟ୍ଟ, ହିମା କୋହଲି, ପି.ଏସ୍‌. ନରସିଂହ ରହିଛନ୍ତି। ଆବେଦନକାରୀମାନଙ୍କ ତରଫରୁ
ବରିଷ୍ଠ ଆଇନଜୀବୀ ଏ.ଏମ୍‌. ସିଙ୍ଘଭି, ରାଜୁ ରାମଚନ୍ଦ୍ରନ, କେ.ଭି. ବିଶ୍ୱନାଥନ୍‌, ଆନନ୍ଦ ଗ୍ରୋଭର ଏବଂ ସୌରଭ କୃପାଳ ଯୁକ୍ତି ଉପସ୍ଥାପନ କରିଥିଲେ। ସମଲିଙ୍ଗୀ ବିବାହକୁ ଆଇନଗତ ସ୍ବୀକୃତି ପ୍ରଦାନ ନେଇ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ କୌଣସି ସାମ୍ବିଧାନିକ ଘୋଷଣା ଠିକ୍‌ କାର୍ଯ୍ୟପନ୍ଥା ହୋଇ ନ ପାରେ ବୋଲି ବୁଧବାର ଶୁଣାଣି ବେଳେ କେନ୍ଦ୍ର ସରକାର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିର ୩ ବିଦ୍ୟାଳୟରେ ହେବ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ

ଦାରିଙ୍ଗବାଡ଼ି,୭ା୬(ଅରୁଣ ସାହୁ): ଶିକ୍ଷାର ବ୍ୟବସ୍ଥାରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଛି ପଦକ୍ଷେପ। ରବିବାର କନ୍ଧମାଳ…

ବଡ଼ ହଲଚଲ! TMCରେ ଫାଟ ଭିତରେ ଦିଲ୍ଲୀ ଗସ୍ତ କଲେ ମମତା, ବୈଠକରେ ହୋଇପାରେ ବଡ଼ ନିଷ୍ପତ୍ତି

କୋଲକାତା,୭।୬: ସୋମବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀରେ ଇଣ୍ଡିଆ ବ୍ଲକ୍‌ର ଏକ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ବୈଠକରେ ଯୋଗଦେବା ପାଇଁ ଟିଏମ୍‌ସି ସୁପ୍ରିମୋ ମମତା…

ଭାଜପା ଛାଡିବା ପରେ ନୂଆ ଆନ୍ଦୋଳନ ଆରମ୍ଭ କଲେ ଆନ୍ନାମଲାଇ, ଆଖି ପିଛୁଳାକେ ଯୋଡି ହେଲେ ୧୫ ଲକ୍ଷରୁ ଅଧିକ ସଦସ୍ୟ

ନୂଆଦିଲ୍ଲୀ,୭।୬: ତାମିଲନାଡୁର ପୂର୍ବତନ ଭାଜପା ଅଧ୍ୟକ୍ଷ କେ. ଆନ୍ନାମଲାଇ ଦଳରୁ ଇସ୍ତଫା ଦେବାର କିଛି ଦିନ ପରେ ଏକ ନୂତନ ରାଜନୈତିକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ଏହି…

ଦୁର୍ନୀତି ପଦାରେ ପଡ଼ିବା ପରେ ତରବରିଆ ଭାବେ ଆରମ୍ଭ ହେଲା କାର୍ଯ୍ୟ, ମେଟାଲ ଉପରେ ପଡୁଛି…

ଥୁଆମୂଳ ରାମପୁର,୭ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡ଼ିଆଣି ଗ୍ରାମପଞ୍ଚାୟତ ଅନ୍ତର୍ଗତ କମରାଘାଟ ଗ୍ରାମର ମନରେଗା ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ସମ୍ପର୍କରେ ‘ଧରିତ୍ରୀ’ରେ…

ସ୍ତ୍ରୀଙ୍କ ସହ ଝଗଡ଼ା ପରେ ଗୁଳି ମାରିଦେଲେ ସ୍ବାମୀ, ପୁଅ ହସ୍ତକ୍ଷେପ କରିବାରୁ ତାଙ୍କୁ ବି ଛାଡିଲେନି

ନୂଆଦିଲ୍ଲୀ,୭।୬: ଗୁରୁଗ୍ରାମର ଅଶୋକ ବିହାର କଲୋନୀରେ ଜଣେ ୫୦ବର୍ଷୀୟ ସୁରକ୍ଷା ଅଧିକାରୀ ତାଙ୍କ ପତ୍ନୀ ଏବଂ ପୁଅଙ୍କୁ ହତ୍ୟା କରିଛନ୍ତି । ଘରୋଇ ବିବାଦ ପରେ, ଅଭିଯୁକ୍ତ…

ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…

ପୁରୁଷୋତ୍ତମପୁର,୭ା୬(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଅପରାଧୀମାନେ ଦିନକୁ ଦିନ ସେମାନଙ୍କ ସାମ୍ରାଜ୍ୟ ବିସ୍ତାର କରିବାରେ ଲାଗିଥିବାରୁ ପୋଲିସର ନିଦ ହଜିଯାଇଛି। ଏମାନଙ୍କୁ ଧରିବା ଲାଗି…

ଭାରତକୁ ବନ୍ଦ ହୋଇଯିବ କି LPG ଯୋଗାଣ? ହର୍ମୁଜରେ ଫସି ରହିଥିବା ଜାହାଜକୁ ନେଇ…

ନୂଆଦିଲ୍ଲୀ,୭।୬: ଆମେରିକା ଏବଂ ଇସ୍ରାଏଲ ଇରାନ ଉପରେ ଆକ୍ରମଣ ଫେବୃଆରୀ ୨୮, ୨୦୨୬ ରେ ଆରମ୍ଭ ହୋଇଥିଲା। ପ୍ରତିଶୋଧ ସ୍ବରୂପ, ଇରାନ ଷ୍ଟ୍ରେଟ ଅଫ ହର୍ମୁଜ ରାସ୍ତାକୁ…

ପିକ୍‌ନିକ୍‌ କରିବାକୁ ଯାଇ ପାଓ୍ବାର ଚ୍ୟାନେଲ ପାଣିରେ ବୁଡ଼ି ଛାତ୍ର ନିଖୋଜ, ପ୍ରଖର ସ୍ରୋତରେ ଭାସି…

ସମ୍ବଲପୁର,୭ା୬(ପ୍ରମୋଦ ବହିଦାର): ପିକ୍‌ନିକ୍‌ କରିବାକୁ ଯାଇଥିବା ବେଳେ ଘଟିଛି ଏକ ଅଭାବନୀୟ ଘଟଣା। ପାଣିରେ ବୁଡ଼ି ଜଣେ ମେଧାବୀ ଛାତ୍ର ନିଖୋଜ ହୋଇଯାଇଥିବା ଖବର ହସ୍ତଗତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri