Posted inଖେଳ

ସମଦଶା ଭୋଗିଲା ଟିମ୍‌ ଇଣ୍ଡିଆ

ଦୁବାଇ,୩୧।୧୦: ପାକିସ୍ତାନ ଭଳି ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ୍‌ରେ ମଧ୍ୟ ବ୍ୟାଟିଂ ଭାରତୀୟ ଦଳର ବ୍ୟାଟିଂ ଲାଇନ୍‌ ପୂରା ଫେଲ ମାରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ମାତ୍ର ୭ ଉଇକେଟ ହରାଇ ୧୧୦ ରନ୍‌ କରିବାକୁ ସକ୍ଷମ ହୋଇଛି। ଏଥିଲାଗି ନ୍ୟୁଜିଲାଣ୍ଡର ବୋଲରଙ୍କୁ ଶ୍ରେୟ ଦେବାକୁ ପଡ଼ିବ। ଟ୍ରେଣ୍ଟ ବୋଲ୍ଟ ୩ ଉଇକେଟ ନେଇଥିବା ବେଳେ ଇଶ ଶୋଢ଼ି ୨ ଉଇକେଟ ହାତେଇଥିଲେ। ଅନ୍ୟ ବୋଲରମାନେ କଞ୍ଜୁସ ବୋଲିଂ କରି ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ହାତ ଖୋଲିବାକୁ ଦେଇ ନ ଥିଲେ ସୁଯୋଗ। ପୂରା ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ମାତ୍ର ୨ ଛକା ଓ ୮ ଚୌକା ମାରିବାକୁ ସକ୍ଷମ ହୋଇଥିଲେ।

ଲୋକେଶ ରାହୁଲ (୧୮) ଓ ଇଶାନ କିଷନ(୪)ଙ୍କ ନୂଆ ଓପନିଂ ଯୋଡ଼ି କିଛି ଖାସ କରିପାରି ନ ଥିଲେ। ଏହାପରେ ଦଳ କ୍ରମାଗତ ବ୍ୟବଧାନରେ ଉପଅଧିନାୟକ ରୋହିତ ଶର୍ମା (୧୪), ଅଧିନାୟକ ବିରାଟ କୋହଲି (୯), ରିଷଭ ପନ୍ତ (୧୨) ଓ ହାର୍ଦ୍ଦିକ ପାଣ୍ଡ୍ୟା (୨୩)ଙ୍କ ଉଇକେଟ ହରାଇଥିଲା। ଶେଷ ଓଭରରେ ରବୀନ୍ଦ୍ର ଜାଡେଜା (୨୫*) ୧୧ ରନ୍‌ କରିବାରୁ ୧୧୦ରେ ପହଞ୍ଚି ପାରିଥିଲା ଟିମ୍‌ ଇଣ୍ଡିଆ।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri